www.samajalive.in
Tuesday, December 9, 2025
17.1 C
Bhubaneswar

ବଜ୍ରପାତରେ ୩ ମୃତ, ୨ ଗୁରୁତର

ବରଗଡ଼: ବରଗଡ଼ ଜିଲା ପଦମପୁର ଉପଖଣ୍ଡ ଅନ୍ତର୍ଗତ ଦେଓ୍ବାନଡିହି ଗ୍ରାମରେ ବଜ୍ରପାତ ଘଟି ବୁଧବାର ୩ ଜଣଙ୍କ ମୃତ୍ୟୁ ଘଟିଛି। ଏଥିରେ ଅନ୍ୟ ୨ ଜଣ ଗୁରୁତର ଆହତ ହୋଇଛନ୍ତି। ସେମାନଙ୍କୁ ପଦମପୁର ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

ସୂଚନା ଅନୁସାରେ, ବୁଧବାର ମଧ୍ୟାହ୍ନରେ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ଘଡ଼ଘଡ଼ି ସାଙ୍ଗକୁ ବର୍ଷା ହୋଇଥିଲା। ବରଗଡ଼ ଜିଲାର ପଦମପୁର ଅଞ୍ଚଳରେ ବି ଘଡ଼ଘଡ଼ି ସହିତ ବର୍ଷା ହୋଇଥିଲା। ଦେଓ୍ବାନଡିହି ଗ୍ରାମ ନିକଟରେ ୫ ଜଣ ବ୍ୟକ୍ତି ବର୍ଷାରୁ ରକ୍ଷା ପାଇବା ପାଇଁ ଏକ ବର ଗଛ ମୂଳେ ଆଶ୍ରୟ ନେଇଥିଲେ। ଏହି ସମୟରେ ସେହିଠାରେ ବଜ୍ରପାତ ହୋଇଥିଲା। ଫଳରେ ଘଟଣାସ୍ଥଳରେ ୩ ଜଣଙ୍କ ମୃତ୍ୟୁ ହୋଇଥିଲା। ସ୍ଥାନୀୟ ଲୋକଙ୍କ ସହାୟତାରେ ଅନ୍ୟ ୨ ଆହତଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଏହି ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories