www.samajalive.in
Friday, December 5, 2025
27.1 C
Bhubaneswar

ସ୍ନାନ ପୂର୍ଣ୍ଣିମା ଓ ରଥଯାତ୍ରା ପାଇଁ ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା ବୈଠକ

ଭୁବନେଶ୍ୱର: ଶ୍ରୀକ୍ଷେତ୍ରରେ ସ୍ନାନ ପୂର୍ଣ୍ଣିମା ଏବଂ ରଥଯାତ୍ରା ପାଇଁ ରବିବାର ରାଜ୍ୟ ସରକାରଙ୍କ ପକ୍ଷରୁ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ରାଜ୍ୟ ଅତିଥି ଭବନରେ ବସିଥିବା ଏହି ବୈଠକରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କ ସମେତ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ, ମୁଖ୍ୟ ଶାସନ ସଚିବ, ପୁଲିସ ମହାନିର୍ଦ୍ଦେଶକ ଏବଂ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ। ସ୍ନାନ ପୂର୍ଣ୍ଣିମା ଏବଂ ରଥଯାତ୍ରା କିପରି ଶୃଙ୍ଖଳିତ ଭାବେ ଶେଷ ହେବ ସେ ନେଇ ବୈଠକରେ ଗୁରୁତ୍ୱ ଦିଆଯାଇଥିଲା।

ବୈଠକ ପରେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ କହିଛନ୍ତି, ମହାପ୍ରଭୁଙ୍କ ସ୍ନାନଯାତ୍ରା ଏବଂ ଘୋଷଯାତ୍ରା କିପରି ସୁରୁଖୁରୁରେ ସମ୍ପନ୍ନ ହେବ ସେ ନେଇ ସମସ୍ତଙ୍କ ସହଯୋଗ କାମନା କରୁଛୁ। ଉଭୟ ଯାତ୍ରା ଓ ସମନ୍ୱୟ ନେଇ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରାଯାଇଛି। ଆଗକୁ ନୀତିକାନ୍ତି ନେଇ ସେବାୟତ ଓ ପରିଚାଳନା କମିଟି ସହିତ ବୈଠକ ହେବ। ଚାରିଦ୍ୱାର ଖୋଲିବା ପରେ ଶ୍ରୀମନ୍ଦିରରେ ଅସମ୍ଭାଳ ଭିଡ ହେଉଥିବା ସମ୍ପର୍କରେ ପ୍ରତିକ୍ରିୟା ଦେଇ ମନ୍ତ୍ରୀ କହିଛନ୍ତି, ରଜ ଛୁଟି ଯୋଗୁ ଶ୍ରୀମନ୍ଦିରରେ ପ୍ରବଳ ଭିଡ ହୋଇଥିଲା। ତେଣୁ ସମସ୍ୟା ହେଲା। କୌଣସି ଅପ୍ରୀତିକର ପରିସ୍ଥିତି ସୃଷ୍ଟି ହୋଇନାହିଁ। ଆଗକୁ ଭିଡି ନିୟନ୍ତ୍ରଣ ସହିତ ଶ୍ରଦ୍ଧାଳୁମାନେ କିପରି ଶାନ୍ତିଶୃଙ୍ଖଳାରେ ଠାକୁରଙ୍କୁ ଦର୍ଶନ କରିପାରିବେ ସେ ନେଇ ସମସ୍ତ ପ୍ରକାର ବ୍ୟବସ୍ଥା କରାଯିବ। ସମସ୍ତଙ୍କ ସହଯୋଗ ରହିଲେ ଦର୍ଶନ ବ୍ୟବସ୍ଥିତ ହେବ।

Hot this week

ମୋଦୀ କହିଲେ ଭାରତ ନିରପେକ୍ଷ ନୁହେଁ, ବିଶ୍ୱ ଶାନ୍ତି ସପକ୍ଷରେ; ପୁଟିନ କଣ କହିଲେ ଜାଣନ୍ତୁ

ସମାଜ ଡିଜିଟାଲ ଡେସ୍କ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ମଧ୍ୟରେ ଦ୍ୱିପାକ୍ଷିକ ଆଲୋଚନା...

କମିଲା ରେପୋ ହାର

ସମାଜ ଲାଇଭ ଡ଼େସ୍କ : ଭାରତୀୟ ରିଜର୍ଭ ବ୍ୟାଙ୍କର ତିନି ଦିନିଆ...

ଆଜି ମଧ୍ୟରାତ୍ରି ପର୍ଯ୍ୟନ୍ତ ଇଣ୍ଡିଗୋ ବିମାନ ବାତିଲ

ସମାଜ ଲାଇଭ ଡ଼େସ୍କ : ଚତୁର୍ଥ ଦିନ ପାଇଁ ଇଣ୍ଡିଗୋ ବିମାନ...

ଭାରତ-ରୁଷ ଶିଖ ସମ୍ମିଳନୀ; ହାଇଦ୍ରାବାଦ ହାଉସରେ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ

ନୂଆଦିଲ୍ଲୀ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ ହୋଇଛି ।...

ନିଆଁ ପୁଆଁଉଥୁବାବେଳେ ଅଘଟଣ

ହରଭଙ୍ଗା: ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ନିକଟରେ ରହୁଥିବା...

Related Articles

Popular Categories