www.samajalive.in
Sunday, December 7, 2025
13.1 C
Bhubaneswar

ରଥଯାତ୍ରା ପରିଚାଳନା ପାଇଁ ଦ୍ୱିତୀୟ ସମନ୍ୱୟ ବୈଠକ

ପୁରୀ: ଚଳିତ ବର୍ଷ ରଥଯାତ୍ରାକୁ ସୁରୁଖୁରୁରେ ସମ୍ପନ୍ନ କରିବାକୁ ରାଜ୍ୟ ସରକାର ଓ ପ୍ରଶାସନ ପକ୍ଷରୁ ସମସ୍ତ ପ୍ରୟାସ କରାଯାଉଛି । ଆଜି ଏନେଇ ଆଇନମନ୍ତ୍ରୀ ପୃଥ୍ୱୀବରାଜ ହରିଚନ୍ଦନଙ୍କ ଅଧ୍ୟକ୍ଷତାରେ ଦ୍ୱିତୀୟ ସମନ୍ୱୟ ବୈଠକ ଅନୁଷ୍ଠିତ ହୋଇଯାଇଛି । ବିଭିନ୍ନ ବିଭାଗର ସଚିବ, ପୁରୀ ଜିଲ୍ଲାପାଳ, ପୁଲିସ ବିଭାଗର ବରିଷ୍ଠ ଅଧିକାରୀ ମାନେ ଏହି ବୈଠକରେ ଉପସ୍ଥିତ ରହିଥିଲେ । ଶୃଙ୍ଖଳିତ ନୀତିକାନ୍ତି ଉପରେ ପ୍ରଶାସନିକ ଅଧିକାରୀ ଏବଂ ସେବାୟତଙ୍କ ସହ ଆଲୋଚନା ହୋଇଛି । ଆଇନଶୃଙ୍ଖଳା ପରିସ୍ଥିତି ଉପରେ କଡା ନଜର ରଖାଯିବା ବୋଲି ମନ୍ତ୍ରୀ କହିଛନ୍ତି । ଚଳିତ ଥର ୧୯୭୧ ରଥଯାତ୍ରା ଆଇନ ଅନୁଯାୟୀ ରଥଯାତ୍ରା ଅନୁଷ୍ଠିତ ହେବ । ବୈଠକରେ ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ, ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର, କ୍ରୀଡାମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ, ପଂଚାୟତରାଜ ମନ୍ତ୍ରୀ, ପରିବହନ ମନ୍ତ୍ରୀ, ପୁରୀ, ପିପିଲି, ବ୍ରହ୍ମଗିରି ବିଧାୟକ ଉପସ୍ଥିତ ରହିଥିଲେ ।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories