www.samajalive.in
Sunday, December 7, 2025
26.1 C
Bhubaneswar

ଲୁଚକାଳି ଖେଳୁଛି ମୌସୁମୀ: ବଢୁଛି ତାତି, ଅସହ୍ୟ ଗୁଳୁଗୁଳିରେ ସନ୍ତୁଳି ହେଉଛନ୍ତି ଓଡିଶାବାସୀ

ଭୁବନେଶ୍ଵର: ମାଲକାନଗିରି ଛୁଇଁଛି ମୌସୁମୀ । କିନ୍ତୁ ଆଗକୁ ଆଉ ବଢୁନି। ଲୁଚକାଳି ଖେଳୁଛି। ମୌସୁମୀ ଆସିବାରେ ବିଳମ୍ବ ହେବା ଏବଂ ତାତିର ପ୍ରକୋପ ବଢିବା ଯୋଗୁଁ ଲୋକେ ତ୍ରାହି ତ୍ରାହି ଡାକୁଛନ୍ତି। ଗୁଳୁଗୁଳିରେ ସନ୍ତୁଳି ହେଉଛନ୍ତି ଓଡିଶାବାସୀ। ପାଣିପାଗ ବିଭାଗର ସୂଚନା ଅନୁସାରେ ବର୍ତ୍ତମାନ ପାଗରେ କୌଣସି ବଡ ଧରଣର ପରିବର୍ତ୍ତନ ହେବାର ସମ୍ଭାବନା ନାହିଁ । ବିଶେଷକରି ଉପକୂଳବର୍ତ୍ତୀ ଜିଲ୍ଲା ଗୁଡିକରେ ଅଧିକ ଅନୁଭୂତ ହେବ । ଆଗାମୀ ୪ରୁ ୫ଦିନ ମଧ୍ୟରେ ଦକ୍ଷିର ପଶ୍ଚିମ ମୌସୁମୀ ବାୟୁ ଓଡିଶାର କିଛି ଅଞ୍ଚଳରେ ଅଗ୍ରସର ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ରାଜ୍ୟ​‌ରେ ବର୍ଷାର ପରିମାଣ ବଢିପାରେ। ତେବେ ଭୁବନେଶ୍ଵର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ରର ଆକଳନ ଅନୁସାରେ ଆଗାମୀ ୨୪ ଘଣ୍ଟାରେ ମୟୁରଭଞ୍ଜ, ବାଲେଶ୍ଵର, ଭଦ୍ରକ , ଯାଜପୁର, କେନ୍ଦୁଝର, ମାଲକାନଗିରି, ରାୟଗଡା, ଗଜପତି ଏବଂ ଗଞ୍ଜାମ ଜିଲ୍ଲାର କିଛି ସ୍ଥାନରେ କାଳବୈଶାଖୀ ବର୍ଷା ହେବାର ସମ୍ଭାବନା ରହିଛି।

Hot this week

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

ଆବଶ୍ୟକ ହେଲେ ପୀଡିତାଙ୍କୁ ଏୟାରଲିଫ୍ଟ କରାଯିବ : ମନ୍ତ୍ରୀ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଲାଞ୍ଜିବେର୍ନା ଅଞ୍ଚଳର କଲେଜ ଛାତ୍ରୀ...

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

Related Articles

Popular Categories