www.samajalive.in
Thursday, December 11, 2025
18.1 C
Bhubaneswar

ଜୁଲାଇ ୧୨ ଯାଏଁ ବିଚାର ବିଭାଗୀୟ ହେପାଜତକୁ ଗଲେ କେଜ୍ରିଓ୍ଵାଲ

ଡେସ୍କ: ମଦ ନୀତି ଦୁର୍ନୀତି ମାମଲାରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କୁ ରାଉଜ୍ ଆଭେନ୍ୟୁ କୋର୍ଟ ଜୁଲାଇ ୧୨ ଯାଏଁ ବିଚାର ବିଭାଗୀୟ ହେପାଜତକୁ ପଠାଇଛନ୍ତି। ସିବିଆଇ କରିଥିବା ଆବେଦନ ଉପରେ ଦିଲ୍ଲୀର ରାଉଜ୍ ଆଭେନ୍ୟୁ କୋର୍ଟ ଆଜି ଏହି ରାୟ ଦେଇଛନ୍ତି। ଶୁଣାଣି ସମୟରେ ଅବକାଶକାଳୀନ ବିଚାରପତି ସୁନେନା ଶର୍ମା କହିଛନ୍ତି ଯେ ପୁଲିସ ରିମାଣ୍ଡ ଅବଧି ସରିବା ପରେ ଅଭିଯୁକ୍ତଙ୍କୁ ବିଚାର ବିଭାଗୀୟ ହାଜତକୁ ପଠାଇବା ବ୍ୟତୀତ କୋର୍ଟ ପାଖରେ ଅନ୍ୟ କୌଣସି ବିକଳ୍ପ ନାହିଁ।

ଆମ୍ ଆଦମୀ ପାର୍ଟି ସୁପ୍ରିମୋଙ୍କୁ ପଚରାଉଚରା ପାଇଁ ରିମାଣ୍ଡରେ ନେବା ପାଇଁ କରିଥିବା ଆବେଦନ ଉପରେ ଜୁନ୍ ୨୬ରେ ମୁଖ୍ୟମନ୍ତ୍ରୀ କେଜ୍ରିୱାଲଙ୍କୁ ରାଉଜ୍ ଆଭେନ୍ୟୁ କୋର୍ଟ ତିନି ଦିନ ପାଇଁ ସିବିଆଇ ହେପାଜତକୁ ପଠାଇ ଦେଇଥିଲେ। ସେହିଦିନ ସିଏମ କେଜ୍ରିୱାଲଙ୍କୁ ସିବିଆଇ ଆନୁଷ୍ଠାନିକ ଭାବେ ଗିରଫ କରିଥିଲା ଯେତେବେଳେ ତାଙ୍କୁ ଅବକାଶକାଳୀନ ବିଚାରପତି ଅମିତାଭ ରାୱତଙ୍କ ନିକଟରେ ହାଜର କରାଯାଇଥିଲା।

- Advertisement -

ଅନ୍ୟପକ୍ଷରେ ମଦ ନୀତି ଦୁର୍ନୀତି ମାମଲାରେ ଜାମିନରେ ମୁକୁଳିବା ଉପରେ ଦିଲ୍ଲୀ ହାଇକୋର୍ଟ ଦେଇଥିବା ଅନ୍ତରୀଣ ସ୍ଥଗିତାଦେଶକୁ ଚ୍ୟାଲେଞ୍ଜ କରି ଆପ୍ ସୁପ୍ରିମୋ ସୁପ୍ରିମକୋର୍ଟରେ ଦାଖଲ କରିଥିବା ଆବେଦନକୁ ପ୍ରତ୍ୟାହାର କରି ନେଇଥିଲେ।

ପୂର୍ବତନ ଉପରାଷ୍ଟ୍ରପତି ଭେଙ୍କିଆ ନାଇଡୁଙ୍କ ଜୀବନୀ ଉପରେ ଆଧାରିତ ୩ଟି ପୁସ୍ତକ ଉନ୍ମୋଚନ କରିବେ ପ୍ରଧାନମନ୍ତ୍ରୀ

କେଜ୍ରିଓ୍ଵାଲଙ୍କ ପକ୍ଷରୁ ବରିଷ୍ଠ ଆଇନଜୀବୀ ଅଭିଷେକ ମନୁ ସିଂଘଭି ଜଷ୍ଟିସ୍ ମନୋଜ ମିଶ୍ର ଏବଂ ଜଷ୍ଟିସ୍ ଏସ୍ ଭିଏନ୍ ଭଟ୍ଟିଙ୍କୁ ନେଇ ଗଠିତ ଅବକାଶକାଳୀନ ଖଣ୍ଡପୀଠଙ୍କ ନିକଟରେ ଯୁକ୍ତି ଉପସ୍ଥାପନ କରିଥିଲେ ଯେ ଅର୍ଥ ଠକେଇ ମାମଲାରେ ମୁଖ୍ୟମନ୍ତ୍ରୀ କେଜ୍ରିୱାଲଙ୍କୁ ଜାମିନ ପ୍ରଦାନ କରିବା ନେଇ ଦିଲ୍ଲୀ ହାଇକୋର୍ଟଙ୍କ ସଦ୍ୟତମ ରାୟକୁ ଦୃଷ୍ଟିରେ ରଖି ସର୍ବୋଚ୍ଚ ନ୍ୟାୟାଳୟରେ ଏକ ନୂତନ ଆବେଦନ କରାଯିବ।

ଏନଡିଆରଏଫ ଥିଲେ ବିପର୍ଯ୍ୟୟରେ ଫସି ଥିବା ଲୋକଙ୍କ ମନୋବଳ ବୃଦ୍ଧି ପାଏ – ଅମିତ ଶାହା

Hot this week

ବନ୍ଧୁକ ବେପାର ବେଳେ ଦୁଇ ବେପାରୀଙ୍କୁ ମାଡି ବସିଲା ଏସ୍‌ଟିଏଫ୍‌

ଭୁବନେଶ୍ୱର - ନୂଆବର୍ଷ ପୂର୍ବରୁ ଦୁଇ ବନ୍ଧୁକ ବେପାରୀଙ୍କୁ ଗିରଫ କରିଛି...

ଦରମା ଓ ଭତ୍ତା ବୃଦ୍ଧିକୁ ବିରୋଧ କଲେ : ବିଧାୟକ ଲକ୍ଷ୍ମଣ ମୁଣ୍ତା

ଭୁବନେଶ୍ୱର - ଗତ ମଙ୍ଗଳବାର ବିଧାନସଭା ଗୃହରେ ପାରିତ ହୋଇଥିବା ବିଧାୟକ...

୨୧୪ ରନ କଲେ ଜିତିବ ଭାରତ

ସମାଜଲାଇଭ ଡେସ୍କ: ୨ୟ ଟି-୨୦​‌ରେ ଭାରତକୁ ୨୧୪ ରନର ବିଜୟ ଲକ୍ଷ୍ୟ...

ନାଗରିକତା ପାଇଥିବା ସମସ୍ତଙ୍କୁ ମିଳିବ ସରକାରୀ ସୁବିଧା , ୩୫ ଜଣଙ୍କୁ ନାଗରିକତା ପ୍ରମାଣ ପତ୍ର

ଭୁବନେଶ୍ୱର :ଜନଗଣନା ନିର୍ଦ୍ଦେଶାଳୟ ଓଡ଼ିଶା ଓ ଗୃହ ମନ୍ତ୍ରାଳୟ ଭାରତ ସରକାରଙ୍କ...

Related Articles

Popular Categories