www.samajalive.in
Monday, December 8, 2025
14.1 C
Bhubaneswar

ରାସ୍ତାକଡକୁ ଖସିଲା ବାଇକ୍: ଜଣେ ମୃତ, ଜଣେ ଆହତ

ବାଲେଶ୍ଵର: ଭାରସାମ୍ୟ ହରାଇ ରାସ୍ତାକଡକୁ ଖସିପଡିଲା ବାଇକ୍। ଜଣେ ବାଇକ୍ ଆରୋହୀ ମୃତ, ଅନ୍ୟ ଜଣେ ଆହତ। ଜଳେଶ୍ଵର ସିଂଲା ଥାନା ବୁଢିଆ ଛକ ନିକଟରେ ଏଭଳି ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ସୂଚନା ଅନୁଯାୟୀ ଆଙ୍କୋ ଅଞ୍ଚଳର ଦୁଇ ଜଣ ଯୁବକ ପଞ୍ଚୁପାଲି ଗାଁରୁ ବାହାଘର ଭୋଜି ଖାଇ ବାଇକ୍ ଯୋଗେ ନିଜ ଘରକୁ ଫେରୁଥିଲେ। ଏହି ସମୟରେ ବୁଢିଆ ଛକ ନିକଟରେ ହଠାତ୍ ବାଇକଟି ଭାରସାମ୍ୟ ହରାଇ ରାସ୍ତାକଡକୁ ଓଲଟି ପଡିଥିଲା। ଫଳରେ ଘଟଣାସ୍ଥଳରେ ବାଇକ୍ ଆରୋହୀଙ୍କର ମୃତ୍ୟୁ ଘଟିଥିଲା। ଏବଂ ଅନ୍ୟ ଜଣଙ୍କୁ ଗୁରୁତର ଅବସ୍ଥାରେ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଥିଲା। ପରେ ସ୍ଥାନୀୟ ଲୋକ ପୁଲିସକୁ ଖବର ଦେଖିଥିଲେ। ସିଂଲା ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି।

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories