www.samajalive.in
Wednesday, December 10, 2025
14.1 C
Bhubaneswar

ଶୋଇବାବେଳେ ଦଂଶିଲା ସାପ, ଚାଲିଗଲା ନାବାଳିକା ଜୀବନ

ଝୁମ୍ପୁରା: ଝୁମ୍ପୁରା ବ୍ଲକ ବାରିଆ ଥାନା ଅନ୍ତର୍ଗତ ବଡଡୁମୁରିଆ ଗ୍ରାମର ଜଣେ ନାବାଳିକାଙ୍କର ବିଷାକ୍ତ ସାପ କାମୁଡ଼ାରେ ମୃତ୍ୟୁ ଘଟିଛି। ମିଳିଥିବା ସୂଚନା ମୁତାବକ, ବଡଡୁମୁରିଆ ଗ୍ରାମର ହରି ନାଏକଙ୍କ ଝିଅ କାନ୍ଦରୀ ନାଏକ(୧୫) ବୁଧବାର ରାତିରେ ପରିବାର ଲୋକଙ୍କ ସହିତ ଏକାଠି ବସି ଖାଇବା ପରେ ଶୋଇବାକୁ ଯାଇଥିଲେ। ବିଳମ୍ବିତ ରାତିରେ କାନ୍ଦରୀଙ୍କୁ ଏକ ବିଷାକ୍ତ ସାପ କାମୁଡ଼ି ଦେଇଥିଲା। ସାପ କାମୁଡ଼ିବା ସମ୍ପର୍କରେ ପରିବାର ଲୋକଙ୍କୁ ଅବଗତ କରିଥିଲେ କାନ୍ଦରୀ। ପରିବାର ଲୋକେ ସଙ୍ଗେ ସଙ୍ଗେ କେନ୍ଦୁଝର ଜିଲା ମୁଖ୍ୟ ଚିକିତ୍ସାଳୟକୁ ନେଇଥିଲେ। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ସାପ କାମୁଡ଼ାରେ ନାବାଳିକାଙ୍କ ମୃତ୍ୟୁ ହୋଇଥିବା ସମ୍ପର୍କରେ ବାରିଆ ପୁଲିସ ଖବର ପାଇ ଡାକ୍ତରଖାନାରେ ପହଞ୍ଚି ମୃତଦେହ ଜବତ କରିଛି ଏବଂ ଏକ ମାମଲା ରୁଜୁ କରିବା ପରେ ବ୍ୟବଛେଦ ପାଇଁ ପଠାଇଥିବା ଜଣାଯାଇଛି।

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories