www.samajalive.in
Sunday, December 7, 2025
18.1 C
Bhubaneswar

ଟି-୨୦ ବିଶ୍ବକପ ଜିତିଲା ଭାରତ, ଦକ୍ଷିଣ ଆଫ୍ରିକାକୁ ୭ ରନ୍‌ରେ ହରାଇଲା ଟିମ ଇଣ୍ଡିଆ

ବାର୍ବୋଡାସ୍:ଟିମ ଇଣ୍ଡିଆର ରୋମାଞ୍ଚକର ବିଜୟ।  ଟି-୨୦ ବିଶ୍ବକପ ଜିତିଲା ଭାରତ। ଫାଇନାଲରେ ଦକ୍ଷିଣ ଆଫ୍ରିକାକୁ ଭାରତ ୭ ରନରେ ପରାସ୍ତ କରିଛି । ୧୭ ବର୍ଷ ପରେ ଭାରତ ପୁଣି ଥରେ ଟି-୨୦ ବିଶ୍ବ ଚାମ୍ପିଅନ ହୋଇଛି। ୨୦୦୭ରେ ଅନୁଷ୍ଠିତ ପ୍ରଥମ ଟି-୨୦ ବିଶ୍ବକପରେ ଭାରତ ଚାମ୍ପିଅନ ହୋଇଥିଲା । ସେହିପରି ୧୧ ବର୍ଷ ପରେ ଭାରତ କୌଣସି ଆଇସିସି ଟ୍ରଫି ଜିତିଛି ।

ଟି-୨୦ ବିଶ୍ବକପ ଫାଇନାଲରେ ଦକ୍ଷିଣ ଆଫ୍ରିକା ଆଗରେ ୧୭୭ ରନର ବିଜୟ ଲକ୍ଷ୍ୟ ରଖିଲା ଭାରତ। ଟସ ଜିତି ପ୍ରଥମେ ବ୍ୟାଟିଂ କରିଥିବା ଭାରତ ୭ ଓ୍ବିକେଟ ବିନିମୟରେ ୧୭୬ ରନ ସଂଗ୍ରହ କରିଥିଲା। ଭାରତ ପ୍ରାରମ୍ଭିକ ପର୍ଯ୍ୟାୟରେ ବ୍ୟାଟିଂ ବିପର୍ଯ୍ୟୟର ସମ୍ମୁଖୀନ ହୋଇଥିବାବେଳେ ବିରାଟ କୋହଲି ୭୬ ଏବଂ ଅକ୍ଷର ପଟେଲ ୪୭ ରନର ଲଢୁଆ ପ୍ରଦର୍ଶନ ଟିମ ଇଣ୍ଡିଆର ସ୍କୋର ୧୭୬ କରିବାରେ ସହାୟକ ହୋଇଥିଲା। ଶିଭମ ଦୁବେ ୨୭ ରନ କରିଥିବାବେଳେ ଦଳର ପ୍ରଦର୍ଶନ ଭଲ ରହିଥିଲା।

- Advertisement -

୧୭୭ ରନର ଲକ୍ଷ୍ୟ ନେଇ ପଡ଼ିଆକୁ ଓହ୍ଲାଇଥିବା ଦକ୍ଷିଣ ଆଫ୍ରିକା ଆରମ୍ଭରୁ ଦୁଇଟି ଓ୍ବିକେଟ ହରାଇ ବ୍ୟାଟିଂ ବିପର୍ଯ୍ୟୟର ସମ୍ମୁଖୀନ ହୋଇଥିଲା। ରେଜା ହେଣ୍ଡରିକ୍ସ ମାତ୍ର ୪ ରନ ଓ ଅଧିନାୟକ ଆଇଡେନ ମାର୍କରାମ ୭ ରନ କରି ଆଉଟ ହୋଇଥିଲେ । କିନ୍ତୁ କ୍ବିଣ୍ଟନ ଡିକକ୍ ଓ ଟ୍ରଷ୍ଟାନ ଷ୍ଟବସ୍ ଏକ ଭଲ ପାର୍ଟନରସିପ କରି ପାଳିକୁ ସମ୍ଭାଳିଥିଲେ। ଷ୍ଟବସ ୩୧ ରନ କରି ଆଉଟ ହେବା ପରେ ଡିକକ୍ ଓ ହେନରିକ କ୍ଲାସେନଙ୍କ ମଧ୍ୟରେ ବି ଏକ ଭଲ ପାର୍ଟନରସିପ ହୋଇଥିଲା । ଡିକକ୍ ୩୯ ରନ କରିଥିବାବେଳେ କ୍ଲାସେନ ୫୨ରନ କରିଥିଲେ । ଡେଭିଡ ମିଲର ୨୧ ରନ କରି ଆଉଟ ହୋଇଥିଲେ । ଦଳ ୨୦ ଓଭରରେ ୮ ଓ୍ବିକେଟ ହରାଇ ୧୬୯ ରନ କରିପାରିଥିଲା ।

ଟି-୨୦ ବିଶ୍ୱକପର ଫାଇନାଲରେ ଶନିବାର ବାର୍ବୋଡାସ୍‌ର ବ୍ରିଜ୍‌ଟୋନର କେସିଙ୍ଗଟୋନ୍ ଓଭାଲରେ ଟିମ୍ ଇଣ୍ଡିଆ ଏବଂ ଦକ୍ଷିଣ ଆଫ୍ରିକା ମୁହାଁମୁହିଁ ହୋଇଥିଲେ। ଭାରତୀୟ ଦଳ ଅଧିନାୟକ ରୋହିତ ଶର୍ମା ଟସ୍ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲେ ଏବଂ ବିଜୟୀ ପାଇଁ ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ ଦେଇଥିଲେ।

Hot this week

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

ସ୍ମୃତି ମନ୍ଧାନାଙ୍କ ବିବାହ ଭାଙ୍ଗିଲା… ଏମିତି କହିଲେ ଏହି ଷ୍ଟାର କ୍ରିକେଟର

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ଖେଳାଳି ସ୍ମୃତି...

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା ଦାବି: ଗୁଣ୍ଡିଚା ମନ୍ଦିର ଆଗରେ ଧାରଣା ଦେଲେ ପୁରୀବାସୀ

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା କର। ଶ୍ରଦ୍ଧାଳୁ ସୁରୁଖୁରୁରେ କିପରି ମହାପ୍ରଭୁଙ୍କ...

ବାଇକକୁ ଧକ୍କା ଦେଲା ଟ୍ରାକ୍ଟର: ୨ ବନ୍ଧୁ ମୃତ, ଜଣେ ଗୁରୁତର

ବାଣପୁର: ବାଣପୁର ଥାନା ବେଙ୍ଗରାଜପଲ୍ଲୀ ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ...

Related Articles

Popular Categories