www.samajalive.in
Monday, December 8, 2025
20.1 C
Bhubaneswar

ଟ୍ରାକ୍ଟର ଦୁର୍ଘଟଣାରେ ମହିଳା ମୃତ, ୩ ଗୁରୁତର

ନର୍ଲା:ନର୍ଲା ଥାନା ଧରଣୀପଦର ଠାରେ ରବିବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଡ୍ରାଇଭର ସମେତ ଅନ୍ୟ ଦଶ ଜଣ ଆହତ ହୋଇଛନ୍ତି। ସୂଚନା ଅନୁଯାୟୀ ପଲସାପଡା ଠାରୁ କର୍ମେ ଗାଁ ପ୍ରଧାନମନ୍ତ୍ରୀ ସଡ଼କ ଯୋଜନାରେ ନିର୍ମାଣାଧୀନ ରାସ୍ତା କାମରେ ବୁଢିପଦର ଗ୍ରାମର କିଛି ଶ୍ରମିକ ଗତ ତିନି ମାସ ହେଲା କାମକରି ଆସୁଥିଲେ। ରବିବାର କାମରୁ ଠିକାଦାର ମହେନ୍ଦ୍ର ସାହୁଙ୍କ ଟ୍ରାକ୍ଟରରେ ଗାଁକୁ ଫେରୁଥିବା ବେଳେ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଟ୍ରାକ୍ଟର ଚାପାରେ ପଡି ବୁଢିପଦର ଗ୍ରାମର ହେମବତୀ ଗଉଡ(୪୨) ମୃତ୍ୟୁ ଘଟିଥିବା ସୂଚନା ମିଳିଛି।

ଅନ୍ୟମାନଙ୍କ ମଧ୍ୟରେ ଗୁରୁତର ତିନି ଜଣଙ୍କୁ ଭବାନୀପାଟଣା ମୁଖ୍ୟ ଡାକ୍ତରଖାନା ପଠାଇଥିବା ଜଣାପଡିଛି। ସାଧାରଣ ଆଘାତ ପ୍ରାପ୍ତ ନର୍ଲା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଚିକିତ୍ସାଧୀନ ରହିଛନ୍ତି। ଏହି ଦୁର୍ଘଟଣାକୁ ନେଇ ସ୍ଥାନୀୟ ଲୋକଙ୍କ ମଧ୍ୟରେ ଉତ୍ତେଜନା ଦେଖାଯାଉଛି।

Hot this week

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

ହି-ମ୍ୟାନ୍‌ଙ୍କୁ ଜନ୍ମଦିନର ଶୁଭେଚ୍ଛା

ନୂଆଦିଲ୍ଲୀ: ଆଜି ବଲିଉଡର ଦିବଂଗତ ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ୯୦ତମ ଜନ୍ମଦିନ।...

ଟ୍ରାକ୍ଟର ଧକ୍କାରେ ଯୁବକ ମୃତ, ରସ୍ତାରୋକୋ

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ମୋଟେର ଫାଣ୍ଡି ନିକଟ ଧାନ ମଣ୍ଡି...

ସୂନାମୀ ଆଲର୍ଟ, ଜାପାନ୍‌ରେ ଜୋରଦାର ଭୂମିକମ୍ପ

ଟୋକିଓ - ଜାପାନରେ ଜୋରଦାର ଭୂମିକମ୍ପ ଅନୁଭୂତ ହୋଇଛି । ଜାପାନ...

ଋଷିକୂଲ୍ୟା ଅଞ୍ଚଳରେ ଅତିଥି ଧ୍ରୂବହଂସ

ଗଞ୍ଜାମ: ଶୀତର ଆଗମନରେ  ଋଷିକୁଲ୍ୟା ନଦୀ ମୁହାଣ ଅଞ୍ଚଳରେ ବିଦେଶୀ  ଅତିଥି...

Related Articles

Popular Categories