www.samajalive.in
Monday, December 8, 2025
27.1 C
Bhubaneswar

ଥଣ୍ଡା ଓ କୁହୁଡ଼ି ନେଲା ୭ ଜୀବନ

ଚଣ୍ଡିଗଡ଼: ପ୍ରବଳ ଥଣ୍ଡା ଓ କୁହୁଡ଼ି ଯୋଗୁଁ ବିଭିନ୍ନ ସ୍ଥାନରେ ଦୁର୍ଘଟଣାରେ ୭ ଜଣଙ୍କ ଜୀବନ ଯାଇଛି। ମୃତକଙ୍କ ମଧ୍ୟରେ ୨ଜଣ ଶିଶୁ ଥିବା ଜଣାପଡ଼ିଛି। ଚଣ୍ଡିଗଡ଼ରେ ଘନ କୁହୁଡ଼ିରେ ରାସ୍ତା ଦେଖାଯାଉ ନ ଥିବାରୁ ଦୁଇଟି କାର ମୁହାଁମୁହିଁ ହୋଇଥିଲେ। ଏଥିରେ ଦୁଇଜଣଙ୍କ ମୃତ୍ୟୁ ହୋଇଥିବାବେଳେ ଦୁଇ ଜଣ ଗୁରୁତର ହୋଇଛନ୍ତି। ସେହିପରି ଅମ୍ବାଲା-ଚଣ୍ଡିଗଡ଼ ରାସ୍ତାରେ ଦୁଇଟି ଏସ୍‍ୟୁଭି ମଧ୍ୟରେ ଗୋଟିଏ ବାଇକ୍‍ ଚାପି ହୋଇ ରହିଯାଇଥିଲା। ଏହି ଦୁର୍ଘଟଣାରେ ୫ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୨ ଜଣ ଆହତ ହୋଇଛନ୍ତି। ଗତ ସୋମବାର ଘନ କୁହୁଡ଼ି ଯୋଗୁଁ ହରିଆଣାର ଝାଜ୍ଜର ଜିଲାରେ ଜାତୀୟ ରାଜପଥ ଉପରେ ଦୁର୍ଘଟଣା ଘଟି ୮ ଜଣ ଲୋକ ପ୍ରାଣ ହରାଇଥିଲେ।

Hot this week

ପଞ୍ଜାବରେ ‘ସୁଟକେସ’ ରାଜନୀତି: ନଭଜୋତ କୌର ସିଦ୍ଧୁ କଂଗ୍ରେସରୁ ନିଲମ୍ବିତ

ସମାଜଲାଇଭ ଡେସ୍କ: ପଞ୍ଜାବ କଂଗ୍ରେସରେ ରାଜନୀତି ସରଗରମ ହୋଇଛି। ବରିଷ୍ଠ ନେତ୍ରୀ...

ସୁନା ବିସ୍କୁଟ୍ ଲୋଭ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା ଠକେଇ, ୬ ଗିରଫ

ନୀଳଗିରି: ସୁନା ବିସ୍କୁଟ୍ ପ୍ରଲୋଭନ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା...

ଆତ୍ମସମର୍ପଣ କଲେ ୧୨ ମାଓବାଦୀ

ମାଲକାନଗିରି: ଆତ୍ମସମର୍ପଣ କଲେ ୧୨ ମାଓବାଦୀ। କୁଖ୍ୟାତ ନକ୍ସଲବାଦୀ କମାଣ୍ଡର ଓ...

ବିବାହ ଭାଙ୍ଗିବା ପରେ ପରସ୍ପରଙ୍କୁ ଅନଫଲୋ କଲେ ମନ୍ଧାନା-ପଲାସ

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଉପଅଧିନାୟିକା ସ୍ମୃତି ମନ୍ଧାନା...

Related Articles

Popular Categories