www.samajalive.in
Monday, December 8, 2025
17.1 C
Bhubaneswar

ଆୟତ୍ତ ହେଲା ଆପାର୍ଟମେଣ୍ଟ ନିଆଁ, ସମସ୍ତେ ସୁରକ୍ଷିତ ଉଦ୍ଧାର

ଭୁବନେଶ୍ଵର: ପଟିଆ ଛକ ନିକଟ ଏକ ଆପାର୍ଟମେଣ୍ଟରେ ଅଗ୍ନିକାଣ୍ଡ । ଦୀର୍ଘ ସମୟ ପରେ ନିଆଁକୁ ଆୟତ୍ତ କରିଛି ଅଗ୍ନିଶମ ବାହିନୀ। ଆପାର୍ଟମେଣ୍ଟର ଅଷ୍ଟମ ମହଲାରେ ଭୟଙ୍କର ଭାବେ ନିଆଁ ଲାଗିଥିଲା। ପ୍ରାୟ ୪୫ ମିନିଟ୍ ର ଅପରେସନ୍ ପରେ ଅଗ୍ନିଶମ ବାହିନୀ ନିଆଁକୁ ଆୟତ୍ତ କରିବା ସହ ସୁରକ୍ଷିତ ଭାବେ ଲୋକଙ୍କୁ ଉଦ୍ଧାର କରିଛି। ଆଜି ସକାଳୁ ପଟିଆ ଛକ ନିକଟରେ ଥିବା କେ କେ ପ୍ଲାଜା ନାମକ ଆପାର୍ଟମେଣ୍ଟର ଅଷ୍ଟମ ମହଲାରୁ ନିଆଁ ବାହାରୁଥିବା ଦେଖିବାକୁ ମିଳିଥିଲା। କିଛି ସମୟ ପରେ ଏହା ଚାରିଆଡକୁ ବ୍ୟାପିବାକୁ ଲାଗିଥିଲା। ଖବର ପାଇ ତୁରନ୍ତ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁ ଆୟତ୍ତ କରିବାକୁ ଚେଷ୍ଟା କରିଥିଲା। ଦୀର୍ଘ ସମୟର ଅକ୍ଲାନ୍ତ ପରିଶ୍ରମ ପରେ ନିଆଁକୁ ଆୟତ୍ତ କରାଯାଇଥିଲା। ଚାରିଆଡେ ଧୂଆଁ ଖେଳିଯାଇଥିବାରୁ କିଛି ଲୋକ ଅଣନିଃଶ୍ଵାସୀ ହୋଇପଡିଥିବା ଅଭିଯୋଗ କରିଥିବା ବେଳେ ସର୍ଟ ସର୍କିଟ୍ ରୁ ନିଆଁ ଲାଗିଥିବା ଜଣାପଡିଛି।

Hot this week

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

ହି-ମ୍ୟାନ୍‌ଙ୍କୁ ଜନ୍ମଦିନର ଶୁଭେଚ୍ଛା

ନୂଆଦିଲ୍ଲୀ: ଆଜି ବଲିଉଡର ଦିବଂଗତ ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ୯୦ତମ ଜନ୍ମଦିନ।...

ଟ୍ରାକ୍ଟର ଧକ୍କାରେ ଯୁବକ ମୃତ, ରସ୍ତାରୋକୋ

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ମୋଟେର ଫାଣ୍ଡି ନିକଟ ଧାନ ମଣ୍ଡି...

Related Articles

Popular Categories