www.samajalive.in
Sunday, December 7, 2025
14.1 C
Bhubaneswar

ଆଧ୍ୟାତ୍ମିକ ପତ୍ରିକା ‘ଭାବକୁ ନିକଟ’ ଉନ୍ମୋଚିତ

ପିପିଲି:ପବିତ୍ର ଦେବସ୍ନାନ ପୂର୍ଣ୍ଣିମା ଅବସରରେ ବାଲିଗାଁ ସ୍ଥିତ ଭକ୍ତ ଦାସିଆଙ୍କ ପୀଠ ପରିସରରେ ଆଧ୍ୟାତ୍ମିକ ତ୍ରୟୋମାସିକ ପତ୍ରିକା “ଭାବକୁ ନିକଟ’ର ନବମ ବର୍ଷର ଦ୍ୱିତୀୟ ସଂସ୍କରଣ ଉନ୍ମୋଚିତ ହୋଇଯାଇଛି । ଭକ୍ତ ଦାସିଆ ସ୍ମୃତି କମିଟି ପକ୍ଷରୁ ଏହି ଅବସରରେ ଆୟୋଜିତ ସଭାରେ କମିଟିର ସଭାପତି ଡ଼ଃ ପ୍ରତିଭା ମହାରଥୀ ଅଧ୍ୟକ୍ଷତା କରିଥିଲେ।

ଏହି କାର୍ଯ୍ୟକ୍ରମରେ ଅତିଥି ଭାବେ କମିଟିର କାର୍ଯ୍ୟକାରୀ ସଭାପତି ତଥା ଏମ୍ସର ପ୍ରାକ୍ତନ ନିର୍ଦ୍ଦେଶକ ପ୍ରଫେସର ଅଶୋକ କୁମାର ମହାପାତ୍ର, ଉତ୍କଳ ବିଶ୍ୱବିଦ୍ୟାଳୟର ପ୍ରାକ୍ତନ କୂଳପତି ପ୍ରଫେସର ବିନାୟକ ରଥ, ନାଇଜର କୁଳସଚିବ ଅଭୟ କୁମାର ନାୟକ, କମିଟିର ଯୁଗ୍ମ ସମ୍ପାଦକ ତଥା କିଟ୍‌‌ ଯୁକ୍ତ୨ ବିଜ୍ଞାନ ମହାବିଦ୍ୟାଳୟର ଅଧ୍ୟକ୍ଷ ଚିତ୍ତରଞ୍ଜନ ମିଶ୍ର, ପ୍ରଫେସର ଦୁର୍ଗାପ୍ରସାଦ ମିଶ୍ର,  ଇଂ ବସନ୍ତ କୁମାର ମିଶ୍ର, ପ୍ରଫେସର ବୃନ୍ଦାବନ ମହାପାତ୍ର, ଅର୍ଜ୍ଜୁନ ଚରଣ ସାମଲ, ଆଇନଜୀବୀ ସରୋଜ କୁମାର ସାହୁ, ମନୋରଞ୍ଜନ ମହାନ୍ତି, ସ୍ୱଚ୍ଛ ଶିଶିର ଦାଶ, ସ୍ୱୟଂ ପ୍ରକାଶ ପରିଡା, କୃଷ୍ଣଚନ୍ଦ୍ର ଲେଙ୍କା ପ୍ରମୁଖ ଯୋଗଦେଇ ଭକ୍ତ ଦାସିଆଙ୍କ ସ୍ମୃତିଚାରଣ କରିଥିଲେ । ଭକ୍ତ ଓ ଭଗବାନଙ୍କ ମଧ୍ୟରେ ଥିବା ନିବିଡ ସଂପର୍କକୁ ବିଭିନ୍ନ ଉଦାହରଣ ମାଧ୍ୟମରେ ଡ଼ଃ ମହାରଥୀ ପ୍ରକାଶ କରିଥିଲେ ।

Hot this week

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

ଏଏନ୍‌ଏମ ପ୍ରଶ୍ନପତ୍ର ପ୍ରଘଟ ପ୍ରସଙ୍ଗରେ ବିଜେଡିର ସମାଲୋଚନା

ଭୁବନେଶ୍ବର : ଏଏନଏମ ପ୍ରଶ୍ନପତ୍ର ପ୍ରଘଟ ଓ ଶେଷ ମୁହୂର୍ତ୍ତରେ ଏହି...

Related Articles

Popular Categories