www.samajalive.in
Saturday, December 6, 2025
19.1 C
Bhubaneswar

କଣ୍ଟେନରକୁ ଧକ୍କା ଦେଲା ଟ୍ରକ ; ୪ ମୃତ..

ନୂଆଦିଲ୍ଲୀ : ଗାଜିଆବାଦର ମୁରାଦନଗର ପେରିଫେରଲ ଏକ୍ସପ୍ରେସ ୱେରେ ଗାଁ ନିକଟରେ ବିଳମ୍ବିତ ରାତିରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ଠିଆ ହୋଇଥିବା ଏକ କଣ୍ଟେନରକୁ ପଛରୁ ଆସୁଥିବା ଏକ ଟ୍ରକ ଧକ୍କା ଦେଇ ଥିବାରୁ ଏହି ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ୪ ଜଣଙ୍କ ମୃତ୍ୟୁ ହୋଇଛି। ପ୍ରାୟ ୨୪ ଜଣ ଆହତ ହୋଇଛନ୍ତି। ଖବର ପାଇ ପୁଲିସ ଓ ଉଦ୍ଧାରକାରୀ ଦଳ ଘଟଣାସ୍ଥଳରେ ପହଞ୍ଚି ସମସ୍ତ ମୃତାହତଙ୍କୁ ଉଦ୍ଧାର କରି ହସ୍ପିଟାଲରେ ଭର୍ତ୍ତି କରିଛନ୍ତି।
ସୂଚନାନୁଯାୟୀ, କଣ୍ଟେନର ହରିୟାଣାରୁ ଉତ୍ତର ପ୍ରଦେଶ ଯାଉଥିଲା। ଏହି ଗାଡିରେ ପ୍ରାୟ ୩୭ ଜଣ ଯାତ୍ରା କରୁଥିଲେ। ଏମାନଙ୍କ ମଧ୍ୟରେ ମହିଳା ଓ ଶିଶୁ ସାମିଲ ଥିଲେ । ରାଜପଥ କଡରେ କଣ୍ଟେନରଟି ଠିଆ ହୋଇଥିବା ସମୟରେ ପଛ ପଟୁ ଟ୍ରକଟି ଧକ୍କା ଦେଇଥିଲା। ପୁଲିସ ଘଟଣାର ତଦନ୍ତ ଆରମ୍ଭ କରିଛି।

ସବୁବେଳେ ଏସିରେ ରହିଲେ ତ୍ୱଚା ଉପରେ ପଡେ କି କି ପ୍ରଭାବ: କେମିତି ପାଇବେ ରକ୍ଷା..

Hot this week

ଜନ୍ମଦିନ ପାଳନ ପାଇଁ ମୋବାଇଲ ଲୁଟ୍‌

ଫୁଲବାଣୀ: ଏକ ମୋବାଇଲ ଲୁଟ କରି ଆକ୍ରମଣ କରିବା ଘଟଣାରେ ଫୁଲବାଣୀ...

ଜୟସୱାଲଙ୍କ ଶତକ: ମ୍ୟାଚ ସହ ସିରିଜ ଜିତିଲା ଭାରତ, ହିଟ୍‌ମ୍ୟାନଙ୍କ ନୂଆ ରେକର୍ଡ

ସମାଜଲାଇଭ ଡେସ୍କ: ଦକ୍ଷିଣ ଆଫ୍ରିକା ବିପକ୍ଷରେ ୩ୟ ଦିନିକିଆ ମ୍ୟାଚ ସହିତ...

ପୁଟିନଙ୍କୁ ପରସାଗଲା ନିରାମିଷ ଖାଦ୍ୟ: ମଦ, ମାଂସ କାହିଁକି ଦିଆଗଲାନି ବୋଲି ପ୍ରଶ୍ନ ଉଠାଇଲେ କଂଗ୍ରେସ ନେତା

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଦୁଇ ଦିନିଆ ଭାରତ...

ଯୁବତୀଙ୍କୁ ଅସଦାଚରଣ, ସମ୍ପର୍କୀୟ ଦାଦା ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ଏକ ଗ୍ରାମରେ ଜଣେ ଯୁବତୀଙ୍କୁ ଅସଦାଚରଣ...

ସମ୍ବଲପୁରୀ ସିନେମା ‘ସୁଟଆଉଟ ଇନ ସୋନପୁର’ର ଶୁଭ ମହୁରତ

ସମ୍ବଲପୁର: ସମ୍ୱଲପୁରର ସେନପାର୍କ ନିକଟ ଓଡିଶା ସାଂସ୍କୃତିକ ଭବନଠାରେ ଶନିବାର ସାଇଦତ୍ତ...

Related Articles

Popular Categories