www.samajalive.in
Saturday, December 6, 2025
26.1 C
Bhubaneswar

ଲୋକସଭାର ବାଚସ୍ପତି ଭାବେ ନିର୍ବାଚିତ ହେଲେ ଓମ୍‍ ବିର୍ଲା

ନୂଆଦିଲ୍ଲୀ: ପୁଣି ଲୋକସଭା ବାଚସ୍ପତି ହେଲେ ସାଂସଦ ଓମ୍‍ ବିର୍ଲା । ଦ୍ୱିତୀୟ ଥର ସେ ବାଚସ୍ପତି ଭାବେ ନିର୍ବାଚିତ ହୋଇଛନ୍ତି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପ୍ରଥମେ ଓମ୍‍ ବିର୍ଲାଙ୍କ ନାମ ପ୍ରସ୍ତାବ ଦେଇଥିଲେ । ପ୍ରଧାନମନ୍ତ୍ରୀଙ୍କ ଏହି ପ୍ରସ୍ତାବକୁ ସମର୍ଥନ କରିଛନ୍ତି ଏନଡିଏର ସମସ୍ତ ସାଂସଦ । ବାଚନିକ ଭୋଟରେ ବିଜୟୀ ହୋଇଥିବାରୁ ଓମ୍‍ ବିର୍ଲାଙ୍କୁ ବାଚସ୍ପତି ଭାବେ ନିର୍ବାଚିତ ହୋଇଥିବା ଘୋଷଣା କରିଛନ୍ତି କାମଚଳା ବାଚସ୍ପତି ଭର୍ତ୍ତୃହରି ମହତାବ । ବିରୋଧୀ ଦଳ ପକ୍ଷରୁ କେରଳରୁ ୮ ଥରର ସାଂସଦ କେ ସୁରେଶଙ୍କ ନାମ ସୁପାରିଶ କରାଯାଇଥିଲା । କେ ସୁରେଶଙ୍କୁ ହରାଇ ସାଂସଦ ଓମ୍‍ ବିର୍ଲା ଅଷ୍ଟଦଶ ଲୋକସଭାର ବାଚସ୍ପତି ଭାବେ ନିର୍ବାଚିତ ହୋଇଛନ୍ତି। ଓମ୍ ବିର୍ଲା ବାଚସ୍ପତି ଭାବେ ନିର୍ବାଚିତ ହେବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ସେହିଭଳି ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ମଧ୍ୟ ଗୃହରେ ଓମ୍ ବିର୍ଲାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।

Hot this week

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

ଅପରାହ୍ନ ୨ଟା ମୁଖ୍ୟଖବର

() ରାଜଧାନୀରେ ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

ବିମାନ ଅଚଳାବସ୍ଥା: ଅପିଲ୍‌ କଲେ ସୋନୁ ସୁଦ୍‌

ନୂଆଦିଲ୍ଲୀ: ଗତ ୫ଦିନ ହେଲାଣି ଇଣ୍ଡିଗୋ ଏୟାରଲାଇନ୍ସରେ ଦେଖା ଦେଇଥିବା ଅଚଳାବସ୍ଥା...

Related Articles

Popular Categories