www.samajalive.in
Sunday, December 14, 2025
23.1 C
Bhubaneswar

ଦେଶରେ ଲାଗୁ ହେଲା ପ୍ରଶ୍ନପତ୍ର ପ୍ରଘଟ ନିରୋଧ ଆଇନ

ସମାଜ ଡିଜିଟାଲ ଡେସ୍କ: ଦେଶରେ ବିଭିନ୍ନ ପରୀକ୍ଷା ପୂର୍ବରୁ ପ୍ରଶ୍ନପତ୍ର ପ୍ରଘଟ ହେଉଥିବାରୁ ମେଧାବୀ ଛାତ୍ରଛାତ୍ରୀଙ୍କ ଭବିଷ୍ୟତ ଅନ୍ଧକାରମୟ ହୋଇଯାଉଛି। ଏହାକୁ ରୋକିବା ଲାଗି କେନ୍ଦ୍ର ସରକାର ଦେଶରେ ପ୍ରଶ୍ନପତ୍ର ପ୍ରଘଟ ନିରୋଧ ଆଇନ (ଆଣ୍ଟି ପେପର ଲିକ୍‌‌ ଲ’) ଲାଗୁ କରିଛନ୍ତି। ଚଳିତ ମାସ ଜୁନ ୨୧ ତାରିଖରୁ ଏହା ଲାଗୁ କରାଯାଇଛି। କେନ୍ଦ୍ର ସରକାରଙ୍କ କାର୍ମିକ ବିଭାଗ ପକ୍ଷରୁ ଏ ନେଇ ଘୋଷଣା କରାଯାଇଛି।

ସୂଚନା ଅନୁସାରେ, ପ୍ରଶ୍ନପତ୍ର ପ୍ରଘଟ ନିରୋଧ ବିଲ୍‌‌ ଚଳିତବର୍ଷ ଫେବୃୟାରୀ ମାସରେ ସଂସଦରେ ପାରିତ ହୋଇଥିଲା। ଏହି ଆଇନ ଲାଗୁ ହେବା ପରେ ଏଣିକି ପ୍ରଶ୍ନପତ୍ର ପ୍ରଘଟ ମାମଲାରେ ଦୋଷୀ ସାବ୍ୟସ୍ତ ହେଉଥିବା ବ୍ୟକ୍ତି ବିଶେଷଙ୍କୁ ୧୦ ବର୍ଷ ପର୍ଯ୍ୟନ୍ତ ଜେଲ ଦଣ୍ଡ ସହିତ ୧ କୋଟି ଟଙ୍କା ଜରିମାନାରେ ଦଣ୍ଡିତ କରାଯିବାର ବ୍ୟବସ୍ଥା ରହିଛି। ସେହିପରି ସାବର୍ଜନିକ ପରୀକ୍ଷାରେ ଅନୁଚିତ ଉପାୟ ଅବଲମ୍ବନ କରୁଥିବା ଧରାପଡ଼ିଲେ ୩ରୁ ୫ ବର୍ଷ ପର୍ଯ୍ୟନ୍ତ ଜେଲ ଦଣ୍ଡ ସହିତ ୧୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଜରିମାନା ହୋଇପାରେ।

- Advertisement -

ଚଳିତବର୍ଷ ଜାତୀୟ ଯୋଗ୍ୟତା ପ୍ରବେଶିକା ପରୀକ୍ଷା (ନିଟ୍‌‌) ଏବଂ ୟୁଜିସି ନେଟ୍‌‌ ପରୀକ୍ଷା ପ୍ରଶ୍ନପତ୍ର ପ୍ରଘଟ ହେବା ପରେ ସରକାର କଠୋର ପଦକ୍ଷେପ ସ୍ୱରୂପ ଏହି ଆଇନକୁ ଲାଗୁ କରିଛନ୍ତି। ଏଣିକି କେନ୍ଦ୍ର ଲୋକସେବା ଆୟୋଗ(ୟୁପିଏସସି), କର୍ମଚାରୀ ଚୟନ ଆୟୋଗ (ଏସଏସସି), ରେଲୱେ, ବ୍ୟାଙ୍କିଙ୍ଗ, ଏନଟିଏ ଦ୍ୱାରା ଆୟୋଜିତ ପରୀକ୍ଷା ପାଇଁ ଏହି ଆଇନ ଲାଗୁ ହୋଇଛି।

Hot this week

କଟକରେ ପହଞ୍ଚିଲେ ପ୍ରଧାନ ବିଚାରପତି

ସମାଜ ଲାଇଭ ଡ଼େସ୍କ : କଟକରେ ପହଞ୍ଚିଲେ ଭାରତର ସର୍ବୋଚ୍ଚ ନ୍ୟାୟଳୟ...

ନକଲି ଔଷଧ ରାକେଟର ପର୍ଦ୍ଦାଫାଶ, ମାଲିକ ଏବଂ ଅନ୍ୟ ଦୁଇ ଗିରଫ

ନୂଆଦିଲ୍ଲୀ: ଗାଜିଆବାଦରେ ଏକ ନକଲି ଔଷଧ ରାକେଟର ପର୍ଦ୍ଦାଫାଶ ହୋଇଛି। ଦିଲ୍ଲୀ...

ନକଲି ସିମ୍ ବିକ୍ରି ଅଭିଯୋଗ; ୨ ଜଣଙ୍କୁ ଧରିଲା ଦିଲ୍ଲୀ ପୁଲିସ

ଭଣ୍ଡାରିପୋଖରୀ: ମଞ୍ଜୁରୀରୋଡ ବଜାରରେ ମୋବାଇଲ ଦୋକାନ କରି ନକଲି ସିମ କାର୍ଡ...

ଦିଲ୍ଲୀରେ ଗ୍ରାପ୍‌-୩ କଟକଣା

ନୂଆଦିଲ୍ଲୀ : ରାଜଧାନୀ ଦିଲ୍ଲୀର ବାୟୁମଣ୍ଡଳ ଶନିବାର ଅତ୍ୟଧିକ ପ୍ରଦୂଷିତ ହୋଇପଡିଥିବାରୁ...

୧୫୫ଟି ବାର୍ ରେ ଅବକାରୀ ବିଭାଗର ଚଢାଉ

ସମାଜ ଡିଜିଟାଲ ଡେସ୍କ: ନୂଆ ବର୍ଷ ପୂର୍ବରୁ ରାଜଧାନୀ ଭୁବନେଶ୍ୱରରେ ବିଭିନ୍ନ...

Related Articles

Popular Categories