www.samajalive.in
Wednesday, December 10, 2025
23.1 C
Bhubaneswar

ଜୁନ ୧୮ରେ ଆକାଉଣ୍ଟକୁ ଆସିବ ପିଏମ-କିଷାନ ସମ୍ମାନ ନିଧି ଟଙ୍କା

ଡେସ୍କ: ଆସନ୍ତା ୧୮ ତାରିଖରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପିଏମ-କିଷାନ ସମ୍ମାନ ନିଧି ଯୋଜନା ଅଧୀନରେ ୯ କୋଟି ୩ ଲକ୍ଷ କୃଷକଙ୍କ ଆକାଉଣ୍ଟକୁ ୨୦ ହଜାର କୋଟି ଟଙ୍କା ପଠାଇବେ। କେନ୍ଦ୍ର କୃଷି ଓ କୃଷକ କଲ୍ୟାଣ ମନ୍ତ୍ରୀ ଶିବରାଜ ସିଂହ ଚୌହାନ ଆଜି ନୂଆଦିଲ୍ଲୀରେ ଗଣମାଧ୍ୟମକୁ ସୂଚନା ଦେଇ କହିଛନ୍ତି ଯେ ଗତ ୧୦ ବର୍ଷ ମଧ୍ୟରେ ଏପର୍ଯ୍ୟନ୍ତ ୧୧ କୋଟି କୃଷକଙ୍କ ଆକାଉଣ୍ଟକୁ ୩ ଲକ୍ଷ କୋଟି ଟଙ୍କା ପଠାଯାଇଛି।

ଶ୍ରୀ ଚୌହାନ କହିଛନ୍ତି ଯେ ଜୁନ୍ ୧୮ରେ ପ୍ରଧାନମନ୍ତ୍ରୀଙ୍କ ଏହି କାର୍ଯ୍ୟକ୍ରମରେ ଯୋଗ ଦେବା ପାଇଁ ସେ ସମସ୍ତ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଛନ୍ତି। କୃଷି ଓ କୃଷକ କଲ୍ୟାଣ ମନ୍ତ୍ରୀ ଭାବେ ଦାୟିତ୍ୱ ଗ୍ରହଣ କରିବା ପରେ ସେ ମନ୍ତ୍ରଣାଳୟର ଅଧିକାରୀଙ୍କ ସହ କୃଷକଙ୍କ କଲ୍ୟାଣ ସହ ଜଡିତ ପ୍ରତ୍ୟେକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ଆଲୋଚନା ଓ କାର୍ଯ୍ୟ କରୁଛନ୍ତି ବୋଲି ସେ କହିଛନ୍ତି।

Hot this week

ପିଠି ଯନ୍ତ୍ରଣାର କାରଣ ଜୋତା ନୁହେଁ ତ? ଏହି ୪ଟି ସଙ୍କେତ ସୂଚାଇ ଦିଏ

ସମାଜ ଡିଜିଟାଲ ଡେସ୍କ: ଆମେ ବାହାରକୁ ବାହାରିବା ମାତ୍ରେ ସାଧାରଣତଃ ଜୋତା...

ଆଉ ୨୪ ଘଣ୍ଟା ବଢିଲା ଇଣ୍ଟରନେଟ୍‌ କଟକଣା

ମାଲକାନଗିରି: ମାଲକାନଗିରି ଜିଲ୍ଲାରେ ଆଉ ୨୪ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା...

ଗଙ୍ଗୁଆ ନଳା ଉନ୍ନତି ପ୍ରକଳ୍ପ ଉପରେ ସମୀକ୍ଷା

ଭୁବନେଶ୍ୱର: ଖାରବେଳ ଭବନରେ ଗଙ୍ଗୁଆ ନଳା ଉନ୍ନତି ପ୍ରକଳ୍ପ ସମ୍ବନ୍ଧୀୟ ଏକ...

ଅନିଲ ଅମ୍ବାନୀଙ୍କ ପୁଅ ବିରୋଧରେ ମାମଲା

ନୂଆଦିଲ୍ଲୀ: ଏକ ବ୍ୟାଙ୍କ ଠକେଇ ମାମଲାରେ ସିବିଆଇ ପକ୍ଷରୁ ବିଶିଷ୍ଟ ଶିଳ୍ପପତି...

ଆସନ୍ତା ୧୩ ରୁ ସପ୍ତାହାନ୍ତରେ ଦିନ ସାରା ଖୋଲା ରହିବ ବିଡିଏ ପାର୍କ

ଭୁବନେଶ୍ୱର : ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ (ବିଡିଏ) ଏହାର ପାର୍କଗୁଡ଼ିକର ଖୋଲା...

Related Articles

Popular Categories