www.samajalive.in
Saturday, December 6, 2025
17.1 C
Bhubaneswar

ଭୁଶୁଡିଲା ବିମାନବନ୍ଦର ଛାତ: ଜଣେ ମୃତ, ୮ ଆହତ

ନୂଆଦିଲ୍ଲୀ: ପ୍ରବଳ ବର୍ଷାରେ ଦିଲ୍ଲୀରେ ସ୍ଥିତି ବିଗିଡିଛି । ଇନ୍ଦିରାଗାନ୍ଧୀ ଅନ୍ତର୍ଜାତୀୟ ବିମାନବନ୍ଦରର ଟର୍ମିନାଲ-୧ର ଛାତ ଅଚାନକ ଭୁଶୁଡିବାରୁ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୮ଜଣ ଆହତ ହୋଇଛନ୍ତି । ଏନେଇ ଘଟଣାସ୍ଥଳରେ ଉତ୍ତେଜନା ପ୍ରକାଶ ପାଇଛି । ଆଜି ଭୋର ୫ଟା ୩୦ ମିନିଟରେ ଏହି ଅଭାବନୀୟ ଘଟଣା ଘଟିଥିବା ଜଣାପଡିଛି । ଟର୍ମିନାଲ ଛାତ ତଳେ କେତେକ କାର ଚାପି ହୋଇ ରହିଛି । ଖବର ପାଇ ଦମକଳ ବାହିନୀ ପହଞ୍ଚି ଆହତଙ୍କୁ ଉଦ୍ଧାର କରିଛନ୍ତି । ଗୁରୁତର ତିନି ଜଣଙ୍କୁ ଚିକିତ୍ସା ପାଇଁ ସ୍ଥାନୀୟ ମେଡିକାଲରେ ଭର୍ତ୍ତି କରାଯାଇଛି । ଏଥିସହିତ ସିଆଇଏସଏଫ୍‍, ଦିଲ୍ଲୀ ପୁଲିସ ଏବଂ ଅଗ୍ନିଶମ ବିଭାଗର କର୍ମଚାରୀମାନେ ଉଦ୍ଧାର କାର୍ଯ୍ୟରେ ନିୟୋଜିତ ହୋଇଛନ୍ତି । ଦିଲ୍ଲୀ ଦମକଳ ବାହିନୀର ସୂଚନା ଅନୁସାରେ ଶୁକ୍ରବାର ସକାଳ ପାଖାପାଖି ୫ଟା ୩୦ ମିନିଟରେ ଦିଲ୍ଲୀ ଏୟାରପୋର୍ଟ ଟର୍ମିନାଲ-୧ରେ ଛାତ ଭୁଶୁଡି ପଡିଥିଲା । ଖବର ପାଇ ତୁରନ୍ତ ଘଟଣାସ୍ଥଳରେ ୩ଟି ଦମକଳ ବାହିନୀ ପହଞ୍ଚି ଉଦ୍ଧାର କାର୍ଯ୍ୟରେ ଲାଗିଥିଲେ । ତେବେ ଛାତ ଭୁଶୁଡିବାର ପ୍ରକୃତ କାରଣ ଜଣାପଡିନାହିଁ । ଗୁରୁବାର ରାତି ତମାମ ଦିଲ୍ଲୀ ଏନସିଆରରେ ଭୀଷଣ ବର୍ଷା ହୋଇଛି । ପ୍ରବଳ ବର୍ଷା ଯୋଗୁଁ ଅନେକ ସ୍ଥାନରେ ଜଳବନ୍ଦୀ ପରିସ୍ଥିତି ସୃଷ୍ଟି ହୋଇଛି ।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories