www.samajalive.in
Monday, December 15, 2025
27.1 C
Bhubaneswar

ମୌସୁମୀ ଅଗ୍ରସର ପାଇଁ ପାଗ ଅନୁକୂଳ:ଉପକୂଳରେ ଆଉ ୨ ଦିନ ଗୁଳୁଗୁଳି

ଭୁବନେଶ୍ବର: ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଦକ୍ଷିଣ ଓଡ଼ିଶାର ମାଲକାନଗିରି ଏବଂ କୋରାପୁଟ ଜିଲାରେ ସକ୍ରିୟ ରହିଛି। ପାଗ ଅନୁକୂଳ ଥିବାରୁ ଆସନ୍ତା ୨ରୁ ୩ଦିନ ମଧ୍ୟରେ ଆଉ କିଛି ଅଞ୍ଚଳକୁ ଛୁଇଁବାର ସମ୍ଭାବନା ରହିଛି। ମହାରାଷ୍ଟ୍ର, ଛତିଶଗଡ, ଓଡ଼ିଶା, ଆନ୍ଧ୍ର ଉପକୂଳ, ଉତ୍ତର-ପଶ୍ଚିମ ବଙ୍ଗୋପସାଗର, ବିହାର, ଝାଡଖଣ୍ଡ ଏବଂ ପଶ୍ଚିମବଙ୍ଗର ଆଉ କିଛି ଅଞ୍ଚଳକୁ ମୌସୁମୀ ଅଗ୍ରସର ହୋଇପାରେ ବୋଲି ପାଣିପାଗ ବିଭାଗ ସୂଚନା ଦେଇଛି। ଆଭ୍ୟନ୍ତରୀଣ ଓଡ଼ିଶାର କିଛି ଅଞ୍ଚଳରେ ଗ୍ରୀଷ୍ମପ୍ରବାହ ଲାଗି ରହିଥିବାବେଳେ ଉପକୂଳରେ ଗରମ ଏବଂ ଗୁଳୁଗୁଳି ଅନୁଭୂତ ହେଉଛି। ଆସନ୍ତା ୨ଦିନ ପର୍ଯ୍ୟନ୍ତ ଗରମ ଏବଂ ଗୁଳୁଗୁଳି ଲାଗିରହିବ। ବୁଧବାର ନୂଆପଡାରେ ସର୍ବାଧିକ ତାପମାତ୍ରା ୪୨.୩ ଡିଗ୍ରୀ ରେକର୍ଡ ହୋଇଥିବାବେଳେ ବୌଦ୍ଧ ୪୦.୮, ସୁବର୍ଣ୍ଣପୁର ୪୦.୫, ଟିଟିଲାଗଡ ୪୧, ବଲାଙ୍ଗିର ୪୨.୨, ତାଳଚେର ୪୦, ବରିପଦା ୪୧.୪, ଭୁବନେଶ୍ବର ୩୬.୬ ଏବଂ କଟକରେ ୩୭ ଡିଗ୍ରୀ ରେକର୍ଡ ହୋଇଛି। ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ରର ପୂର୍ବାନୁମାନ, ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଦିନ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ସମ୍ଭାବନା ନାହିଁ; କିନ୍ତୁ ପରବର୍ତ୍ତୀ ସମୟରେ ତାପମାତ୍ରା ୨ରୁ ୪ଡିଗ୍ରୀ ପର୍ଯ୍ୟନ୍ତ ହ୍ରାସ ପାଇବ। ସୁନ୍ଦରଗଡ, ଝାରସୁଗୁଡା, କେନ୍ଦୁଝର ଏବଂ ମୟୂରଭଞ୍ଜ ଜିଲାରେ କାଳବୈଶାଖୀ ପ୍ରଭାବରେ ଘଡଘଡି ସହ ବର୍ଷା ସମ୍ଭାବନା ରହିଛି। ଉପକୂଳବର୍ତ୍ତୀ ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ଖୋର୍ଦ୍ଧା ଏବଂ ଗଜପତି ଜିଲାର ବାୟୁମଣ୍ଡଳ ଉଷ୍ଣ ରହିବା ସମ୍ଭାବନା ରହିଛି। ପାଣିପାଗ ବିଶେଷଜ୍ଞ ପ୍ରଫେସର ସୁରେନ୍ଦ୍ରନାଥ ପଶୁପାଳକ କହିଛନ୍ତି, ଆସନ୍ତା ୨୮ ତାରିଖ ପର୍ଯ୍ୟନ୍ତ ରାଜ୍ୟର ଅନେକ ସ୍ଥାନରେ ପାଗ ମେଘୁଆ ବା ଆଂଶିକ ମେଘୁଆ ରହିବା ସହିତ କିଛି ଅଞ୍ଚଳରେ ବିଜୁଳି ଘଡଘଡି ସହ ବର୍ଷା ହୋଇପାରେ। ୨୪ ଓ ୨୫ ତାରିଖରେ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ଜିଲାରେ ବର୍ଷା ପରିମାଣ ବଢିବ। ୨୪ ତାରିଖରେ ଉତ୍ତର ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ସମ୍ଭାବନା ଥିବାରୁ ୨୮ରୁ ବର୍ଷା ପରିମାଣ ଆହୁରି ବଢିବ।

Hot this week

କୁହୁଡ଼ି ପାଇଁ ମୋଦୀଙ୍କ ବିମାନ ବିଳମ୍ବ

ସମାଜ ଲାଇଭ ଡ଼େସ୍କ : ଘନ କୁହୁଡ଼ି ଜାତୀୟ ଦିଲ୍ଲୀକୁ ଘେରି...

ମେସିଙ୍କ ବିମାନ ବିଳମ୍ବ

ସମାଜ ଲାଇଭ ଡ଼େସ୍କ : ଦିଲ୍ଲୀରେ ପ୍ରବଳ ମାତ୍ରାରେ ପ୍ରଦୂଷଣ ଯୋଗୁଁ...

ବିଶିଷ୍ଟ ଦନ୍ତ ଚିକିତ୍ସକ ପ୍ରୋଫେସର ଡକ୍ଟର ସୁଶାନ୍ତ ମହାନ୍ତି ISPPD ଅଧ୍ୟକ୍ଷ ଭାବେ ନିର୍ବାଚିତ

ଭୁବନେଶ୍ୱର: ଇଣ୍ଡିଆନ୍‌ ସୋସାଇଟି ଅଫ୍‌ ପେଡୋଡଣ୍ଟିକ୍ସ ଏଣ୍ଡ ପ୍ରିଭେନ୍ଟିଭ୍‌ ଡେଣ୍ଟିଷ୍ଟ୍ରି (ISPPD)...

ମଣ୍ଡେଇ ସାଂସ୍କୃତିକ ମଞ୍ଚରେ ବାଘ-ଛେଳି ଛକାପଞ୍ଝା

ନବରଙ୍ଗପୁର: ସାଂସ୍କୃତିକ ମଞ୍ଚ ପାଲଟିଲା ରାଜନୈତିକ ମଞ୍ଚ । ଲକ୍ଷାଧିକ ଦର୍ଶକ...

ମୁଖ୍ୟ ସୂଚନା ଆୟୁକ୍ତ ଭାବେ ଶପଥ ନେଲେ ରାଜ କୁମାର ଗୋୟଲ

ସମାଜ ଲାଇଭ ଡ଼େସ୍କ : ପୂର୍ବତନ ଭାରତୀୟ ପ୍ରଶାସନିକ ଅଧିକାରୀ ରାଜ...

Related Articles

Popular Categories