www.samajalive.in
Saturday, December 6, 2025
26.1 C
Bhubaneswar

ମହିଳା ସ୍ନାତକ ମହାବିଦ୍ୟାଳୟରେ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

କଣ୍ଟାବାଞ୍ଜି: ମହିଳା ସ୍ନାତକ ମହାବିଦ୍ୟାଳୟରେ କଣ୍ଟାବାଞ୍ଜି ପରିସରରେ ୧୧ତମ ଅନ୍ତର୍ଜାତୀୟ ଯୋଗ ଦିବସ ମହାବିଦ୍ୟାଳୟର ଅଧ୍ୟକ୍ଷ ରାଜେନ୍ଦ୍ର ପୁରୋହିତଙ୍କ ତତ୍ୱାବଧାନରେ ପାଳିତ ହୋଇଯାଇଛି। ଏହି ଅବସରରେ ମହିଳା ସ୍ନାତକ ମହାବିଦ୍ୟାଳୟର ସମସ୍ତ କର୍ମଚାରୀ ଓ ଛାତ୍ରୀମାନେ ଉପସ୍ଥିତ ରହି ଯୋଗ ଅଭ୍ୟାସ କରିଥିଲେ। ଯୋଗ ଦିବସକୁ ସଫଳ କରିବା ପାଇଁ ମହାବିଦ୍ୟାଳୟ ପରିଚାଳନା କମିଟିର ସଭାପତି ବୃନ୍ଦାବନ ନାଗ, ପୂର୍ବତନ ସଭ୍ୟ ଦୁଃଖୀଶ୍ୟାମ ରାଏ ଉପସ୍ଥିତ ରହି ଯୋଗ ଦିବସ ପାଳନ କରାଯାଇଥିଲା। ଏହି ଅବସରରେ ଯୋଗ ଗୁରୁ ଗୋବିନ୍ଦ ଭୁଏ ମହାବିଦ୍ୟାଳୟର କର୍ମଚାରୀ ଓ ଛାତ୍ରୀମାନଙ୍କୁ ଯୋଗ ପ୍ରଶିକ୍ଷଣ ପ୍ରଦାନ କରିଥିଲେ। ଯୋଗ ଦିବସ ଉପଲକ୍ଷେ ଛାତ୍ରୀ ମାନଙ୍କର ନାମ ପଞ୍ଜିକରଣ କରାଯାଇ ପ୍ରଥମେ ଯୋଗ କାର୍ଯ୍ୟକ୍ରମକୁ ଅତିଥି ମାନଙ୍କର ଦ୍ୱାରା ଉଦଘାଟନ କରାଯାଇଥିଲା। ଏହାପରେ ମହାବିଦ୍ୟାଳୟର ଅଧ୍ୟକ୍ଷ ରାଜେନ୍ଦ୍ର ପୁରୋହିତ ଯୋଗର ମହତ୍ତ୍ୱ ବିଷୟରେ ଛାତ୍ରୀମାନଙ୍କୁ ଉଦବୋଧନ ଦେଇଥିଲେ।

Hot this week

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

ଅପରାହ୍ନ ୨ଟା ମୁଖ୍ୟଖବର

() ରାଜଧାନୀରେ ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

ବିମାନ ଅଚଳାବସ୍ଥା: ଅପିଲ୍‌ କଲେ ସୋନୁ ସୁଦ୍‌

ନୂଆଦିଲ୍ଲୀ: ଗତ ୫ଦିନ ହେଲାଣି ଇଣ୍ଡିଗୋ ଏୟାରଲାଇନ୍ସରେ ଦେଖା ଦେଇଥିବା ଅଚଳାବସ୍ଥା...

Related Articles

Popular Categories