www.samajalive.in
Thursday, December 11, 2025
14.1 C
Bhubaneswar

ଶ୍ରୀଗୋପୀନାଥ ଦେବଙ୍କ ପ୍ରସିଦ୍ଧ ଚମ୍ପକଦ୍ୱାଦଶୀ ପର୍ବ ଓ ବାଣଯାତ୍ରା ଧୁମ୍‌‌ଧାମ୍‌‌ରେ ସଂପନ୍ନ

ପିପିଲି : ପିପିଲି ନିକଟବର୍ତ୍ତୀ ଦାଣ୍ଡମୁକୁନ୍ଦପୁର ଗ୍ରାମର ଆରାଧ୍ୟ ଠାକୁର ପ୍ରଭୁ ଶ୍ରୀ ଶ୍ରୀଗୋପୀନାଥ ଦେବଙ୍କ ପ୍ରସିଦ୍ଧ ଚମ୍ପକଦ୍ୱାଦଶୀ ପର୍ବ ଓ ବାଣଯାତ୍ରା ସମାରୋହ  ସଂପନ୍ନ ହୋଇଛି । ଏଥିପାଇଁ ତିନିଦିନ ଧରି ଗ୍ରାମ ଉତ୍ସବମୁଖର ହୋଇଉଠିଥିଲା।

ପରମ୍ପରା ଅନୁଯାଇ ଜ୍ୟେଷ୍ଠମାସ ଶୁକ୍ଳପକ୍ଷ ଏକାଦଶୀ ତିଥିରେ ତଥା ମଙ୍ଗଳବାର ରାତିରେ ପ୍ରଭୁ ଶ୍ରୀଗୋପୀନାଥ ଦେବଙ୍କ ମନ୍ଦିର ପରିସରରେ ପ୍ରଭୁ ଶ୍ରୀକୃଷ୍ଣଙ୍କ ସହ ରୁକ୍ମିଣୀଙ୍କ ବିବାହ ଉତ୍ସବ ଧୁମଧାମରେ ସଂପନ୍ନ ହୋଇଥିଲା । ଦ୍ୱାଦଶୀ ତିଥି ତଥା ବୁଧବାର ରାତ୍ରୀରେ ଏକ ସୁସଜ୍ଜିତ ବିମାନରେ ଶ୍ରୀଗୋପୀନାଥ ଦେବଙ୍କ ଚଳନ୍ତି ପ୍ରତିମା ଶ୍ରୀମଦନମୋହନ, ଶ୍ରୀନୀଳକଣ୍ଠେଶ୍ୱରଦେବ ଓ ଶ୍ରୀବାଲୁଙ୍କେଶ୍ୱରଦେବଙ୍କୁ ଏକ ବର୍ଣ୍ଣାଢ୍ୟ ଶୋଭାଯାତ୍ରାରେ ଗ୍ରାମ ପରିକ୍ରମା କରାଯାଇଥିବା ବେଳେ ଘଣ୍ଟ,ଘଣ୍ଟା, ମୃଦଙ୍ଗ, ଢୋଲ, ମହୁରୀ ନାଦରେ ସମଗ୍ର ଅଞ୍ଚଳ ପ୍ରକମ୍ପିତ ହୋଇଥିଲା । ପ୍ରତ୍ୟେକ ପରିବାର ପକ୍ଷରୁ ଠାକୁରମାନଙ୍କୁ ଦ୍ୱାରିଭୋଗ ଅର୍ପଣ କରାଯିବା ପରେ ବିଳମ୍ବିତ ରାତ୍ରୀରେ ଠାକୁରମାନଙ୍କୁ ଗ୍ରାମର ବାଣମରା ଛକ (ଦଣ୍ଡାମୁଣ୍ଡ ଛକ) ଠାରେ ଖୁଣ୍ଟି ଲାଗି କରାଯାଇଥିଲା।

- Advertisement -

ତ୍ରୟୋଦଶୀ ତିଥି ତଥା ଗୁରୁବାର ସକାଳ ୯ଟାରେ ଠାକୁର ମାନଙ୍କ ସମ୍ମୁଖରେ ପାରମ୍ପରିକ କାଠଚକ୍ର ବାଣ ପ୍ରଦର୍ଶନ କରାଯାଇଥିଲା । ପ୍ରଶାସନର କଟକଣା ଯୋଗୁଁ ଚଳିତ ବର୍ଷ କେବଳ ପରମ୍ପରାକୁ ବଞ୍ଚାଇ ରଖିବା ପାଇଁ ଠାକୁରଙ୍କ ବିଧି ରକ୍ଷା କରାଯାଇ ୪୨ଟି କାଠଚକ୍ର ସ୍ଥାନରେ କେବଳ ମାତ୍ର ୬ଟି କାଠଚକ୍ର ବାଣ ପ୍ରଦର୍ଶନ କରାଯାଇଥିଲା। ବିରାଟ ଗୋଲାକାର କାଠଗଣ୍ଡିରେ ନିର୍ମିତ ଏହି ବାଣଗୁଡିକ ପ୍ରଚୁର ନିଆଁ ଓ ଧୁଆଁ ମଧ୍ୟରେ ଗର୍ଜ୍ଜନ କରି ଏକ ଲୌହଦଣ୍ଡ ଉପରେ ବୁଲିବା ଦୃଶ୍ୟକୁ ଦର୍ଶକ ମାନେ ମନଭରି ଉପଭୋଗ କରିଥିଲେ। ବାଣ ଦୁର୍ଘଟଣାକୁ ଏଡାଇବା ପାଇଁ କାଠଚକ୍ର ବାଣ ଚତୁଃପାର୍ଶରେ ଲୁହା ଜାଲି ଲଗାଯାଇଥିଲା ।

Hot this week

ଗାଡି କାହାର, ଫାଇନ ଦେବ କିଏ ? କଳହାଣ୍ଡି ଆରଟିଓଙ୍କ ଅଜବ ନୀତି

ଭବାନୀପାଟଣା - କଳାହାଣ୍ଡି ଆରଟିଓ ଙ୍କ ଏକ ଚାଲାଣ ଏବେ ମୋବାଇଲ...

ଆଠଗଡରୁ ନିଖୋଜ ଦୁଇ ନାବାଳିକା ଉଦ୍ଧାର

ଆଠଗଡ - ଆଠଗଡରୁ ଗତ ଡିସେମ୍ବର ୧ ତାରିଖରୁ ନିଖୋଜ ଥିବା...

ଘାଟିରେ ଗ୍ୟାସ ଟ୍ୟାଙ୍କର ଓଲଟିଲା : ଗ୍ୟାସ ନିର୍ଗତ ନେଇ ସୂଚନା ନାହିଁ

ଭବାନୀପାଟଣା -     ଛତିଗୁଡ଼ା ନିକଟସ୍ଥ ବଞ୍ଜାରି ଘାଟିରେ ଏକ ଗ୍ୟାସ...

ମୋବାଇଲ ପାଇଁ -ପୁଅର ଟାଙ୍ଗିଆ ଚୋଟରେ ବାପା ମୃତ

ରାୟଗଡ଼ା,: ମୋବାଇଲ ପାଇଁ ଟଙ୍କା ନଦେବାରୁ ହତ୍ୟାକାଣ୍ଡ। ପୁଅର ଟଙ୍ଗିଆ ଚୋଟରେ...

ତ୍ରିକୋଣୀୟ ପ୍ରେମ ସମ୍ପର୍କର କରୁଣ କାହାଣୀ-ପୁର୍ବତନ ପ୍ରେମିକକୁ ହତ୍ୟା କରି ପ୍ରେମୀ ଓ ପ୍ରେମିକ ଗିରଫ

ସମ୍ବଲପୁର : ସ୍ଥାନୀୟ କ୍ଷେତରାଜପୁର ଥାନା ଅନ୍ତର୍ଗତ ଲକ୍ଷ୍ମୀ ଡୁଙ୍ଗୁରୀ ପାହାଡ...

Related Articles

Popular Categories