www.samajalive.in
Monday, December 8, 2025
24.1 C
Bhubaneswar

ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଲଘୁଚାପ

ଭୁବନେଶ୍ୱର: ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଲଘୁଚାପ। ଆସନ୍ତା ୨୬ରୁ୨୮ମଧ୍ୟରେ ଲଘୁଚାପ ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଓଡ଼ିଶାରେ ବର୍ଷାର ପରିମାଣ ବଢିବ। ଆଜି ଦକ୍ଷିଣ ଓଡ଼ିଶାରେ କିଛି ଅଞ୍ଚଳରେ ବର୍ଷା ସମ୍ଭାବନା ରହିଥିବା ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଜୁନ୍‌‌ ଶେଷ ସପ୍ତାହରେ ବର୍ଷା ପରିମାଣ ବୃଦ୍ଧି ହେବା ସମ୍ଭାବନା। ସେପଟେ ରାଜ୍ୟରେ ସକ୍ରିୟ ହୋଇଛି ମୌସୁମୀ। ମାଲକାନଗିରିରେ ଅଟକି ଥିବା ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ସାମାନ୍ୟ ଆଗକୁ ବଢିଛି। କୋରାପୁଟ, କଳାହାଣ୍ଡି, ଗଞ୍ଜାମ, ଗଜପତି ଜିଲାକୁ ସ୍ପର୍ଶ କରିଛି ମୌସୁମୀ। ଆସନ୍ତା ୨ରୁ ୩ଦିନ ମଧ୍ୟରେ ମୌସୁମୀ ଓଡ଼ିଶାର ଅନ୍ୟ ଜିଲାରେ ସକ୍ରିୟ ହେବାର ସମ୍ଭାବନା ରହିଛି। ଆଜିଠାରୁ ତିନି ଦିନ ଯାଏ ରାଜ୍ୟର ବିଭିନ୍ନ ଅଞ୍ଚଳରେ ବର୍ଷା ପରିମାଣ ବଢିବ।

Hot this week

ମୋ ପୁଅ ବୋହୁଙ୍କ ପାଖରେ କେହି ଅଟକି ନଥିଲେ କି ପାଣି ଦେଇ ନଥିଲେ

ସମାଜ ଲାଇଭ ଡ଼େସ୍କ : ଗତ ସପ୍ତାହରେ ଦିଲ୍ଲୀ-ମୁମ୍ବାଇ ଏକ୍ସପ୍ରେସୱେରେ ଘଟିଥିବା...

ପୁଟିନଙ୍କ ପରେ ଦିଲ୍ଲୀ ଆସିବେ ଜେଲେନସ୍କି!

ସମାଜ ଡିଜିଟାଲ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସଫଳ ଦିଲ୍ଲୀ...

ଶନି ଚଳନ: ୨୦୨୬ରେ ଲାଭବାନ ହେବେ ଏହି ୩ ରାଶି

ସମାଜ ଡିଜିଟାଲ ଡେସ୍କ: ହିନ୍ଦୁ ଧର୍ମରେ ଶନି ଦେବଙ୍କୁ ସ୍ୱତନ୍ତ୍ର ଭାବେ...

ଶୀତଦିନରେ ଅଧିକ ନିଦ୍ରା କାହିଁକି ଲାଗେ: ଜାଣନ୍ତୁ କେତେ ଘଣ୍ଟା ଶୋଇବା ଜରୁରୀ

ସମାଜ ଡିଜିଟାଲ ଡେସ୍କ: ନିଦ୍ରା ଆମ ଶରୀର ପାଇଁ ଅତ୍ୟନ୍ତ ଜରୁରୀ...

ଟ୍ରମ୍ପଙ୍କ ନାମରେ ହେବ ହାଇଦରାବାଦର ସଡ଼କ

ହାଇଦରାବାଦ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାମରେ ହାଇଦରାବାଦର ଏକ...

Related Articles

Popular Categories