www.samajalive.in
Sunday, December 7, 2025
26.1 C
Bhubaneswar

ଦଳିତ ମହିଳାଙ୍କୁ ପୁଲିସ୍ ଘୋଷାଡି ନେବା ଘଟଣା : ବଦଳିଲେ ୩ ପୁଲିସ୍ ଅଧିକାରୀ

ଭଦ୍ରକ : ଚାନ୍ଦବାଲି ଥାନା ସମ୍ମୁଖରେ ଦଳିତ ମହିଳାଙ୍କୁ ପୁଲିସ୍ ଘୋଷାଡି ନେବା ଘଟଣା। ବଦଳିଲେ ୩ ପୁଲିସ୍ ଅଧିକାରୀ। ଜଣେ ଏଏସଆଇ, ଜଣେ କନେଷ୍ଟବଳ ଓ ଜଣେ ହୋମଗାର୍ଡଙ୍କୁ ବଦଳି କରାଯାଇଛି। ଭଦ୍ରକ ଜିଲ୍ଲା ପୁଲିସ ମୁଖ୍ୟାଳୟକୁ ଏସ୍‌ପି ବଦଳି କରିଥିବା ନେଇ ଚାନ୍ଦବାଲି ଏସଡିପିଓ ସୂଚନା ଦେଇଛନ୍ତି। ଏହି ଘଟଣାରେ ଅଧିକ ତଦନ୍ତ ଜାରି ରହିଛି ବୋଲି କହିଛନ୍ତି ଏସଡିପିଓ। ମହିଳାଙ୍କୁ ମାଡ ମାରିବା ଘଟଣାକୁ ସବୁ ମହଲରୁ ନିନ୍ଦା କରାଯାଇଛି। ସୂଚନା ଅନୁଯାୟୀ ଗତ ମଙ୍ଗଳବାର ସନ୍ଧ୍ୟାରେ ଚାନ୍ଦବାଲି  ଏନଏସି ଅଞ୍ଚଳର ମିତା ସେଠୀଙ୍କ ସ୍ଵାମୀଙ୍କୁ କୌଣସି ଏକ ଘଟଣାରେ ଚାନ୍ଦବାଲି ପୁଲିସ ଥାନାକୁ ଡକାଇଥିଲା। ଖବର ପାଇ ମିତା ତାଙ୍କ ସ୍ଵାମୀଙ୍କୁ ଦେଖା କରିବା  ପାଇଁ ଥାନାକୁ ଯାଇଥିଲେ। ସେହି ସମୟରେ ତାଙ୍କର ୪ ବର୍ଷର ଶିଶୁ ଏକ ଚପଲ  ଖୋଳରେ ଖେଳୁ ଖେଳୁ ଏହାକୁ ଥାନା ପରିସରରେ ପକାଇ ଦେଇଥିଲା। ମାତ୍ର ଉକ୍ତ ଖୋଳକୁ ଡଷ୍ଟବିନରେ ପକାଇବାକୁ ଜଣେ କନଷ୍ଟେବଳ ମହିଳାଙ୍କୁ କହିଥିଲେ। ମାତ୍ର ସେ ମନା କରିବାରୁ ଏହାକୁ ନେଇ ଉଭୟଙ୍କ ମଧ୍ୟରେ ବଚସା ହୋଇଥିଲା। ଏଥିରେ ଉତ୍‌କ୍ଷିପ୍ତ ହୋଇ କନଷ୍ଟେବଳ ଉକ୍ତ ମହିଳାଙ୍କ  ଗାଲକୁ ସାତଆଠ ଚାପୁଡ଼ା ମାରିଥିବା ଅଭିଯୋଗ ହୋଇଛି। ପରେ ମହିଳା ଜଣଙ୍କ ପାଟି କରିବାରୁ କନଷ୍ଟେବଳ ଜଣକ ତାଙ୍କୁ ଏକ ବାଡ଼ିରେ ନିର୍ଧୂମ ପିଟିଥିଲେ। ଏହାପରେ ୩ ଜଣ ପୁଲିସ୍‌ ପହଞ୍ଚି ତାଙ୍କୁ ଜବରଦସ୍ତି ଟେକି ନେଇ ଥାନା ଗେଟ୍‌ ବାହାରେ ଛାଡ଼ି ଦେଇଥିଲେ। ଏହି ଟଣାଓଟରା ସମୟରେ ମହିଳାଙ୍କ ପିନ୍ଧା ଶାଢୀ ଚିରି ଯାଇଥିଲା। ଅସହାୟ ମହିଳାଙ୍କୁ ଜୋରଜବଦସ୍ତି ଭାବେ ଟେକି ଟେକି ନେଇ ଯିବାର ଏ ଭିଡିଓ ସୋଶାଲ ମିଡିଆ ଭାଇରାଲ ହୋଇଥିଲା। ଏହାକୁ ନେଇ ସାଧାରଣରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଥିଲା। ପରେ ଏହି ଘଟଣାରେ ୩ ପୁଲିସ କର୍ମଚାରୀଙ୍କୁ ପୁଲିସ ମୁଖ୍ୟାଳୟକୁ ବଦଳି କରାଯାଇଛି।

Hot this week

ବାଇକକୁ ଧକ୍କା ଦେଲା ଟ୍ରାକ୍ଟର: ୨ ବନ୍ଧୁ ମୃତ, ଜଣେ ଗୁରୁତର

ବାଣପୁର: ବାଣପୁର ଥାନା ବେଙ୍ଗରାଜପଲ୍ଲୀ ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ...

ମହିଳାଙ୍କ ହତ୍ୟାକୁ ନେଇ ଦୁଇ ଗାଁ ମୁହାଁମୁହିଁ

ମାଲକାନଗିରି: ମାଲକାନଗିରି ଜିଲ୍ଲା ପୋଟେରୁ ନଦୀରେ ଡୁଡୁମେଟଲା ନିକଟରୁ ଜଣେ ମହିଳାଙ୍କ...

ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟ ଗିରଫ

ସମାଜଲାଇଭ ଡେସ୍କ: ବଲିଉଡ ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟଙ୍କୁ ଗିରଫ କରିଛି...

ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି: ବିହାରରୁ ଆଉ ଜଣେ ଗିରଫ

ସମାଜଲାଇଭ ଡେସ୍କ: ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି ମାମଲାର ଅନ୍ତଃରାଜ୍ୟ ଲିଙ୍କ୍‌...

ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ: ସାମ୍ନାକୁ ଆସିଲା ନିଆଁ ଲାଗିବା ସମୟର ଦୃଶ୍ୟ

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ସାରା ଦେଶବାସୀଙ୍କୁ ସ୍ତବ୍ଧ...

Related Articles

Popular Categories