www.samajalive.in
Friday, December 5, 2025
20.1 C
Bhubaneswar

ପୁଲୱାମାରେ ସୁରକ୍ଷାକର୍ମୀ ଓ ଆତଙ୍କବାଦୀ ମୁହାଁମୁହିଁ; ୪ ଆତଙ୍କବାଦୀ ନିହତ

ଜାମ୍ମୁ: କାଶ୍ମୀରର ପୁଲୱାମା ଜିଲାରେ ସୁରକ୍ଷାକର୍ମୀ ଓ ଆତଙ୍କବାଦୀ ମଧ୍ୟରେ ଶନିବାର ସକାଳେ ଗୁଳିବିନିମୟ ହୋଇଛି । ଏଥିରେ ୪ ଜଣ ଆତଙ୍କବାଦୀ ନିହତ ହୋଇଥିବା ଜଣାପଡିଛି । ପୁଲୱାମା ଜିଲାର ରାଜାପୋରାରେ ଆତଙ୍କବାଦୀ ଲୁଚି ରହିଥିବା ବିଶେଷ ସୂତ୍ରରୁ ଖବର ପାଇ ସୁରକ୍ଷାକର୍ମୀ ସର୍ଚ୍ଚ ଅପରେସନ ଚଳାଇଥିଲା। ଏହି ସମୟରେ ଆତଙ୍କବାଦୀ ସୁରକ୍ଷାକର୍ମୀଙ୍କ ଉପରକୁ ଗୁଳି ଚଳାଇଥିଲେ । ସୁରକ୍ଷାକର୍ମୀ ମଧ୍ୟ ଏହାର ପାଲଟା ଜବାବ ଦେଇଥିଲେ । ପରେ ଉଭୟ ପଟରୁ ଗୁଳିବିନିମୟ ହୋଇଥିଲା । ସୁରକ୍ଷାକର୍ମୀଙ୍କ ଗୁଳିରେ ୪ ଜଣ ଆତଙ୍କବାଦୀ ଘଟଣାସ୍ଥଳରେ ନିହତ ହୋଇଛନ୍ତି । ସୁରକ୍ଷାକର୍ମୀ ସ୍ଥାନୀୟ ଅଞ୍ଚଳରକୁ ଘେରି ରହିଥିବା ଜଣାପଡିଛି । ସୁରକ୍ଷାର୍କମୀଙ୍କ ତଲାସୀ ଅଭିଯାନ ବେଳେ ଜାମ୍ମୁର ସାମ୍ବା ସେକ୍ଟରରେ ମାଟି ତଳୁ ଏକ ୪୭ ରାଇଫଲ ଏବଂ ଗୋଳା ବାରୁଦ ଜବତ ହୋଇଛି ।

ସୂଚନାଯୋଗ୍ୟ, ଶୁକ୍ରବାର ବିଳମ୍ବିତ ରାତିରେ ବସଷ୍ଟାଣ୍ଡ ନିକଟରେ ବିସ୍ଫୋରଣ ହୋଇଥିଲା । ବସଷ୍ଟାଣ୍ଡ ନିକଟରେ ଥିବା ଏକ ଢାବାରେ ରହସ୍ୟମୟ ପରିସ୍ଥିତିରେ ବିସ୍ଫୋରଣ ହୋଇଥିଲା। ଏଥିରେ ପାଣି ଟାଙ୍କି ସମେତ ଅନ୍ୟାନ୍ୟ ସାମଗ୍ରୀ ନଷ୍ଟ ହୋଇଥିଲା। ଘଟଣାସ୍ଥଳରେ ପୁଲିସ ପହଞ୍ଚି ତଦନ୍ତ କରିବା ସହ ସ୍ଥାନୀୟଲୋକଙ୍କୁ ପଚରାଉଚରା କରିଛି ।

Hot this week

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

ପୁଟିନଙ୍କ ସହ ସାନ୍ଧ୍ୟ ଭୋଜନ: ରାହୁଲ, ଖଡଗେ ନୁହଁନ୍ତି, ଥରୁରଙ୍କୁ ମିଳିଲା ନିମନ୍ତ୍ରଣ

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତର ଶୁକ୍ରବାର...

ମାସ୍କାସାରୁ ଜଙ୍ଗଲରେ ପୁଲିସ-ମାଓବାଦୀ ଗୁଳିବିନିମୟ

ସମାଜଲାଇଭ ଡେସ୍କ: କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ମାସ୍କାସାରୁ ଜଙ୍ଗଲରେ...

Related Articles

Popular Categories