www.samajalive.in
Sunday, December 14, 2025
26.1 C
Bhubaneswar

ମୁକୁଳା ଡ୍ରେନରୁ ଉଦ୍ଧାର ନାବାଳକକୁ ମୃତ ଘୋଷଣା କଲେ ଡାକ୍ତର

ଭୁବନେଶ୍ୱର : ମୁକୁଳା ଡ୍ରେନରେ ଖସିପଡିଥିବା ନାବାଳକକୁ କ୍ୟାପିଟାଲ ହସ୍ପିଟାଲରେ ମୃତ ଘୋଷଣା କରାଯାଇଛି । ଅନେକ ସମୟର ପ୍ରଚେଷ୍ଟା ପରେ ଉଦ୍ଧାର କରି ଶିଶୁକୁ ହସ୍ପିଟାଲରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଥିଲା କିନ୍ତୁ ଡାକ୍ତର ତାକୁ ମୃତ ଘୋଷଣା କରିଛନ୍ତି । ମୃତ ବାଳକଙ୍କ ନାଁ ଏସ କେ ରାଜେଶ୍ । ଭୁବନେଶ୍ୱର ମସଜିଦ୍ କଲୋନୀ ପାଖ ଡ୍ରେନରେ ଏକ ବେଲୁନ ଭାସିଯାଉଥିବା ସମୟରେ ସେ ଆଣିବାକୁ ଯାଇ ଖସିପଡିଥିଲା । ପ୍ରବଳ ବର୍ଷା ଯୋଗୁଁ ଶିଶୁଟି ଡ୍ରେନରେ ଭାସି ଯାଇଥିଲା ।  ଅନେକ ସମୟ ଧରି ଚେଷ୍ଟା ପରେ ବାଳକକୁ ଲକ୍ଷ୍ମୀସାଗର ଓସ୍କାର ସିଟି ନିକଟ ନାଳରୁ ଉଦ୍ଧାର କରି ଚିକିତ୍ସା ପାଇଁ  କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ତେବେ ଡାକ୍ତର ତାକୁ ମୃତ ଘୋଷଣା କରିଛନ୍ତି । ଅନ୍ୟପଟେ ସରକାରଙ୍କ ତରଫରୁ କ୍ଷତିପୂରଣ ବାବଦକୁ ୪ ଲକ୍ଷ ଟଙ୍କା ପ୍ରଦାନ କରାଯିବ ବୋଲି ମେୟର ସୁଲୋଚନା ଦାସ ସୂଚନା ଦେଇଛନ୍ତି ।

Hot this week

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

Related Articles

Popular Categories