www.samajalive.in
Sunday, December 7, 2025
18.1 C
Bhubaneswar

ସଂସଦରେ ଅଭିଭାଷଣ ରଖୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ନୂଆଦିଲ୍ଲୀ: ସଂସଦ ଭବନରେ ପହଞ୍ଚିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ରାଷ୍ଟ୍ରପତିଙ୍କୁ ସ୍ୱାଗତ କରିଥିଲେ ଉପରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ । ସଂସଦର ମିଳିତ ଅଧିବେଶନକୁ ସମ୍ବୋଧିତ କରୁଛନ୍ତି ରାଷ୍ଟ୍ରପତି । ସମସ୍ତ ନିର୍ବାଚିତ ସାଂସଦମାନଙ୍କୁ ଶୁଭେଚ୍ଛା ଜଣାଇବା ସହ ଲୋକସଭା ବାଚସ୍ପତି ଭାବେ ନିର୍ବାଚିତ ହୋଇଥିବାରୁ ଓମ୍‍ ବିର୍ଲାଙ୍କୁ ମଧ୍ୟ ଶୁଭେଚ୍ଛା ଜଣାଇଛନ୍ତି ରାଷ୍ଟ୍ରପତି । ମୋ ସରକାର ଉପରେ ଲୋକମାନେ ତୃତୀୟ ଥର ଭରସା କରିଛନ୍ତି । ସେମାନେ ଜାଣିଛନ୍ତି ସେମାନଙ୍କ ଆକାଂକ୍ଷା ମୋ ସରକାର ପୂରଣ କରିପାରିବ । ଏଥର କାଶ୍ମୀର ଘାଟିରେ ରେକର୍ଡ ସଂଖ୍ୟକ ଭୋଟିଂ ହୋଇଛି । ଚାରି ଦଶକରୁ ଏଠାରେ ଭୋଟିଂ ହାର କମ ରହୁଥିଲା । ଦେଶର ସ୍ଥିର ଓ ବହୁମତ ସରକାର ଗଠନ ହୋଇଛି । ୧୦ବର୍ଷର ସୁଶାସନ ଉପରେ ଲୋକଙ୍କ ମୋହର ଲାଗିଥିବା ରାଷ୍ଟ୍ରପତି କହିଛନ୍ତି ।

Hot this week

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

ସ୍ମୃତି ମନ୍ଧାନାଙ୍କ ବିବାହ ଭାଙ୍ଗିଲା… ଏମିତି କହିଲେ ଏହି ଷ୍ଟାର କ୍ରିକେଟର

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ଖେଳାଳି ସ୍ମୃତି...

Related Articles

Popular Categories