www.samajalive.in
Sunday, December 7, 2025
14.1 C
Bhubaneswar

ଆଖିରେ ଲଙ୍କାଗୁଣ୍ଡ ପକାଇ ଲୁଟିଲେ୨୫ ହଜାର ଟଙ୍କା, ପୁଲିସ ତଦନ୍ତ ଆରମ୍ଭ

ଭବାନୀପାଟଣା:  କଳାହାଣ୍ଡି ଜିଲା କୋକସରା ଥାନା ଡାଲଗୁମା ପଞ୍ଚାୟତ ର ଲଟାପଡା ଗାଁର ଉପେନ୍ଦ୍ର ରୋତି ନାମକ ଜଣେ ଚାଷୀଙ୍କ ଠାରୁ ଆଜି ୨୫ ହଜାର ଟଙ୍କା ଲୁଟ ହେଇଛି। ଆଜି ସେ କୋକସରା ଷ୍ଟେଟ ବ୍ୟାଙ୍କରୁ ଧାନ ବିକ୍ରୀରୁ ପାଇଥିବା ୨୫ ହଜାର ଟଙ୍କା ଉଠାଇ ବାଇକରେ ଘରକୁ ଫେରୁଥିଲେ। କୋକସରାରୁ ଝରିଆଗୁଡା ରାସ୍ତାରେ ତିନି ଜଣ ଦୁର୍ବୃତ୍ତ ତାଙ୍କ ଆଖିରେ ଲଙ୍କାଗୁଣ୍ଡ ପକାଇ ୨୫ ହଜାର ଟଙ୍କା ଲୁଟି ନେଲେ। ଏଥିସହିତ ତାଙ୍କ ବାଇକ ଚାବିକୁ ନେଇ ଘଟଣାସ୍ଥଳରୁ ଚମ୍ପଟ ମାରିଥିଲେ। ଚାଷୀଙ୍କ ଚିତ୍କାର ଶୁଣି ଲୋକେ ରୁଣ୍ଡ ହୋଇ ପୁଲିସକୁ ଖବର ଦେଇଥିଲେ। ଖବର ପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଥିଲା। ଖୁବ ଶୀଘ୍ର ଲୁଟେରାମାନଙ୍କୁ ଗିରଫ କରାଯିବ ବୋଲି ପୁଲିସ ସୂଚନା ଦେଇଛି।

Hot this week

ଜାନୁଆରୀ ୨୦ରେ ଓଏସ୍‌ଏସ୍‌ଟିଇଟି

କଟକ: ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ଦ୍ବାରା ପରିଚାଳିତ ଓଡ଼ିଶା ମାଧ୍ୟମିକ ବିଦ୍ୟାଳୟ...

ସୁନା ଲିଜ୍‌ ବା ଭଡା ଦେଇ ରୋଜଗାର

ନୂଆଦିଲ୍ଲୀ - ଅନେକ ଲୋକ ଗୋଲ୍ଡ ବଣ୍ଡ ସହ ସୁନାରେ ଟଙ୍କା...

‘ବାବୁଜୀ ଥିଲେ ଉତ୍କଳମଣିଙ୍କ ଐତିହ୍ୟର ଅନିର୍ବାଣ ଶିଖା’

କଟକ:‘ସମାଜ’ ହେଉଛି ଖବରକାଗଜର ପ୍ରତିନାମ। ‘ସମାଜ’ର ଏପରି ସୁନାମ ପଛରେ ପଣ୍ଡିତ...

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

Related Articles

Popular Categories