www.samajalive.in
Saturday, December 13, 2025
14.1 C
Bhubaneswar

ରାମ ଲାଲାଙ୍କ ପ୍ରାଣ ପ୍ରତିଷ୍ଠା କରାଇଥିବା ପୂଜକ ଆଚାର୍ଯ୍ୟ ଲକ୍ଷ୍ମୀକାନ୍ତଙ୍କ ଦେହାନ୍ତ

ସମାଜ ଡିଜିଟାଲ ଡେସ୍କ: ଅଯୋଧ୍ୟା ରାମ ମନ୍ଦିରରେ ରାମ ଲାଲାଙ୍କ ପ୍ରାଣ ପ୍ରତିଷ୍ଠା କରିଥିବା ମୁଖ୍ୟ ପୂଜକ ଆଚାର୍ଯ୍ୟ ଲକ୍ଷ୍ମୀକାନ୍ତ ଦିକ୍ଷିତଙ୍କ ଦେହାନ୍ତ ହୋଇଯାଇଛି। ଶନିବାର ସକାଳେ ୮୬ ବର୍ଷରେ ତାଙ୍କର ପରଲୋକ ଘଟିଛି। ସେ ଗତ କିଛି ଦିନ ହେବ ଅସୁସ୍ଥ ଥିଲେ ବୋଲି ତାଙ୍କ ପରିବାର ଲୋକଙ୍କ ପକ୍ଷରୁ କୁହାଯାଇଛି। ମଣିକର୍ନିକା ଘାଟରେ ତାଙ୍କ ଶେଷକୃତ୍ୟ ସମ୍ପନ୍ନ ହେବା ନେଇ ସୂଚନା ଦିଆଯାଇଛି।

ଆଚାର୍ଯ୍ୟ ଲକ୍ଷ୍ମୀକାନ୍ତ ସେ ରାମ ମନ୍ଦିରର ମୁଖ୍ୟ ପୂଜକ ଭାବେ ଦାୟିତ୍ୱ ତୁଲାଇ ଆସୁଥିଲେ। ଗତ ଜାନୁୟାରୀ ୨୨ ତାରିଖରେ ଅଯୋଧ୍ୟା ରାମ ମନ୍ଦିରରେ ଭଗବାନ ରାମ ଲାଲାଙ୍କ ପ୍ରାଣ ପ୍ରତିଷ୍ଠାରେ ତାଙ୍କର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଥିଲା। ଏହି କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସମେତ ବହୁ ବିଶିଷ୍ଟ ବ୍ୟକ୍ତିମାନେ ସାମିଲ ହୋଇଥିଲେ। ମହାରାଷ୍ଟ୍ରର ସୋଲାପୁର ଜିଲା ନିବାସୀ ଆଚାର୍ଯ୍ୟ ଲକ୍ଷ୍ମୀକାନ୍ତ ବାରାଣସୀର ବରିଷ୍ଠ ବିଦ୍ୱାନମାନଙ୍କ ମଧ୍ୟରେ ଅନ୍ୟତମ ଥିଲେ।

- Advertisement -

ଆଚାର୍ଯ୍ୟଙ୍କ ମୃତ୍ୟୁ ପରେ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଗଭୀର ଦୁଃଖପ୍ରକାଶ କରିବା ସହିତ ସାମାଜିକ ଗଣମାଧ୍ୟମ ଏକ୍ସ’ରେ ଏକ ପୋଷ୍ଟ କରି ଶୋକବ୍ୟକ୍ତ କରିଛନ୍ତି।

Hot this week

ସରକାରଙ୍କ ଉପଲବ୍ଧିର ପ୍ରଚାର କରିବ ବିଜେପି ଯୁବ ମୋର୍ଚ୍ଚା: ଅଭିଳାଷ

ଖୁବ୍‌ଶୀଘ୍ର ୩୭ ଜିଲାରେ ସଭାପତି ଭୁବନେଶ୍ବର : ବିଜେପି ଯୁବମୋର୍ଚ୍ଚାର ରାଜ୍ୟ ସଭାପତି...

କଂଗ୍ରେସର ଆଭ୍ୟନ୍ତରୀଣ ରାଜନୀତି ସରଗରମ

ଏବେ କିଛି କହୁନାହିଁ, ସମୟ କହିବ: ଭକ୍ତ ଦିଲ୍ଲୀରେ ସମାଧାନ...

ଶୀତରେ ରୁମ୍‌ ହିଟର ଲଗାଉଛନ୍ତି କି? ପିଲାଙ୍କ କେତେ ସୁରକ୍ଷିତ ଜାଣନ୍ତୁ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ, କୋଠରୀକୁ ଉଷ୍ମ ରଖିବା ପାଇଁ...

ଗୁରୁ ପୃଷ୍ଟିଙ୍କ ମୃତ୍ୟୁ ଘଟଣା : ହତ୍ୟା ଅଭିଯୋଗ ଆଣିଲେ ମଉସା

ଧାମନଗର : ଯାତ୍ରା ଅଭିନେତା ଗୁରୁ ପୃଷ୍ଟିଙ୍କ ଦୁର୍ଘଟଣାଜନିତ ମୃତ୍ୟୁର ୬...

ନିଯୁକ୍ତିଭିତ୍ତିକ ପ୍ରଶିକ୍ଷଣ ସତ୍ତ୍ବେ ମିଳୁନି ଚାକିରି

୧.୪୭ ଲକ୍ଷ ତାଲିମଧାରୀ; ୪୩ ହଜାରଙ୍କୁ ନିଯୁକ୍ତି ସର୍ତ୍ତ ମାନୁନାହାନ୍ତି...

Related Articles

Popular Categories