www.samajalive.in
Sunday, December 14, 2025
19.1 C
Bhubaneswar

୩ଦିନ ଥରିବ ଉତ୍ତର ଓଡ଼ିଶା

ଭୁବନେଶ୍ବର : ଦକ୍ଷିଣ ଓଡ଼ିଶା ଉପକୂଳ ଏବଂ ଆନ୍ଧ୍ରପ୍ରଦେଶର ଉତ୍ତର ଉପକୂଳ ମଧ୍ୟରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଦକ୍ଷିଣ ଏବଂ ଉପକୂଳ ଓଡ଼ିଶାରେ ଶୀତ ପ୍ରକୋପ ସାମାନ୍ୟ କମିଛି। ଫୁଲବାଣୀ ଓ ଦାରିଙ୍ଗବାଡ଼ିରେ ଲାଗିରହିଥିବା ପ୍ରଚଣ୍ଡ ଜାଡ଼ରୁ ସାମୟିକ ଆଶ୍ବସ୍ତି ମିଳିଛି। ମାତ୍ର ପଶ୍ଚିମ ଓ ଉତ୍ତର ଓଡ଼ିଶାରେ ଜାଡ଼ରୁ ତ୍ରାହି ମିଳୁନି। ଗତ ୨୪ଘଣ୍ଟା ମଧ୍ୟରେ ରାଜ୍ୟର ସର୍ବନିମ୍ନ ତାପମାତ୍ରା ସୁନ୍ଦରଗଡ଼ରେ ସବୁଠୁ କମ୍ ୯ଡ଼ିଗ୍ରୀ ସେଲସିୟସ ରେକର୍ଡ଼ କରାଯାଇଛି। ବାଲେଶ୍ବର, କେନ୍ଦୁଝର, ତାଳଚେର ଓ ସୋନପୁରରେ ପାରଦ ୯ରୁ ୧୧ଡ଼ିଗ୍ରୀ ମଧ୍ୟରେ ଥିବାବେଳେ ବାରିପଦା, ଝାରସୁଗୁଡ଼ା, ସମ୍ବଲପୁର, ଫୁଲବାଣୀ ଆଦି ସହରରେ ସର୍ବନିମ୍ନ ତାପମାତ୍ରା ୧୧ରୁ ୧୨ଡ଼ିଗ୍ରୀ ମଧ୍ୟରେ ରହିଛି। ରାଜ୍ୟର ୧୦ଟି ସ୍ଥାନରେ ରାତିର ସର୍ବନିମ୍ନ ତାପମାତ୍ରା ୧୨ଡ଼ିଗ୍ରୀ ତଳେ ରହିଛି। ରାଜ୍ୟର ସର୍ବନିମ୍ନ ତାପମାତ୍ରା ସ୍ବାଭାବିକଠାରୁ ୩ଡ଼ିଗ୍ରୀ କମ ରହିଛି। ଆସନ୍ତା ତିନିଦିନ ପର୍ଯ୍ୟନ୍ତ ରାଜ୍ୟରେ ଶୀତ ଲହରୀ ଲାଗିରହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି। ଘୂର୍ଣ୍ଣିବଳୟ ପ୍ରଭାବରେ ଶୁକ୍ରବାର ରାଜ୍ୟର ଅଧିକାଂଶ ଅଞ୍ଚଳରେ ପାଗ କୋହଲା ରହିବା ସହିତ ଗୋପାଳପୁରରେ ସବାଧିକ ୧୨ ମିମି ବର୍ଷା ହୋଇଥିବା ପାଣିପାଗ କେନ୍ଦ୍ର ପକ୍ଷରୁ ରେକର୍ଡ଼ କରାଯାଇଛି। ପ୍ରାୟ ସବୁ ଜିଲାରେ ଦିନର ସର୍ବାଧିକ ତାପମାତ୍ରା ହ୍ରାସ ପାଇଛି।

Hot this week

ମାଲକାନଗିରି ହିଂସା: ୧୨ ଗିରଫ

ସମାଜଲାଇଭ ଡ଼େସ୍କ: ମହିଳାଙ୍କ ମୃତ୍ୟୁ ଘଟଣାକୁ ନେଇ ମାଲକାନଗିରିରେ ସୃଷ୍ଟି ହୋଇଥିବା...

ଭାରତର ଦମଦାର ବୋଲିଂ: ଦକ୍ଷିଣ ଆଫ୍ରିକା ୧୧୭ରେ ଅଲଆଉଟ

ସମାଜଲାଇଭ ଡେସ୍କ: ୩ୟ ଟି-୨୦ରେ ଭାରତୀୟ ବୋଲରଙ୍କ ଦମଦାର ବୋଲିଂ ଦକ୍ଷିଣଆଫ୍ରିକାକୁ...

under19 ଏସିଆ କପ୍ ରେ ଭାରତଠୁ ହାରିଲା ପାକିସ୍ତାନ, ବୋଲିଂରେ କମାଲ ଦେଖାଇଲେ ବୈଭବ ସୂର୍ଯ୍ୟବଂଶୀ

ସମାଜ ନ୍ୟୁଜ ଡେସ୍କ- ପୁଣି ଭାରତଠାରୁ ହାରିଲା ପାକିସ୍ତାନ । under-19...

ସିଡ୍‌ନୀ ଗୁଳିକାଣ୍ଡ: ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି

ସିଡନୀ: ସିଡନୀର ବଣ୍ଡି ବିଚ୍‌ ଗୁଳିକାଣ୍ଡରେ ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି...

ସାଂସଦ ଅପରାଜିତା ଷଡ଼ଙ୍ଗୀଙ୍କ ଝିଅ ବିବାହ ଭୋଜି ଅନୁଷ୍ଠିତ

ଭୁବନେଶ୍ୱର: ସାସଂଦ ଅପରାଜିତା ଷଡଙ୍ଗୀଙ୍କ ଝିଅଙ୍କ ବିବାହ ଭୋଜି ରବିବାର ଭୁବନେଶ୍ଵର...

Related Articles

Popular Categories