www.samajalive.in
Monday, December 8, 2025
13.1 C
Bhubaneswar

ଏହି ରାଶିର ଲୋକେ କ୍ୟାରିୟରକୁ ନେଇ କିଛି ଖୁସି ଖବର ପାଇବେ: ସୋମବାର ରାଶିଫଳ

ମେଷ: ମନ ପ୍ରଫୁଲ୍ଲ ରହିବ। ଦାନଧର୍ମରେ ଦୀକ୍ଷିତ ହେବେ। ସନ୍ମାର୍ଗୀ ହୋଇ ନିଜର ଉତ୍ତର ଦାୟିତ୍ବ ନିର୍ବାହ କରିବେ। ସୁସ୍ଥ ରହିବେ। କୃଷି କର୍ମକାରୀ ହୋଇପାରନ୍ତି। ଜ୍ୟେଷ୍ଠ ନ ହୋଇ ବି ଶ୍ରେଷ୍ଠ ହେବେ।
ବୃଷ: ଆତ୍ମବିଶ୍ବାସୀ ହେବେ। ସଦାଚାରୀ ହୋଇପାରନ୍ତି। ଭାଷା ପ୍ରେମପୂର୍ଣ୍ଣ ହେବ। ବ୍ୟବହାର ଭଦ୍ରୋଚିତ ହେବ। ପ୍ରେମୀ ଓ ସାହସୀ ହେବେ। ଅନୁଜମାନଙ୍କଠାରୁ ଭକ୍ତିପୂତ ଆଦର ମିଳିବ। ସର୍ବତ୍ର ବିଜୟୀ ହେବେ।
ମିଥୁନ: ଭାଗ୍ୟଶାଳୀ ହୋଇପାରନ୍ତି। ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ, ଉଦାର ଚରିତ ଓ ବିଦ୍ୟାପ୍ରେମୀ ହେବେ। ଦୈବୀ ବଳରେ ମହାଦ୍ୟୁତି, ମହାଶକ୍ତିସମ୍ପନ୍ନ ହେବେ। ଧନାଗମ ହେବ। ଦାମ୍ପତ୍ୟ ସୁଖ ମିଳିବ।
କର୍କଟ: ଆତ୍ମସଂଯମ ଦ୍ବାରା ଅନ୍ତଃଶକ୍ତିର ଅଭ୍ୟୁଥାନ ଘଟିବ। ଐଶ୍ବର୍ଯ୍ୟ ପ୍ରାପ୍ତିର ସୂଚନା ମିଳୁଛି। ମାଲିମୋକଦମାରେ ବିଜୟୀ ହେବେ। ଧନ ପ୍ରାପ୍ତ ହେବେ। ଆହାର ସୁଧାର ହେବ। ଆୟ ଆଶାନୁରୂପ ହେବ।
ସିଂହ: ଏକାନ୍ତ ସାଧନା ଫଳବତୀ ହେବ। କର୍ମଚଞ୍ଚଳ ରହିବେ। ମଧୁର କଥାରେ ପରକୁ ଆପଣାର କରି କାର୍ଯ୍ୟ ହାସଲ କରିବେ। ଧର୍ମ କାର୍ଯ୍ୟରେ ଧନ ବ୍ୟୟ କରିବେ। ସାହସୀ ଓ ଜ୍ଞାନୀ ହେବେ।
କନ୍ୟା:ଯଶସ୍ବୀ ହେବେ। କର୍ମଚଞ୍ଚଳ ରହିବେ। ଆୟୁଷ୍ମାନ୍‌ ହେବେ। ଲୋକପ୍ରିୟତା ଅର୍ଜନ କରିବେ। ସରକାରୀ ସ୍ତରରେ ସମ୍ମାନିତ ହେବା ସହିତ ରାଜକୋଷ ଅର୍ଥ ପ୍ରାପ୍ତ ହେବେ। କରିତ୍‌କର୍ମା ହେବେ।
ତୁଳା:କୁଳପ୍ରଦୀପ ହେବେ। କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ। ଦୟାର୍ଦ୍ରଚିତ୍ତ ହେବେ। ବ୍ୟବସାୟ ଲାଭପ୍ରଦ ହେବ। ଯଶସ୍ବୀ ହେବେ। ପରୋପକାରୀ ହେବେ। ପରିବାର ପ୍ରତି ସ୍ନେହ ସଦ୍ଦିଚ୍ଛା ଭାବ ରହିବ।
ବିଛା:  ଭାଗ୍ୟଶାଳୀ ହୋଇପାରନ୍ତି। ଆଜି ଦିନଟି ସୁଖସମୃଦ୍ଧିପୂର୍ଣ୍ଣ ହେବ। ବିଦ୍ବାନ୍‌, ସାହସୀ ଓ ସମ୍ପତ୍ତିବାନ୍‌ ହୋଇପାରନ୍ତି। ପାରିବାରିକ ଜୀବନ ସୁଖପ୍ରଦ ହେବ। ଉଦ୍ୟୋଗୀ ହେବେ। କର୍ମଚଞ୍ଚଳ ରହିବେ।
ଧନୁ: ଶ୍ରୀଚନ୍ଦ୍ର ଭୋଗ ହେତୁ ଆୟ ଆଶାନୁରୂପ ହେବ। ମିଷ୍ଟାନ୍ନ ଭୋଜନରେ ଆପ୍ୟାୟିତ ହେବେ। ଐଶ୍ବର୍ଯ୍ୟ ପ୍ରାପ୍ତିର ସୂଚନା ମିଳୁଛି। ମାଲିମୋକଦ୍ଦମାରେ ବିଜୟୀ ହେବେ। ଧନଲାଭ ହେବ। ବିଦ୍ବାନ୍‌ ଓ ଶାସ୍ତ୍ରଜ୍ଞ ହେବେ।
ମକର:  ଜଣେ ବିଶିଷ୍ଟ ସମାଜସେବୀଭାବେ ଉଚ୍ଚ ସମ୍ମାନର ଅଧିକାରୀ ହୋଇପାରନ୍ତି। ସେବାକୁ ଜୀବନର ବ୍ରତଭାବେ ଗ୍ରହଣ କରିଛନ୍ତି। ବ୍ୟବସାୟ ଲାଭପ୍ରଦ ହେବ। ପତ୍ନୀଙ୍କ ପରାମର୍ଶ ଉପାଦେୟ ହେବ।
କୁମ୍ଭ:ଆୟର ସ୍ବଳ୍ପତା ଦୃଷ୍ଟିରୁ ବାହ୍ୟ ଖର୍ଚ୍ଚକୁ ସୀମିତ କରିପାରନ୍ତି। ଭ୍ରାତୃ ପ୍ରେମରେ ଅନୁବନ୍ଧିତ ହେବେ। ସୁସ୍ଥ ଓ ନିରାମୟ ରହିବେ। ଚତୁର ଓ ଶତ୍ରୁହନ୍ତା ହେବେ। ଚାକିରି ଜୀବନ ସେବା ମୂଳକ ହେବ।
ମୀନ: କର୍ମଚଞ୍ଚଳ ରହିବେ। ଆକସ୍ମିକ ଧନଲାଭର ସୂଚନା ମିଳୁଛି। ଆର୍ଥିକ ସ୍ରୋତ ବ୍ୟବସାୟାଦି ବିଭିନ୍ନ ଦିଗରୁ ପ୍ରବାହିତ ହେବ। ଧାର୍ମିକ, ତେଜସ୍ବୀ ଓ ଉତ୍ତମ ବ୍ୟକ୍ତିତ୍ବସମ୍ପନ୍ନ ହୋଇପାରନ୍ତି।

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories