ରାହୁଲ ଗାନ୍ଧୀ ବିରୋଧୀଦଳ ନେତା

ନୂଆଦିଲ୍ଲୀ: ରାହୁଲ ଗାନ୍ଧୀ ଲୋକସଭାରେ ବିରୋଧୀଦଳ ନେତା ଭାବେ ନିଯୁକ୍ତି ପାଇଛନ୍ତି ବୋଲି କଂଗ୍ରେସ ସାଧାରଣ ସମ୍ପାଦକ କେସି ବେଣୁଗୋପାଳ ସୂଚନା ଦେଇଛନ୍ତି। ରାହୁଲ ଗାନ୍ଧୀଙ୍କୁ ଲୋକସଭାରେ ବିରୋଧୀଦଳ ନେତା ଭାବେ ନିଯୁକ୍ତି ଦିଆଯିବା ନେଇ କାମଚଳା ବାଚସ୍ପତି ଭର୍ତ୍ତୃହରି ମହତାବ ସୂଚନା ଦେଇଥିବା ଶ୍ରୀ ବେଣୁଗୋପାଳ ପ୍ରକାଶ କରିଛନ୍ତି।

ଏଥର କଂଗ୍ରେସକୁ ବିରୋଧୀ ଦଳ ମାନ୍ୟତା ମିଳିଛି। ଲୋକସଭାରେ ରାହୁଲ ଗାନ୍ଧୀ ବିରୋଧୀ ଦଳ ନେତା ହେବା ନେଇ ଇଣ୍ଡିଆ ମେଣ୍ଟ ବୈଠକରେ ନିଷ୍ପତ୍ତି ନିଆଯାଇଛି। କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡଗେଙ୍କ ଘରେ ବସିଥିବା ବୈଠକରେ ଏହି ନିଷ୍ପତ୍ତି ହୋଇଛି । ନିଷ୍ପତ୍ତି ସମ୍ପର୍କରେ କଂଗ୍ରେସର ବରିଷ୍ଠ ନେତା କେସି ବେଣୁଗୋପାଳ ସୂଚନା ଦେଇଛନ୍ତି ।

Comments are closed.