www.samajalive.in
Tuesday, December 9, 2025
19.1 C
Bhubaneswar

ମା’କୁ ଦୁଷ୍କର୍ମ ଓ ହତ୍ୟା ପରେ ଝିଅକୁ ପଥରରେ ଛେଚି ହତ୍ୟା ଅଭିଯୋଗ

ଭଦ୍ରକ : ଭଦ୍ରକ ଗ୍ରାମାଞ୍ଚଳ ଥାନା ଅଧିନସ୍ଥ ରାଇମଣୀ ଛକ ନିକଟରେ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ।  ମାଆକୁ ଦୁଷ୍କର୍ମ ପରେ ହତ୍ୟା ସହିତ  ଝିଅକୁ  ପଥରରେ ଚେଛି ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି ।  ସୂଚନା ଅନୁଯାୟୀ ଜଳଙ୍ଗା ଅଞ୍ଚଳର ସୁକାନ୍ତି ମୁଣ୍ଡା ନିଜ ସ୍ୱାମୀ ରାଜୁ ମୁଣ୍ଡା ଓ ୬ ବର୍ଷୀୟ ଝିଅ ସହ ରାଇମଣିରେ  ରହି  ଦିନ ମଜୁରିଆ କାମ କରୁଥିଲେ। ଆଜି ସକାଳୁ ମାଆ ଓ ଝିଅ ମେଡିକାଲ ଯାଇଥିଲେ। ପରେ ସ୍ଥାନୀୟ ଲୋକେ ମାଆ ସୁକାନ୍ତି ମୁଣ୍ଡାଙ୍କ  ମୃତଦେହ ଦେଖିଥିଲେ। ସେହି ସ୍ଥାନରେ ଜଣେ ନାବାଳକକୁ ଦେଖି ସନ୍ଦେହ ହେବାରୁ ଲୋକେ ପୁଲିସକୁ ଖବର ଦେଇଥିଲେ।

ତେବେ କିଛି ସମୟ ପରେ ମୃତ ମହିଳାଙ୍କ ୬ ବର୍ଷୀୟ ଝିଅର ମୃତଦେହ ଘଟଣାସ୍ଥଳରୁ ଏକ କିଲୋମିଟର ଦୂରରେ ଥିବା ଏକ ପୋଲ ତଳୁ ରକ୍ତାକ୍ତ ଅବସ୍ଥାରେ  ମିଳିଥିଲା। ସ୍ଥାନୀୟ ଲୋକେ ନାବାଳକକୁ  ଧରି ଗ୍ରାମାଞ୍ଚଳ ପୁଲିସକୁ ଦେଇଥିଲେ। ନାବାଳକ ଜଣକ ମହିଳାଙ୍କୁ ଦୁଷ୍କର୍ମ କରିଥିବା ଓ ଝିଅ ଦେଖିଦେବାରୁ ଝିଅକୁ ପଥରରେ ଛେଚି ହତ୍ୟା କରିଥିବା ଅଭିଯୋଗ ଆଣିଛନ୍ତି ମୃତକଙ୍କ ସ୍ୱାମୀ ରାଜୁ ମୁଣ୍ଡା ।  ଘଟଣାସ୍ଥଳରେ ଗ୍ରାମାଞ୍ଚଳ ଥାନାଧିକାରୀ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି ।

ରାସନକାର୍ଡ ଓ ଆବାସରୁ ବଞ୍ଚିତ ଯୋଗ୍ୟ ହିତାଧିକାରୀଙ୍କ ଧାରଣା  

- Advertisement -

Hot this week

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

ପ୍ରଥମେ ବ୍ୟାଟିଂ କରିବ ଭାରତ

କଟକ: ଆଉ ମାତ୍ର କିଛି ସମୟର ଅପେକ୍ଷା। କଟକ ବାରବାଟୀ ଷ୍ଟାଡିୟମରେ...

Related Articles

Popular Categories