www.samajalive.in
Monday, December 8, 2025
13.1 C
Bhubaneswar

ବଜ୍ରାଘାତରେ ୫ ମୃତ

ଭୁବନେଶ୍ବର:ରାଜ୍ୟର ବିଭିନ୍ନ ସ୍ଥାନରେ ବଜ୍ରାଘାତରେ ୫ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ସେମାନଙ୍କ ମଧ୍ୟରୁ ୩ଜଣ ନାବାଳକ ଥିବା ଜଣାପଡ଼ିଛି। ନବରଙ୍ଗପୁର, ବଲାଙ୍ଗିର, ବୌଦ୍ଧ, ସୁନ୍ଦରଗଡ଼ ଓ ଗଞ୍ଜାମରେ ଜଣେ ଲେଖାଏଁ  ବଜ୍ରପାତ ଯୋଗୁଁ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ନବରଙ୍ଗପୁର ଝରିଗାଁ ଥାନା ଚନ୍ଦାହାଣ୍ଡିରେ ନାବାଳକର ମୃତ୍ୟୁ ହୋଇଥିବାବେଳେ  ବଲାଙ୍ଗିର ବେଲପଡ଼ା ସରମୁହାଁଣ ଗାଁରେ ବଜ୍ରପାତ ଯୋଗୁଁ ଜଣକ ଜୀବନ ଯାଇଛି। ସେହିପରି ବଜ୍ରପାତରେ ବୌଦ୍ଧ ବାଉଁଶୁଣି ଥାନା ତାପଡ଼ା ଗାଁରେ ନାବାଳକର ମୃତ୍ୟୁ ହୋଇଥିବାବେଳେ ସୁନ୍ଦରଗଡ଼ ବୀରମିତ୍ରପୁର କବିରାଜଢିପା ବସ୍ତିରେ ଜଣେ ନାବାଳକର ମୃତ୍ୟୁ ହୋଇଛି। ଗଞ୍ଜାମ ପୋଲସରା ବାଲିସାହି ଫାଣ୍ଡି ଡୁଙ୍ଗୁରି ଗାଁରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଛି।

Hot this week

ସୋମବାର ରାଶିଫଳ: ଆଜି ଏହି ରାଶିରେ ଋଣ ପରିଶୋଧ ହେବ

ମେଷ: ମନ ପ୍ରଫୁଲ୍ଲ ରହିବ। ଦେବଦର୍ଶନରେ ସମସ୍ତ କଳ୍ମଷ ଦୂର ହେବ।...

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

Related Articles

Popular Categories