www.samajalive.in
Monday, December 8, 2025
16.1 C
Bhubaneswar

ପଶ୍ଚିମବଙ୍ଗ ଟ୍ରେନ୍ ଟ୍ରାଜେଡିରେ ବଢି ଚାଲିଛି ମୃତ୍ୟୁ ସଂଖ୍ୟା; ଏଯାଏଁ ୧୫ ମୃତ

ଦାର୍ଜିଲିଂ : ପଶ୍ଚିମବଙ୍ଗ ଦାର୍ଜିଲିଂରେ ସୋମବାର ବଡ ଧରଣର ଟ୍ରେନ୍ ଦୁର୍ଘଟଣାରେ ବୃଦ୍ଧି ପାଉଛି ମୃତ୍ୟୁ ସଂଖ୍ୟା। ଏଯାଏଁ ୧୫ ଜଣଙ୍କ ମୃତ୍ୟୁ ହେବା ନେଇ ସୂଚନା ମିଳିଛି। ୬୦ରୁ ଅଧିକ ଆହତ ହୋଇଛନ୍ତି। ପ୍ରଥମେ ୫ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୨୫ ଜଣ ଆହତ ହୋଇଥିବା ଦାର୍ଜିଲିଂ ଅତିରିକ୍ତ ଏସପିଙ୍କ ପକ୍ଷରୁ ସୂଚନା ମିଳି ଥିଲା। କାଞ୍ଚନଜଙ୍ଗା ଏକ୍ସପ୍ରେସକୁ ପଛରୁ ମାଲବାହୀ ଟ୍ରେନ୍ ଧକ୍କା ଦେବାରୁ ଏହି ଦୁର୍ଘଟଣା ଘଟିଛି। ନିଉଜଲପାଇଗୁଡି ଷ୍ଟେସନ ନିକଟ ରଙ୍ଗପାଣି ଠାରେ ଦୁର୍ଘଟଣା ଘଟିଛି। ଆଗକୁ ମୃତାହତଙ୍କ ସଂଖ୍ୟା ବଢିବା ସମ୍ଭାବନା ରହିଛି। ଏକ୍ସପ୍ରେସର ୩ଟି ବଗି କ୍ଷତିଗ୍ରସ୍ତ ହୋଇଥିବା ବେଳେ ଘଟଣାସ୍ଥଳରେ ଉଦ୍ଧାର କାର୍ୟ୍ୟ ଜାରି ରହିଛି। କାଞ୍ଚନଜଙ୍ଗା ଏକ୍ସପ୍ରେସ ସିଆଲଦାରୁ କୋଲକାତା ଯାଉଥିଲା।

ସୂଚନାନୁଯାୟୀ, ପଶ୍ଚିମବଙ୍ଗ-ବିହାର ସୀମାନ୍ତ ନୂଆ ଜଲପାଇଗୁଡ଼ିରେ ସୋମବାର ସକାଳେ ଏହି ଟ୍ରେନ ଦୁର୍ଘଟଣା ଘଟିଛି। ସକାଳ ପ୍ରାୟ ୯ଟାରେ କାଞ୍ଚନଜଙ୍ଗା ଏକ୍ସପ୍ରେସକୁ ଧକ୍କା ଦେଇଛି ମାଲବାହୀ ଟ୍ରେନ। ଦୁର୍ଘଟଣା ଫଳରେ ଏକ୍ସପ୍ରେସ ଟ୍ରେନର ୩ଟି ବଗି କ୍ଷତିଗ୍ରସ୍ତ ହୋଇଛି। ବଗିଗୁଡ଼ିକ ଟ୍ରାକରୁ ବାହାରି ଚୁରମାର ହୋଇଯାଇଥିବା ଦେଖିବାକୁ ମିଳିଛି। ସେହିପରି ମାଲବାହୀ ଟ୍ରେନର ଏକାଧିକ ବଗି ଟ୍ରାକରୁ ବାହାରି ବିକ୍ଷିପ୍ତ ଅବସ୍ଥାରେ ପଡ଼ିରହିଛି।

- Advertisement -

ମିଳିଥିବା ସୂଚନା ଅନୁସାରେ, ୧୩୧୭୪ କାଞ୍ଚନଜଙ୍ଗା ଏକ୍ସପ୍ରେସ ଅଗରତାଲାରୁ ସିଲଦା ଅଭିମୁଖେ ଯାତ୍ରା କରୁଥିଲା। ପଶ୍ଚିମବଙ୍ଗର ନୂଆ ଜଲପାଇଗୁଡ଼ି ଷ୍ଟେସନ ନିକଟରେ ଏକ୍ସପ୍ରେସ ଟ୍ରେନ ଅଟକିଥିବା ବେଳେ ପଛପଟୁ ଆସୁଥିବା ଏକ ମାଲବାହୀ ଟ୍ରେନ ତାକୁ ଧକ୍କା ଦେଇଥିଲା। ଦୁର୍ଘଟଣା ପରେ ଏକ୍ସପ୍ରେସ ଟ୍ରେନର ଅନେକ ବଗି ଲାଇନଚ୍ୟୁତ ହୋଇ ପଡ଼ିଥିଲା। ୩ଟି ବଗି ବହୁ କ୍ଷତିଗ୍ରସ୍ତ ହୋଇଛି।

ପୁରୀ ଉତରଣା ମଠ ସାହି ନିକଟରୁ ଯୁବକଙ୍କ ମୃତଦେହ ଉଦ୍ଧାର

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories