www.samajalive.in
Saturday, December 6, 2025
15.1 C
Bhubaneswar

କାଞ୍ଚନଜଙ୍ଗା ଏକ୍ସପ୍ରେସକୁ ଧକ୍କା ଦେଲା ମାଲବାହୀ ଟ୍ରେନ, ଅନେକ ଯାତ୍ରୀ ଆହତ

କଲକାତା: ପଶ୍ଚିମବଙ୍ଗ-ବିହାର ସୀମାନ୍ତ ନୂଆ ଜଲପାଇଗୁଡ଼ିରେ ସୋମବାର ସକାଳେ ଏକ ଟ୍ରେନ ଦୁର୍ଘଟଣା ଘଟିଛି। ସକାଳ ପ୍ରାୟ ୯ଟାରେ କାଞ୍ଚନଜଙ୍ଗା ଏକ୍ସପ୍ରେସକୁ ଧକ୍କା ଦେଇଛି ମାଲବାହୀ ଟ୍ରେନ। ଦୁର୍ଘଟଣା ଫଳରେ ଏକ୍ସପ୍ରେସ ଟ୍ରେନର ୩ଟି ବଗି କ୍ଷତିଗ୍ରସ୍ତ ହୋଇଛି। ବଗିଗୁଡ଼ିକ ଟ୍ରାକରୁ ବାହାରି ଚୁରମାର ହୋଇଯାଇଥିବା ଦେଖିବାକୁ ମିଳିଛି। ସେହିପରି ମାଲବାହୀ ଟ୍ରେନର ଏକାଧିକ ବଗି ଟ୍ରାକରୁ ବାହାରି ବିକ୍ଷିପ୍ତ ଅବସ୍ଥାରେ ପଡ଼ିରହିଛି। ଏହି ଘଟଣାରେ ଅନେକ ଯାତ୍ରୀ ଆହତ ହୋଇଥିବା ସୂଚନା ମିଳିଛି। ଦୁର୍ଘଟଣାରେ କେହି ପ୍ରାଣ ହରାଇଛନ୍ତି କି ନାହିଁ ତାହା ଜଣାପଡ଼ି ନାହିଁ।

ମିଳିଥିବା ସୂଚନା ଅନୁସାରେ, ୧୩୧୭୪ କାଞ୍ଚନଜଙ୍ଗା ଏକ୍ସପ୍ରେସ ଅଗରତାଲାରୁ ସିଲଦା ଅଭିମୁଖେ ଯାତ୍ରା କରୁଥିଲା। ପଶ୍ଚିମବଙ୍ଗର ନୂଆ ଜଲପାଇଗୁଡ଼ି ଷ୍ଟେଶନ ନିକଟରେ ଏକ୍ସପ୍ରେସ ଟ୍ରେନ ଅଟକିଥିବା ବେଳେ ପଛପଟୁ ଆସୁଥିବା ଏକ ମାଲବାହୀ ଟ୍ରେନ ତାକୁ ଧକ୍କା ଦେଇଥିଲା। ଦୁର୍ଘଟଣା ପରେ ଏକ୍ସପ୍ରେସ ଟ୍ରେନର ଅନେକ ବଗି ଲାଇନଚ୍ୟୁତ ହୋଇ ପଡ଼ିଥିଲା। ୩ଟି ବଗି ବହୁ କ୍ଷତିଗ୍ରସ୍ତ ହୋଇଛି।

- Advertisement -

ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଘଟଣା ସମ୍ପର୍କରେ ସାମାଜିକ ଗଣମାଧ୍ୟମ ଏକ୍ସରେ ଏ ନେଇ ସୂଚାନ ଦେବା ସହିତ ବିପର୍ଯ୍ୟୟ ପରିଚାଳନା ଟିମ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଥିବା କହିଛନ୍ତି। ଏହା ସହିତ ଜିଲାପାଳ, ଏସପି ଏବଂ ଆମ୍ବୁଲାନ୍ସ ସହିତ ଡାକ୍ତରୀଦଳ ଘଟଣାସ୍ଥଳରେ ପହଞ୍ଚି ଗୁରୁତର ଆହତଙ୍କୁ ତୁରନ୍ତ ଚିକିତ୍ସା ସେବା ଯୋଗାଇ ଦେଉଛନ୍ତି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories