www.samajalive.in
Sunday, December 7, 2025
23.1 C
Bhubaneswar

ହେଲମେଟ ନପିନ୍ଧିଲେ ମିଳିବନି ଦରମା

ଗଜପତି : ଗାଡି ଚଳାଇବା ବେଳେ ହେଲମେଟ ନପିନ୍ଧିଲେ ମିଳିବନି ଦରମା। ନିଆଯିବ ଦୃଢ କାର୍ଯ୍ୟାନୁଷ୍ଠାନ। ମୋହନା ବିଇଓ ଏନେଇ ଶିକ୍ଷକଙ୍କୁ କରିଛନ୍ତି ତାଗିଦ୍। ଦୁର୍ଘଟଣା ଜନିତ ମୃତ୍ୟୁକୁ ରୋକିବାକୁ ଏଭଳି ପଦକ୍ଷେପ ଗ୍ରହଣ କରାଯାଇଛି।
ଏହି ନିଆରା ପଦକ୍ଷେପ ନେଇଛନ୍ତି ଗଜପତି ଜିଲା ମୋହନା ବ୍ଲକ ଶିକ୍ଷାଧିକାରୀ। ବାଇକରେ ଯିବା ସମୟରେ ହେଲମେଟ ପିନ୍ଧିବାକୁ ତାଗିଦ୍ କରିଛନ୍ତି। ମୋହନା ବ୍ଲକରେ କାର୍ଯ୍ୟରତ ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀଙ୍କୁ ଏନେଇ ଅବଗତ କରିବା ସହ ସମସ୍ତ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଓ ଅନ୍ୟ ମାନଙ୍କୁ ନିୟମ ପାଳନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏହା ଅବମାନନା କଲେ ସେମାନଙ୍କ ବିରୋଧରେ କଡା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବା ସହ ଗୋଟିଏ ମାସର ଦରମା ବନ୍ଦ ପାଇଁ ପଦକ୍ଷେପ ନିଆଯିବ।

Hot this week

କଣ ରହିଛି ବିଶ୍ଵାସ, କାହିଁକି କାଠକୁ ଛୁଅଁନ୍ତି ଲୋକେ ?

ନୂଆଦିଲ୍ଲୀ : ଦୀର୍ଘ ବର୍ଷ ଧରି ସାରା ବିଶ୍ଵରେ ଅନେକ ଅଜବ...

ଲୋକସଭାରେ ବନ୍ଦେ ମାତରମ୍ ଉପରେ ବିତର୍କ କରିବେ ମୋଦୀ

ସମାଜ ଲାଇଭ ଡ଼େସ୍କ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଲୋକସଭାରେ...

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ବୁଡିଗଲେ ଦୁଇ ସାଙ୍ଗ: ଜଣେ ମୃତ

ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଚୁଡଙ୍ଗଗଡ ମନ୍ଦିରବନ୍ଧରେ ଅଭାବନୀୟ ଘଟଣା...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories