www.samajalive.in
Sunday, December 7, 2025
16.1 C
Bhubaneswar

୩ ମାଓ ମିଲିସିଆଙ୍କ ଆତ୍ମସମର୍ପଣ

ମାଲକାନଗିରି: ମାଲକାନଗିରି ଏସପିଙ୍କ ନିକଟରେ ଗୁରୁବାର ତିନି ଜଣ ମାଓ ମିଲିସିଆ ଆତ୍ମସମର୍ପଣ କରିଛନ୍ତି। ଏମାନେ ସମସ୍ତେ ହେଉଛନ୍ତି ଛତିଶଗଡ ଦକ୍ଷିଣ ବସ୍ତର ମାଓ ସଂଗଠନର ମିଲିସିଆ ମେମ୍ବର। ଛତିଶଗଡରେ ଏବେ ସୁରକ୍ଷାକର୍ମୀଙ୍କ ପକ୍ଷରୁ ଜୋରଦାର ଅପରେସନ କରାଯାଇଥିବାବେଳେ ଭୟଭୀତ ହୋଇ ଏମାନେ ମାଲକାନଗିରି ପୁଲିସ ପାଖରେ ଆତ୍ମସମର୍ପଣ କରିଛନ୍ତି। ଆତ୍ମସମର୍ପଣ କରିଥିବା ତିନି ଜଣ ମିଲିସିଆ ହେଉଛନ୍ତି ଦେବା ମାଡଭି, ଆଡମା ମାଡକାମି ଓ ମୁକା ସୋଡି। ତିନି ଜଣଙ୍କ ଘର ଛତିଶଗଡ ସୁକୁମା ଜିଲାର ଚିନ୍ତାଗୁମ୍ଫା ଅଞ୍ଚଳରେ ବୋଲି ଜଣାପଡ଼ିଛି। ଆତ୍ମସମର୍ପଣ ପରେ ଏମାନଙ୍କୁ ଓଡ଼ିଶା ସରକାରଙ୍କ ନିୟମ ଅନୁଯାୟୀ ଥଇଥାନ କରାଯିବା ବୋଲି ମାଲକାନଗିରି ଏସ୍‌ପି ନିତେଶ ଦାଧବାନି ସୂଚନା ଦେଇଛନ୍ତି।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories