www.samajalive.in
Saturday, December 6, 2025
19.1 C
Bhubaneswar

ଶ୍ରୀନଗରରେ ଯୋଗ ଦିବସ ପାଳନ କଲେ ମୋଦୀ: କହିଲେ ଯୋଗ ପ୍ରତି ଆକର୍ଷଣ ବଢୁଛି

ନୂଆଦିଲ୍ଲୀ: ଆଜି ଅନ୍ତର୍ଜାତୀୟ ଯୋଗ ଦିବସ। ଚଳିତ ବର୍ଷ ୧୦ମ ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ କରୁଛି ସାରା ବିଶ୍ୱ। ଚଳିତ ବର୍ଷ ଏହି ଦିବସରେ ଥିମ୍‌‌ ରହିଛି ‘ନିଜ ଓ ସମାଜ ପାଇଁ ଯୋଗ’। ଏହି ଅବସରରେ ଶ୍ରୀନଗରରେ ଯୋଗ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଡାଲ୍‌‌ ହ୍ରଦ ନିକଟରେ ଥିବା ଶୈର-ଏ-କଶ୍ମୀର ଇଣ୍ଟରନ୍ୟାସନାଲ ସେଣ୍ଟରରେ ଆୟୋଜିତ ଯୋଗ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରି ପ୍ରାୟ ୭ହଜାର ଲୋକଙ୍କ ସହ ସାମିଲ ହୋଇ ଯୋଗ କରିଛନ୍ତି ମୋଦୀ। ଏହି ଅବସରରେ ପ୍ରଧାନମନ୍ତ୍ରୀ କହିଛନ୍ତି ଯେ ଯୋଗ ପ୍ରତି ସାରା ବିଶ୍ୱ ଆକର୍ଷିତ ହୋଇଛି। ଦିନକୁ ଦିନ ଅଧିକରୁ ଅଧିକ ଲୋକ ଯୋଗାଭ୍ୟାସ କରୁଛନ୍ତି। ଶରୀର ଓ ମନକୁ ସୁସ୍ଥ ରଖିବା ପାଇଁ ଯୋଗ ଅତ୍ୟନ୍ତ ଆବଶ୍ୟକ। ଯୋଗ ଦିବସ ସମାରୋହରେ ସାମିଲ ହୋଇ ଯୋଗ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ।

Hot this week

ଜୟସୱାଲଙ୍କ ଶତକ: ମ୍ୟାଚ ସହ ସିରିଜ ଜିତିଲା ଭାରତ, ହିଟ୍‌ମ୍ୟାନଙ୍କ ନୂଆ ରେକର୍ଡ

ସମାଜଲାଇଭ ଡେସ୍କ: ଦକ୍ଷିଣ ଆଫ୍ରିକା ବିପକ୍ଷରେ ୩ୟ ଦିନିକିଆ ମ୍ୟାଚ ସହିତ...

ପୁଟିନଙ୍କୁ ପରସାଗଲା ନିରାମିଷ ଖାଦ୍ୟ: ମଦ, ମାଂସ କାହିଁକି ଦିଆଗଲାନି ବୋଲି ପ୍ରଶ୍ନ ଉଠାଇଲେ କଂଗ୍ରେସ ନେତା

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଦୁଇ ଦିନିଆ ଭାରତ...

ଯୁବତୀଙ୍କୁ ଅସଦାଚରଣ, ସମ୍ପର୍କୀୟ ଦାଦା ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ଏକ ଗ୍ରାମରେ ଜଣେ ଯୁବତୀଙ୍କୁ ଅସଦାଚରଣ...

ସମ୍ବଲପୁରୀ ସିନେମା ‘ସୁଟଆଉଟ ଇନ ସୋନପୁର’ର ଶୁଭ ମହୁରତ

ସମ୍ବଲପୁର: ସମ୍ୱଲପୁରର ସେନପାର୍କ ନିକଟ ଓଡିଶା ସାଂସ୍କୃତିକ ଭବନଠାରେ ଶନିବାର ସାଇଦତ୍ତ...

ସ୍ୱାମୀ ହତ୍ୟାକାରୀ ସ୍ତ୍ରୀକୁ ଆଜୀବନ କାରାଦଣ୍ଡ

ଆଠଗଡ: ଆଠଗଡ ସହରରେ ଘଟିଥିବା ଏକ ହତ୍ୟା ମାମଲା ବିଚାର କରି...

Related Articles

Popular Categories