www.samajalive.in
Monday, December 8, 2025
27.1 C
Bhubaneswar

ଓଡ଼ିଶାର କ୍ରିକେଟପ୍ରେମୀଙ୍କ ପାଇଁ ଖୁସି ଖବର, ବାରବାଟୀରେ ଖେଳାଯିବ ଇଂଲଣ୍ଡ-ଭାରତ ୱାନ ଡେ ମ୍ୟାଚ

ଭୁବନେଶ୍ବର: ଓଡ଼ିଶାର କ୍ରିକେଟପ୍ରେମୀଙ୍କ ପାଇଁ ଖୁସି ଖବର। ବାରବାଟୀକୁ ଫେରିଲା ଆନ୍ତର୍ଜାତୀୟ ମ୍ୟାଚ। ଐତିହାସିକ ବାରବାଟୀ ଷ୍ଟାଡ଼ିୟମରେ ୨୦୨୫ ଫେବୃଆରୀ ୯ ତାରିଖ(ରବିବାର) ଦିନ ଭାରତ-ଇଂଲଣ୍ଡ ମଧ୍ୟରେ ଦିନିକିଆ ମ୍ୟାଚ ଖେଳାଯିବ।ଏହିଦିନ ବାରବାଟୀରେ ମୁହାଁମୁହିଁ ହେବ ଭାରତ ଓ ଇଂଲଣ୍ଡ । ଦ୍ବିତୀୟ ଦିନିକିଆରେ ଉଭୟ ଟିମ୍ ବାରବାଟୀରେ ପରସ୍ପରକୁ ଭେଟିବେ।

ଏଠାରେ ସୂଚନା ଯୋଗ୍ୟ ଯେ ୨୦୨୫ରେ ଇଂଲଣ୍ଡ ଭାରତ ଗସ୍ତରେ ଆସି ୩ଟି ଦିନିକିଆ ମ୍ୟାଚ ଖେଳିବ। ଏହି ଅବସରରେ ଭାରତ-ଇଂଲଣ୍ଡ ମଧ୍ୟରେ ୩ଟି ଦିନିକିଆ ମ୍ୟାଚ ଅନୁଷ୍ଠିତ ହେବ। ଏହି ଶୃଙ୍ଖଳାର ପ୍ରଥମ ମ୍ୟାଚ ନାଗପୁର, ଦ୍ବିତୀୟ ମ୍ୟାଚ କଟକ ଏବଂ ତୃତୀୟ ମ୍ୟାଚ ଅହମ୍ମଦାବାଦରେ ଖେଳାଯିବ।

- Advertisement -

ପ୍ରାୟ ୫ ବର୍ଷ ପରେ ବାରବାଟୀକୁ ଫେରିଲା ୱାନ ଡେ ମ୍ୟାଚ। ଶେଷ ଥର ପାଇଁ ୨୦୧୯ ଡିସେମ୍ବରରେ ୱାନ ଡେ ଖେଳାଯାଇଥିଲା। ୨୦୨୫ ଆରମ୍ଭରେ ଇଂଲଣ୍ଡ ଭାରତକୁ ଟି-୨୦ ଓ ଦିନିକିଆ ସିରିଜ ଖେଳିବାକୁ ଆସିବ। ଉଭୟ ଦଳ ମଧ୍ୟରେ ୫ ଟିକିଆ ଟି-୨୦ ସିରିଜ ହେବାକୁ ଥିବା ବେଳେ ୩ ଟିକିଆ ଦିନିକିଆ ସିରିଜ ଖେଳାଯିବ। ୨୦୧୯ ଡିସେମ୍ବର ୨୨ ତାରିଖରେ ଭାରତ ଓ ଓ୍ବେଷ୍ଟଇଣ୍ଡିଜ ପରସ୍ପରକୁ ଭେଟିଥିଲେ। ଏହି ମ୍ୟାଚରେ ଭାରତ ଓ୍ବେଷ୍ଟଇଣ୍ଡିଜକୁ ୪ ଓ୍ବିକେଟରେ ପରାସ୍ତ କରି ବିଜୟୀ ହୋଇଥିଲା।

Hot this week

ଆତ୍ମସମର୍ପଣ କଲେ ୧୨ ମାଓବାଦୀ

ମାଲକାନଗିରି: ଆତ୍ମସମର୍ପଣ କଲେ ୧୨ ମାଓବାଦୀ। କୁଖ୍ୟାତ ନକ୍ସଲବାଦୀ କମାଣ୍ଡର ଓ...

ବିବାହ ଭାଙ୍ଗିବା ପରେ ପରସ୍ପରଙ୍କୁ ଅନଫଲୋ କଲେ ମନ୍ଧାନା-ପଲାସ

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଉପଅଧିନାୟିକା ସ୍ମୃତି ମନ୍ଧାନା...

ଭୟଙ୍କର ଅଗ୍ନିକାଣ୍ଡ: ଜଳିଗଲା ୫୦ରୁ ଅଧିକ ଫଳ ଦୋକାନ

ସମାଜଲାଇଭ ଡେସ୍କ: ବଲାଙ୍ଗିର ସହରରେ ଥିବା ଫଳ ବଜାରରେ ସୋମବାର ଭୟଙ୍କର...

ନିଆଁରେ ପୋଡି ହୋଇ ଛାତ୍ରୀ ମୃତ୍ୟୁ ଘଟଣା : ୪ ଲକ୍ଷ ଅନୁକମ୍ପା ରାଶି ଘୋଷଣା

ଭୁବନେଶ୍ଵର :ନିଆଁରେ ପୋଡି ହୋଇଥିବା ରାଜଗାଙ୍ଗପୁର ଲାଞ୍ଜିବେରାନାର ଗୁରୁତର ଛାତ୍ରୀଙ୍କ ମୃତ୍ୟୁ...

ଗାଁ କଳିରୁ ପୋଡାଜଳା , ମେଳି, ଉତ୍ତେଜନା : ୨୪ ଘଣ୍ଟା ଇଣ୍ଟରନେଟ୍ ବନ୍ଦ

ମାଲକାନଗିରି: ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ମାରିୱାଡ଼ା ପଞ୍ଚାୟତ ଅନ୍ତର୍ଗତ ରାଖେଲଗୁଡ଼ା...

Related Articles

Popular Categories