www.samajalive.in
Monday, December 15, 2025
27.1 C
Bhubaneswar

ପଶ୍ଚିମବଙ୍ଗ ଟ୍ରେନ ଦୁର୍ଘଟଣା: ଦୁଃଖ ପ୍ରକାଶ କଲେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ, ମୃତକଙ୍କୁ ୨ ଲକ୍ଷ ସହାୟତା ଘୋଷଣା

କଲକାତା: ପଶ୍ଚିମବଙ୍ଗ-ବିହାର ସୀମାନ୍ତ ନୂଆ ଜଲପାଇଗୁଡ଼ିରେ ସୋମବାର ସକାଳେ ଘଟିଥିବା ଟ୍ରେନ ଦୁର୍ଘଟଣାକୁ ନେଇ ଗଭୀର ଦୁଃଖ ପ୍ରକାଶ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ରାଷ୍ଟ୍ରପତି ଏବଂ ପ୍ରଧାନମନ୍ତ୍ରୀ ମୃତକ ଏବଂ ଆହତଙ୍କ ପରିବାର ପ୍ରତି ସମବେଦନା ଜଣାଇଛନ୍ତି।
ଏହା ସହିତ ଦୁର୍ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପରିବାର ଏବଂ ଆହତଙ୍କ ପାଇଁ ଆର୍ଥିକ ସହାୟତା ଘୋଷଣା କରିଛନ୍ତି ପ୍ରଧାନମନ୍ତ୍ରୀ ମୋଦୀ। ମୃତକଙ୍କ ପରିବାରକୁ ୨ ଲକ୍ଷ ଟଙ୍କାର ସହାୟତା ଘୋଷଣା କରାଯାଇଥିବାବେଳେ ଆହତଙ୍କୁ ୫୦ ହଜାର ଟଙ୍କା ଲେଖାଏ ଆର୍ଥିକ ସହାୟତା ପ୍ରଦାନ କରାଯିବ। ଏହି ଅର୍ଥ ପ୍ରଧାନମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ପ୍ରଦାନ କରାଯିବ।

ସୋମବାର ସକାଳ ପ୍ରାୟ ୯ଟାରେ ବିହାର-ପଶ୍ଚିମବଙ୍ଗ ସୀମାନ୍ତ ନୂଆ ଜଲପାଇଗୁଡ଼ି ଷ୍ଟେଶନ ନିକଟରେ କାଞ୍ଚନଜଙ୍ଗା ଏକ୍ସପ୍ରେସକୁ ଏକ ମାଲବାହୀ ଟ୍ରେନ ଧକ୍କା ଦେବା ଫଳରେ ୧୫ ଯାତ୍ରୀଙ୍କ ମୃତ୍ୟୁ ଘଟିଛି। ଏହି ଦୁର୍ଘଟଣାରେ ୬୦ରୁ ଅଧିକ ଯାତ୍ରୀ ଗୁରୁତର ଆହତ ହୋଇଛନ୍ତି। ସେମାନଙ୍କୁ ଉଦ୍ଧାର କରି ଚିକିତ୍ସା ପାଇଁ ନିକଟସ୍ଥ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଦୁର୍ଘଟଣାରେ କାଞ୍ଚନଜଙ୍ଗା ଏକ୍ସପ୍ରେସର ୩ଟି ବଗି ସମ୍ପୂର୍ଣ୍ଣ ଭାବେ କ୍ଷତିଗ୍ରସ୍ତ ହୋଇଥିବାବେଳେ ମାଲବାହୀ ଟ୍ରେନର ଅନେକ ବଗି ଲାଇନଚ୍ୟୁତ ହୋଇଯାଇଛି।

- Advertisement -

 

Hot this week

ନିଆଁରେ ପୋଡି ହୋଇ ବୃଦ୍ଧା ଗୁରୁତର

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଧାମୁଣିପଙ୍ଗା ପଞ୍ଚାୟତର କତାଗୁଡା ଗ୍ରାମରେ...

ଫୁଙ୍କନଳୀରେ ପିଟି ପ୍ରେମିକାଙ୍କୁ ହତ୍ୟା

ନୟାଗଡ଼: ନୟାଗଡ଼ ଜିଲା ଶରଣକୁଳ ଥାନା ସାବିଦେଇପୁର ଅଞ୍ଚଳରେ ଏକ ଅଭାବନୀୟ...

ଦନ୍ତା ହାତୀର ମୃତ୍ୟୁ

ଅନୁଗୋଳ: ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ପୋକୁଣ୍ଡା ସେକ୍ସନ୍ ମାଣିକଯୋଡ଼ି ପଞ୍ଚାୟତ ବାଲିଆପଶିଠାରେ...

ରାଜ୍ୟପାଳଙ୍କ ଏଡିସି ଭାବେ ନିଯୁକ୍ତ ହେଲେ ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ

ଭୁବନେଶ୍ୱର: ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ ସୋମବାର ଦିନ ଓଡ଼ିଶା...

କୁହୁଡ଼ି ପାଇଁ ମୋଦୀଙ୍କ ବିମାନ ବିଳମ୍ବ

ସମାଜ ଲାଇଭ ଡ଼େସ୍କ : ଘନ କୁହୁଡ଼ି ଜାତୀୟ ଦିଲ୍ଲୀକୁ ଘେରି...

Related Articles

Popular Categories