www.samajalive.in
Sunday, December 7, 2025
14.1 C
Bhubaneswar

କେଜ୍ରିଓ୍ଵାଲଙ୍କୁ ବିଚାର ବିଭାଗୀୟ ହେପାଜତ ପଠାଇବା ପ୍ରସଙ୍ଗ, ରାୟ ସଂରକ୍ଷିତ

ଡେସ୍କ: ମଦ ନୀତି ଦୁର୍ନୀତି ମାମଲାରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କୁ ବିଚାର ବିଭାଗୀୟ ହେପାଜତକୁ ନେବାକୁ ସିବିଆଇ କରିଥିବା ଆବେଦନ ଉପରେ ଦିଲ୍ଲୀର ରାଉଜ୍ ଆଭେନ୍ୟୁ କୋର୍ଟ ଆଜି ରାୟ ସଂରକ୍ଷିତ ରଖିଛନ୍ତି। ଶୁଣାଣି ସମୟରେ ଅବକାଶକାଳୀନ ବିଚାରପତି ସୁନେନା ଶର୍ମା କହିଛନ୍ତି ଯେ ପୁଲିସ ରିମାଣ୍ଡ ଅବଧି ସରିବା ପରେ ଅଭିଯୁକ୍ତଙ୍କୁ ବିଚାର ବିଭାଗୀୟ ହାଜତକୁ ପଠାଇବା ବ୍ୟତୀତ କୋର୍ଟ ପାଖରେ ଅନ୍ୟ କୌଣସି ବିକଳ୍ପ ନାହିଁ।

ଆମ୍ ଆଦମୀ ପାର୍ଟି ସୁପ୍ରିମୋଙ୍କୁ ପଚରାଉଚରା ପାଇଁ ରିମାଣ୍ଡରେ ନେବା ପାଇଁ କରିଥିବା ଆବେଦନ ଉପରେ ଜୁନ୍ ୨୬ରେ ମୁଖ୍ୟମନ୍ତ୍ରୀ କେଜ୍ରିୱାଲଙ୍କୁ ରାଉଜ୍ ଆଭେନ୍ୟୁ କୋର୍ଟ ତିନି ଦିନ ପାଇଁ ସିବିଆଇ ହେପାଜତକୁ ପଠାଇ ଦେଇଥିଲେ। ସେହିଦିନ ସିଏମ କେଜ୍ରିୱାଲଙ୍କୁ ସିବିଆଇ ଆନୁଷ୍ଠାନିକ ଭାବେ ଗିରଫ କରିଥିଲା ଯେତେବେଳେ ତାଙ୍କୁ ଅବକାଶକାଳୀନ ବିଚାରପତି ଅମିତାଭ ରାୱତଙ୍କ ନିକଟରେ ହାଜର କରାଯାଇଥିଲା।

- Advertisement -

ଅନ୍ୟପକ୍ଷରେ ମଦ ନୀତି ଦୁର୍ନୀତି ମାମଲାରେ ଜାମିନରେ ମୁକୁଳିବା ଉପରେ ଦିଲ୍ଲୀ ହାଇକୋର୍ଟ ଦେଇଥିବା ଅନ୍ତରୀଣ ସ୍ଥଗିତାଦେଶକୁ ଚ୍ୟାଲେଞ୍ଜ କରି ଆପ୍ ସୁପ୍ରିମୋ ସୁପ୍ରିମକୋର୍ଟରେ ଦାଖଲ କରିଥିବା ଆବେଦନକୁ ପ୍ରତ୍ୟାହାର କରି ନେଇଥିଲେ।

କେଜ୍ରିଓ୍ଵାଲଙ୍କ ପକ୍ଷରୁ ବରିଷ୍ଠ ଆଇନଜୀବୀ ଅଭିଷେକ ମନୁ ସିଂଘଭି ଜଷ୍ଟିସ୍ ମନୋଜ ମିଶ୍ର ଏବଂ ଜଷ୍ଟିସ୍ ଏସ୍ ଭିଏନ୍ ଭଟ୍ଟିଙ୍କୁ ନେଇ ଗଠିତ ଅବକାଶକାଳୀନ ଖଣ୍ଡପୀଠଙ୍କ ନିକଟରେ ଯୁକ୍ତି ଉପସ୍ଥାପନ କରିଥିଲେ ଯେ ଅର୍ଥ ଠକେଇ ମାମଲାରେ ମୁଖ୍ୟମନ୍ତ୍ରୀ କେଜ୍ରିୱାଲଙ୍କୁ ଜାମିନ ପ୍ରଦାନ କରିବା ନେଇ ଦିଲ୍ଲୀ ହାଇକୋର୍ଟଙ୍କ ସଦ୍ୟତମ ରାୟକୁ ଦୃଷ୍ଟିରେ ରଖି ସର୍ବୋଚ୍ଚ ନ୍ୟାୟାଳୟରେ ଏକ ନୂତନ ଆବେଦନ କରାଯିବ।

Hot this week

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

ଏଏନ୍‌ଏମ ପ୍ରଶ୍ନପତ୍ର ପ୍ରଘଟ ପ୍ରସଙ୍ଗରେ ବିଜେଡିର ସମାଲୋଚନା

ଭୁବନେଶ୍ବର : ଏଏନଏମ ପ୍ରଶ୍ନପତ୍ର ପ୍ରଘଟ ଓ ଶେଷ ମୁହୂର୍ତ୍ତରେ ଏହି...

Related Articles

Popular Categories