www.samajalive.in
Sunday, December 7, 2025
18.1 C
Bhubaneswar

ଏନଟିଏର କାର୍ଯ୍ୟକାରିତା ଅନୁଧ୍ୟାନ କରିବ ଉଚ୍ଚସ୍ତରୀୟ କମିଟି – କେନ୍ଦ୍ର ଶିକ୍ଷାମନ୍ତ୍ରୀ

ଡେସ୍କ: ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି, ଏନଟିଏ ସହ ଜଡିତ ସମସ୍ୟାର ଅନୁଧ୍ୟାନ ପାଇଁ ସରକାର ଏକ ଉଚ୍ଚସ୍ତରୀୟ କମିଟି ଗଠନ କରିବେ ବୋଲି ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି। ଏହି କମିଟିର ସୁପାରିସ ଏନଟିଏର କାର୍ଯ୍ୟକାରିତା, ଏହାର ଢାଞ୍ଚା, ପରୀକ୍ଷା ପ୍ରକ୍ରିୟା, ସ୍ୱଚ୍ଛତା ଏବଂ ଡାଟା ସୁରକ୍ଷା ପ୍ରୋଟୋକଲରେ ଆହୁରି ଉନ୍ନତି ଆଣିବ ବୋଲି ଆଜି ସନ୍ଧ୍ୟାରେ ଶ୍ରୀ ପ୍ରଧାନ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି।

ଆଜି ନୂଆଦିଲ୍ଲୀରେ ଗଣମାଧ୍ୟମକୁ ସୂଚନା ଦେଇ ଶ୍ରୀ ପ୍ରଧାନ କହିଛନ୍ତି ଯେ କିଛି ଅନିୟମିତତା ଠାବ ହୋଇଛି ଏବଂ ସରକାର ଏହାର ଦାୟିତ୍ୱ ନେଇଛନ୍ତି। ସେ କହିଛନ୍ତି ନିଟ୍-ୟୁଜି ପରୀକ୍ଷାରେ ଅନିୟମିତତା ନେଇ ସରକାର ବିହାର ସରକାରଙ୍କ ସହ ଯୋଗାଯୋଗରେ ଅଛନ୍ତି। ଦୋଷୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ସେ କହିଛନ୍ତି। ଛାତ୍ରଛାତ୍ରୀଙ୍କ ସ୍ୱାର୍ଥ ପାଇଁ ସରକାର ପ୍ରତିଶ୍ରୁତିବଦ୍ଧ ଏବଂ କୌଣସି ଅନିୟମିତତାକୁ ବରଦାସ୍ତ କରାଯିବ ନାହିଁ ବୋଲି ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି। ଗୁଜବରେ ବିଶ୍ୱାସ ନ କରିବାକୁ ସେ ଲୋକଙ୍କୁ ଅନୁରୋଧ କରିବା ସହ ନିଟ୍-ୟୁଜି ପରୀକ୍ଷାରେ ଉତ୍ତୀର୍ଣ୍ଣ ଛାତ୍ରଛାତ୍ରୀଙ୍କ ସ୍ୱାର୍ଥ ପ୍ରତି ଧ୍ୟାନ ଦିଆଯିବ ବୋଲି କହିଛନ୍ତି।

- Advertisement -

ୟୁଜିସି ନେଟ୍ ପରୀକ୍ଷା ବାତିଲ ସମ୍ପର୍କରେ ଶ୍ରୀ ପ୍ରଧାନ କହିଛନ୍ତି ଯେ ଭାରତୀୟ ସାଇବର ଅପରାଧ ସମନ୍ୱୟ କେନ୍ଦ୍ରରୁ ମିଳିଥିବା ସୂଚନା ଆଧାରରେ ସରକାର ପରୀକ୍ଷା ବାତିଲ କରିବାକୁ ନିଷ୍ପତ୍ତି ନେଇଛନ୍ତି।

ନିଟ-ନେଟ ବିବାଦ, ପିଲାଙ୍କ ପରିଶ୍ରମର ଫଳ ଦେବ କିଏ

Hot this week

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

ସ୍ମୃତି ମନ୍ଧାନାଙ୍କ ବିବାହ ଭାଙ୍ଗିଲା… ଏମିତି କହିଲେ ଏହି ଷ୍ଟାର କ୍ରିକେଟର

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ଖେଳାଳି ସ୍ମୃତି...

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା ଦାବି: ଗୁଣ୍ଡିଚା ମନ୍ଦିର ଆଗରେ ଧାରଣା ଦେଲେ ପୁରୀବାସୀ

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା କର। ଶ୍ରଦ୍ଧାଳୁ ସୁରୁଖୁରୁରେ କିପରି ମହାପ୍ରଭୁଙ୍କ...

ବାଇକକୁ ଧକ୍କା ଦେଲା ଟ୍ରାକ୍ଟର: ୨ ବନ୍ଧୁ ମୃତ, ଜଣେ ଗୁରୁତର

ବାଣପୁର: ବାଣପୁର ଥାନା ବେଙ୍ଗରାଜପଲ୍ଲୀ ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ...

ମହିଳାଙ୍କ ହତ୍ୟାକୁ ନେଇ ଦୁଇ ଗାଁ ମୁହାଁମୁହିଁ

ମାଲକାନଗିରି: ମାଲକାନଗିରି ଜିଲ୍ଲା ପୋଟେରୁ ନଦୀରେ ଡୁଡୁମେଟଲା ନିକଟରୁ ଜଣେ ମହିଳାଙ୍କ...

Related Articles

Popular Categories