www.samajalive.in
Sunday, December 14, 2025
17.1 C
Bhubaneswar

ସିକିମରେ ପ୍ରବଳ ବର୍ଷା, ୧୨୦୦ ପର୍ଯ୍ୟଟକଙ୍କୁ ଉଦ୍ଧାର କାର୍ଯ୍ୟ ଜାରି

ଡେସ୍କ: ସିକିମର ମଙ୍ଗନ ଜିଲ୍ଲାରେ ପ୍ରବଳ ବର୍ଷା ଯୋଗୁଁ ରାସ୍ତା ଅବରୋଧ ହେବା ଫଳରେ ଫସି ରହିଥିବା ପ୍ରାୟ ୧୨୦୦ ପର୍ଯ୍ୟଟକଙ୍କୁ ଉଦ୍ଧାର କାର୍ଯ୍ୟ ଜାରି ରହିଛି। ରାଜ୍ୟ ପର୍ଯ୍ୟଟନ ଓ ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ସେରିଙ୍ଗ ଥେଣ୍ଡୁପ ଭୁଟିଆ ବ୍ୟକ୍ତିଗତ ଭାବେ ଉଦ୍ଧାର କାର୍ଯ୍ୟ ଉପରେ ନଜର ରଖିଛନ୍ତି। ଖରାପ ପାଗ ଯୋଗୁଁ ଉଦ୍ଧାର କାର୍ଯ୍ୟ ପାଇଁ ବିକଳ୍ପ ଅନୁସନ୍ଧାନ କରାଯାଉଛି।

​ମୁଖ୍ୟମନ୍ତ୍ରୀ ପ୍ରେମ ସିଂହ ତମାଙ୍ଗ ଗତକାଲି ମେଲି ବଜାର ଗସ୍ତ କରି ବନ୍ୟା କ୍ଷୟକ୍ଷତିର ସମୀକ୍ଷା କରିବା ସହ ଜଳସେଚନ ବିଭାଗ ସହ ଉଦ୍ଧାର କାର୍ଯ୍ୟ ସମ୍ପର୍କରେ ଆଲୋଚନା କରିଥିଲେ। ମୌସୁମୀ ପରବର୍ତ୍ତୀ ବନ୍ୟାକୁ ରୋକିବା ପାଇଁ ସ୍ଥାୟୀ ପାଚେରି ନିର୍ମାଣ ପାଇଁ ସେ ପ୍ରତିଶ୍ରୁତି ଦେଇଥିଲେ।

- Advertisement -

ଗତକାଲି ସିକ୍କିମର ସଡ଼କ ଓ ସେତୁ ବିଭାଗ ଏବଂ କେନ୍ଦ୍ର ସଡ଼କ ପରିବହନ ଓ ରାଜପଥ ମନ୍ତ୍ରଣାଳୟ ମଧ୍ୟରେ ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଥିଲା, ଯେଉଁଥିରେ ଜାତୀୟ ରାଜପଥ-୧୦ରେ ବାରମ୍ବାର ବାଧା ଉପୁଜିଥିବା ସମସ୍ୟାର ସମାଧାନ ଏବଂ ବିଦ୍ୟୁତ ପ୍ରକଳ୍ପ ଗୁଡ଼ିକ ଉପରେ ଆଲୋଚନା କରାଯାଇଥିଲା।

ଆଇସିସି ଟି-ଟ୍ୱେଣ୍ଟି କ୍ରିକେଟ ବିଶ୍ୱକପ୍‌‌ – ୫ ୱିକେଟ୍‌‌ରେ ସ୍କଟ୍‌‌ଲାଣ୍ଡକୁ ପରାସ୍ତ କଲା ଅଷ୍ଟ୍ରେଲିଆ

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories