www.samajalive.in
Monday, December 15, 2025
26.1 C
Bhubaneswar

ଲାଞ୍ଚ ମାମଲା: ପୂର୍ବତନ ପୁଲିସ ଅଧିକାରୀଙ୍କୁ ୧ବର୍ଷ ଜେଲ ଦଣ୍ଡାଦେଶ

ଭବାନୀପାଟଣା: କଳାହାଣ୍ଡି ଜିଲ୍ଲା କେଗାଁ ଥାନାର ପୂର୍ବତନ ଏଏସଆଇ ଟଙ୍କଧର ବୁଦ୍ଧିଆ ଏକ ଲାଞ୍ଚ ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି। ସେ ଜଣେ ବ୍ୟକ୍ତିଙ୍କ ଠାରୁ ୧୫୦୦ ଟଙ୍କା ଲାଞ୍ଚ ନେଇଥିଲେ। ଏହି ମାମଲାର ବିଚାର କରି କଳାହାଣ୍ଡି ସ୍ବତନ୍ତ୍ର ଭିଜିଲାନ୍ସ ଜଜ ଶିଥିକଣ୍ଠ ସାମଲ ଆଜି ବୁଦ୍ଧିଆଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି। ବୁଦ୍ଧିଆଙ୍କୁ ଏକବର୍ଷ ଜେଲ ଦଣ୍ଡ ସହିତ ୨୦୦୦ ଟଙ୍କା ଜରିମାନା ଆଦେଶ ଦେଇଛନ୍ତି। ଜରିମାନା ଅନାଦେୟ ଆଉ ୨ ମାସ ଜେଲ ଦଣ୍ଡାଦେଶ ଦେଇଛନ୍ତି। ଅନ୍ୟପକ୍ଷରେ ବର୍ତ୍ତମାନ ଅବସର ନେଇ ସାରିଥିବା ବୁଦ୍ଧିଆଙ୍କ ପେନସନ ବନ୍ଦ କରିବାକୁ ବିଭାଗୀୟ ଉଚ୍ଚ ଅଧିକାରୀଙ୍କୁ ସୁପାରିସ କରାଯିବ ବୋଲି ଭିଜିଲାନ୍ସ ପକ୍ଷରୁ କୁହାଯାଇଛି।

Hot this week

କେନାଲକୁ ନେଇ ଉତ୍ତେଜନା: ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ, ୫୦ ଅଟକ

ସମାଜଲାଇଭ ଡେସ୍କ: ପୁରୀ ଜିଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ଚଉଦ ମଉଜା...

ନିଆଁରେ ପୋଡି ହୋଇ ବୃଦ୍ଧା ଗୁରୁତର

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଧାମୁଣିପଙ୍ଗା ପଞ୍ଚାୟତର କତାଗୁଡା ଗ୍ରାମରେ...

ଫୁଙ୍କନଳୀରେ ପିଟି ପ୍ରେମିକାଙ୍କୁ ହତ୍ୟା

ନୟାଗଡ଼: ନୟାଗଡ଼ ଜିଲା ଶରଣକୁଳ ଥାନା ସାବିଦେଇପୁର ଅଞ୍ଚଳରେ ଏକ ଅଭାବନୀୟ...

ଦନ୍ତା ହାତୀର ମୃତ୍ୟୁ

ଅନୁଗୋଳ: ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ପୋକୁଣ୍ଡା ସେକ୍ସନ୍ ମାଣିକଯୋଡ଼ି ପଞ୍ଚାୟତ ବାଲିଆପଶିଠାରେ...

ରାଜ୍ୟପାଳଙ୍କ ଏଡିସି ଭାବେ ନିଯୁକ୍ତ ହେଲେ ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ

ଭୁବନେଶ୍ୱର: ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ ସୋମବାର ଦିନ ଓଡ଼ିଶା...

Related Articles

Popular Categories