www.samajalive.in
Sunday, December 7, 2025
26.1 C
Bhubaneswar

ଅଭିଭାଷଣରେ ପେପର ଲିକର ନିରପେକ୍ଷ ଯାଞ୍ଚ ହେବ କହିଲେ ରାଷ୍ଟ୍ରପତି

ନୂଆଦିଲ୍ଲୀ: ସଂସଦର ମିଳିତ ଅଧିବେଶନକୁ ସମ୍ବୋଧିତ କରିଛନ୍ତି ରାଷ୍ଟ୍ରପତି ଦ୍ରୌଦପୀ ମୁର୍ମୁ । ସରକାରଙ୍କ ବିଭିନ୍ନ ଯୋଜନାର ଗୁଣଗାନ କରିବା ସହ ପେପର ଲିକ୍‍ ଭଳି ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ଅଭିଭାଷଣ ରଖିଛନ୍ତି । ରାଷ୍ଟ୍ରପତି କହିଛନ୍ତି ମୋ ସରକାର ପେପର ଲିକ୍‍ ରୋକିବାକୁ କଡା ଆକ୍ସନ ଆଣିଛନ୍ତି । ପେପର ଲିକର ନିରପେକ୍ଷ ଯାଞ୍ଚ ପାଇଁ ସରକାର ପ୍ରତିଶୃତିବଦ୍ଧ । ବିଭିନ୍ନ ରାଜ୍ୟରେ ବି ପେପର ଲିକ୍‍ ଖବର ସାମ୍ନାକୁ ଆସିଛି । ପେପର ଲିକ୍‍ ଘଟଣାର ନିରପେକ୍ଷ ଯାଞ୍ଚ ହେବ । ପରୀକ୍ଷାରେ ପାରଦର୍ଶିତା, ନିରପେକ୍ଷତା ରହିବା ନିହାରି ଜରୁରୀ । ଦଳୀୟ ରାଜନୀତିରୁ ଉଦ୍ଧ୍ୱର୍ରେ ରହି ପଦକ୍ଷେପ ନେବା ଉଚିତ ବୋଲି ରାଷ୍ଟ୍ରପତି କହିଛନ୍ତି । ପରୀକ୍ଷା ପରିଚାଳନାରେ ଜଡିତ ସଂସ୍ଥାରେ ସଂସ୍କାର ପାଇଁ ଉଦ୍ୟମ କରାଯାଉଛି ।

Hot this week

ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ: ସାମ୍ନାକୁ ଆସିଲା ନିଆଁ ଲାଗିବା ସମୟର ଦୃଶ୍ୟ

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ସାରା ଦେଶବାସୀଙ୍କୁ ସ୍ତବ୍ଧ...

ବାରବାଟୀ ମ୍ୟାଚ: ସୁରକ୍ଷା ଦାୟିତ୍ଵରେ ରହିବେ ୫୧ ପ୍ଲାଟୁନ ପୁଲିସ, ୬ସ୍ଥାନରେ ପାର୍କିଂ ବ୍ୟବସ୍ଥା

ସମାଜଲାଇଭ ଡେସ୍କ: ଆଗାମୀ ୯ ତାରିଖରେ ହେବାକୁ ଥିବା ବାରବାଟୀ ମ୍ୟାଚ...

ଭୁବନେଶ୍ଵରରେ ଦୁଇ ଦଳର ଖେଳାଳି: ରାତିରେ ଆସିବେ ଗିଲ, ସୂର୍ଯ୍ୟକୁମାର

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚ ପାଇଁ ଉଭୟ ଭାରତ ଏବମଂ...

ବାରବାଟୀ ମ୍ୟାଚ ଦେଖିବେ ମୁଖ୍ୟମନ୍ତ୍ରୀ, କାଲିଠୁ ନେଟ୍‌ ପ୍ରାକ୍ଟିସ

ସମାଜଲାଇଭ ଡେସ୍କ: ଆସନ୍ତା ୯ ତାରିଖରେ କଟକ ବାରବାଟୀ ଷ୍ଟାଡିଅମରେ ଭାରତ...

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

Related Articles

Popular Categories