www.samajalive.in
Monday, December 15, 2025
16.1 C
Bhubaneswar

୯ଟି ଜିଲ୍କାରେ କାଳବୈଶାଖୀ ପାଇଁ ସତର୍କ ସୂଚନା

ଭୁବନେଶ୍ୱର  : ଗୁରୁବାର ରାଜ୍ୟର ଉପକୂଳ ଓଡ଼ିଶା ସମେତ ୯ଟି ଜିଲ୍କାରେ କାଳବୈଶାଖୀ ପାଇଁ ସତର୍କ ସୂଚନା ଜାରି କରାଯାଇଛି । କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର, ରାୟଗଡା, କନ୍ଧମାଳ,ସୁନ୍ଦରଗଡ଼, ଅନୁଗୋଳ, ଦେବଗଡ଼ ଓ ଢେଙ୍କାନାଳ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ଘଡ଼ଘଡ଼ି, କୁଆପଥର ବର୍ଷା ଓ ଘୂର୍ଣ୍ଣିଝଡ଼ ନେଇ ପାଣିପାଗ ବିଭାଗ ସତର୍କ ସୂଚନା ଜାରି କରିଛି। ଏହି ସମୟ ମଧ୍ୟରେ ୫୦-୬୦ କିମି ବେଗରେ ପବନ ବହିବାର ସମ୍ଭବନା ରହିଛି।

ଗତ ୨୪ ଘଣ୍ଟା ମଧ୍ୟରେ କେନ୍ଦୁଝରର ହରିଚନ୍ଦନପୁର ଓ କେନ୍ଦୁଝରଗଡ଼, ଭଦ୍ରକର ବନ୍ତ ଓ ଆଖୁଆପଦା, ଜଗତସିଂହପୁର କୁଜଙ୍ଗ ଏବଂ ଯାଜପୁରର ଦାନଗଦିଠାରେ ୩ସେ.ମି ଲେଖାଁଏ ବର୍ଷା ରେକର୍ଡ କରାଯାଇଛି। ବୁଧବାର ସନ୍ଧ୍ୟାରେ ରାଜଧାନୀ ଭୁବନେଶ୍ୱର ସମେତ, କଟକ ଓ ଏହାର ଆଖପାଖ ଅଞ୍ଚଳରେ ପ୍ରବଳ ବେଗରେ ପବନ ମାଡ଼ିଆସିବା ସହିତ ଦୀର୍ଘ ସମୟ ଧରି ବିଜୁଳି, ଘଡ଼ଘଡ଼ି ସହିତ ବର୍ଷା ହୋଇଥିଲା। ତେଣୁ ତାପମାତ୍ରା ସାମାନ୍ୟ ହ୍ରାସ ପାଇଛି।

- Advertisement -

ଆସନ୍ତା ସପ୍ତାହକ ପର୍ଯ୍ୟନ୍ତ କାଳବୈଶାଖୀ ପ୍ରଭାବ ଲାଗିରହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି।

Hot this week

ପଶ୍ଚିମ ଓଡ଼ିଶାରେ ପ୍ରଫେସର ସଙ୍କଟ

ସମ୍ବଲପୁର: ପଶ୍ଚିମ ଓଡ଼ିଶାର ଅଧିକାଂଶ ବିଶ୍ବବିଦ୍ୟାଳୟରେ ପ୍ରଫେସର ପଦ ଖାଲି ପଡ଼ିଛି।...

ମଧ୍ୟସ୍ଥତା ହିଁ ନ୍ୟାୟ ପ୍ରଣାଳୀର ସରଳ ବିକଳ୍ପ : ପ୍ରଧାନ ବିଚାରପତି

କଟକ: ବିଚାରାଧୀନ ମାମଲା, ବଢ଼ୁଥିବା ମକଦ୍ଦମା ଖର୍ଚ୍ଚ ଏବଂ ସମୟ ବ୍ୟୟ-ଏହି...

କଂଗ୍ରେସରୁ ବିଦା ହେଲେ ମୋକିମ୍‌ : ମହଙ୍ଗା ପଡିଲା ଦଳୀୟ ନେତୃତ୍ୱକୁ ଖୋଲାଖୋଲି ଚ୍ୟାଲେଞ୍ଜ

ସମାଜ ଡିଜିଟାଲ ଡେସ୍କ: ମହଙ୍ଗା ପଡିଲା ଦଳୀୟ ନେତୃତ୍ୱକୁ ଖୋଲାଖୋଲି ଚ୍ୟାଲେଞ୍ଜ...

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

Related Articles

Popular Categories