www.samajalive.in
Sunday, December 7, 2025
23.1 C
Bhubaneswar

ରତ୍ନଭଣ୍ଡାର ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବାଲୁକାଶିଳ୍ପୀ ସୁଦର୍ଶନ ପଟ୍ଟନାୟକ

ପୁରୀ: ଶ୍ରୀମନ୍ଦିର ରତ୍ନଭଣ୍ଡାର ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଛନ୍ତି ବାଲୁକାଶିଳ୍ପୀ ସୁଦର୍ଶନ ପଟ୍ଟନାୟକ । ରତ୍ନଭଣ୍ଡାରକୁ ତୁରନ୍ତ ମରାମତି ଏବଂ ରକ୍ଷଣାବେକ୍ଷଣ ପାଇଁ ଏଏସଆଇଙ୍କୁ ନିର୍ଦ୍ଦେଶ ଦେବାକୁ ମୁଖ୍ୟମନ୍ତ୍ରୀ ମୋହନ ମାଝିଙ୍କୁ ଅନୁରୋଧ କରିଛନ୍ତି । ଭିତର ରତ୍ନଭଣ୍ଡାର ସ୍ଥିତି ଉଦବେଗଜନ ଅଛି । ବର୍ଷା ଋତୁ ଆରମ୍ଭ ହୋଇଥିବାରୁ ରତ୍ନଭଣ୍ଡାରର ତୁରନ୍ତ ମରାମତିର ଆବଶ୍ୟକତା ଥିବା ଚିଠିରେ ଉଲ୍ଲେଖ କରିଛନ୍ତି । କାନ୍ଥ, ଛାତ, ପୁରା ବେସମେଣ୍ଟରେ ଫାଟ ଦେଖିବାକୁ ମିଳିଛି । ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକରେ ଏହି ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ଆଲୋଚନା ନହେବା ଦୁଃଖର ବିଷୟ ବୋଲି ସୁଦର୍ଶନ କହିଛନ୍ତି ।

Hot this week

ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା : ଯବାନଙ୍କ ସମେତ ଦୁଇ ଅଟକ

ଭୁବନେଶ୍ଵର : ପୁଲିସ ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା । ଏସ୍ଏ‌ସ୍‌ବି...

ଗୋଆ ଅଗ୍ନିକାଣ୍ଡ: ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କାର ଅନୁକମ୍ପା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

Related Articles

Popular Categories