www.samajalive.in
Tuesday, December 9, 2025
17.1 C
Bhubaneswar

ଖରାଛୁଟିକୁ ନେଇ ବଡ ଘୋଷଣା: ପାଗ ଦେଖି ଖୋଲିବ ସ୍କୁଲ

ଭୁବନେଶ୍ବର : ପ୍ରବଳ ଗୁଳୁଗୁଳିକୁ ଦେଖି ସ୍କୁଲ ଖୋଲିବା ନିଷ୍ପତ୍ତି ବଦଳିଛି । ପ୍ରଥମରୁ ଦ୍ବାଦଶ ଶ୍ରେଣୀ ପର୍ଯ୍ୟନ୍ତ ପିଲାଙ୍କ ପାଇଁ ନିଷ୍ପତ୍ତି ବଦଳିଲା । ତଦନୁସାରେ ପାଗକୁ ଦେଖି ସମ୍ପୃକ୍ତ ଜିଲାର ଜିଲାପାଳମାନେ ନିଷ୍ପତ୍ତି ନେବେ ବୋଲି ସୂଚନା ଦେଇଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ।

ପାଣିପାଗ ବିଭାଗ ସୂଚନାକୁ ଭିତ୍ତି କରି ସ୍କୁଲ ଖୋଲିବା ନିଷ୍ପତ୍ତି ଗ୍ରହଣ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଏହି ନିର୍ଦ୍ଦେଶ ଅନୁଯାୟୀ ଜିଲାପାଳମାନେ ନିଜ ନିଜ ଜିଲାର ପାଣିପାଗ ସ୍ଥିତିକୁ ନେଇ ସରକାରୀ, ବେସରକାରୀ ଓ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକର ପ୍ରଥମରୁ ଦ୍ଵାଦଶ ଶ୍ରେଣୀ ପର୍ଯ୍ୟନ୍ତ ଛୁଟି ଘୋଷଣା କରିବେ କିମ୍ବା ସମୟ ନିର୍ଘଣ୍ଟ ପରିବର୍ତ୍ତନ କରିବେ। ଯେଉଁଠି ପାଗ ଅନୁକୂଳ ଥିବ ସେଠାରେ ସକାଳ ସାଢେ ୬ରୁ ସାଢେ ୧୦ ଯାଏଁ ସ୍କୁଲ ଚାଲିବ । ଏହି ନିର୍ଦ୍ଦେଶ ୨୦ ତାରିଖ ପର୍ଯ୍ୟନ୍ତ ବଳବତ୍ତର ରହିବ ବୋଲି ସୂଚନା ଦିଆଯାଇଛି । କହିରଖୁଛୁ ପୂର୍ବରୁ ୧୮ ତାରିଖରେ ସ୍କୁଲ ଖୋଲିବାକୁ ଘୋଷଣା ହୋଇଥିବାବେଳେ ପ୍ରବଳ ଖରାକୁ ନଜରରେ ରଖି ଛୁଟି ବଢାଇବା ପାଇଁ ଆବେଦନ କରିଥିଲା ଓଷ୍ଟା ।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories