www.samajalive.in
Monday, December 8, 2025
27.1 C
Bhubaneswar

ବଙ୍ଗୋପସାଗରରେ ଲଘୁଚାପ: ୩ ଜିଲ୍ଲାରେ ପ୍ରବଳ ବର୍ଷିବ

ଭୁବନେଶ୍ୱର : ଉତ୍ତର-ପଶ୍ଚିମ ଏବଂ ସଂଲଗ୍ନ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ଲଘୁଚାପରେ ପରିଣତ ହୋଇଛି। ଏହା ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ଏହାର ପାର୍ଶ୍ବବର୍ତ୍ତୀ ଉତ୍ତର ଓଡ଼ିଶା ସହିତ ଗାଙ୍ଗେୟ ପଶ୍ଚିମବଙ୍ଗ ଉପକୂଳରେ କେନ୍ଦ୍ରୀଭୂତ ହେଉଛି। ଲଘୁଚାପ ଉତ୍ତର-ପଶ୍ଚିମ ଦିଗରେ ଗତି କରୁଛି। ଲଘୁଚାପ ପ୍ରଭାବରେ ଆଜି ଉତ୍ତର ଓଡ଼ିଶାର ମୟୂରଭଞ୍ଜ, କେନ୍ଦୁଝର ଏବଂ ସୁନ୍ଦରଗଡ଼ରେ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ଉକ୍ତ ତିନି ଜିଲାକୁ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଶୁକ୍ରବାର ଅପରାହ୍ଣରେ ନୟାଗଡ଼, ସୁବର୍ଣ୍ଣପୁର, କେନ୍ଦୁଝର, ଅନୁଗୋଳ, ବରଗଡ଼, ସୁନ୍ଦରଗଡ଼, ବଲାଙ୍ଗିର ଏବଂ ଦେବଗଡ଼ ଜିଲାରେ ପ୍ରବଳ ବର୍ଷା ହୋଇଛି। ନୟାଗଡ଼ ଭାପୁର ବ୍ଲକରେ ସର୍ବାଧିକ ବର୍ଷା ୧୭୫.୩ ମି.ମି ବର୍ଷା ରେକର୍ଡ ହୋଇଛି। ବ୍ଲକର ବିଭିନ୍ନ ଅଞ୍ଚଳରେ ଅପରାହ୍ଣ ୩ଟାରୁ ବର୍ଷା ଆରମ୍ଭ ହୋଇଥିବାବେଳେ ସାଢ଼େ ୩ଘଣ୍ଟା ପର୍ଯ୍ୟନ୍ତ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇଥିଲା। ବର୍ଷା ସହିତ ବିଜୁଳି ଘଡ଼ଘଡ଼ି ଲାଗି ରହିଥିଲା। ସୁବର୍ଣ୍ଣପୁର ଜିଲାର ଡୁଙ୍ଗୁରିପାଲିରେ ୧୪୩ ମି.ମି, କେନ୍ଦୁଝର ଜିଲାର ଆନନ୍ଦପୁରରେ ୧୨୮.୮ ମି.ମି ଏବଂ ଅନୁଗୋଳରେ ୧୦୯ମି.ମି ବର୍ଷା ରେକର୍ଡ ହୋଇଛି। ଶନିବାର ଅପରାହ୍ଣରେ ଭୁବନେଶ୍ବର ସହିତ ନୟାଗଡ଼, ବାଲେଶ୍ବର, କଟକ ଏବଂ ନୟାଗଡ଼ ଜିଲାର ବିଭିନ୍ନ ସ୍ଥାନରେ ବର୍ଷା ହୋଇଛି। ପାଣିପାଗ ବିଶେଷଜ୍ଞ ଶରତଚନ୍ଦ୍ର ସାହୁ କହିଛନ୍ତି, ସମ୍ପୃକ୍ତ ଲଘୁଚାପ ପ୍ରଭାବ ପରେ ମୌସୁମୀ ପ୍ରଭାବରେ ଅପରାହ୍ଣରେ କେତେକ ଅଞ୍ଚଳରେ କାଁ ଭାଁ ବର୍ଷା ରହିବ। କିନ୍ତୁ ଜୁଲାଇ ୬ କିିମ୍ବା ୭ତାରିଖ ବେଳକୁ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବା ସମ୍ଭାବନା ରହିଛି। ସୃଷ୍ଟି ହେବାକୁ ଥିବା ଘୂର୍ଣ୍ଣିବଳୟ ସ୍ଥଳଭାଗ ଏବଂ ସମୁଦ୍ରରେ ରହିବ। ସମ୍ଭାବ୍ୟ ଘୂର୍ଣ୍ଣିବଳୟ ଅଧିକ ଘନୀଭୂତ ହୋଇ ଲଘୁଚାପ ରୂପ ନେବ କି ନାହିଁ ତାହା ଆଗକୁ ସ୍ପଷ୍ଟ ଜଣାପଡ଼ିବ। ହେଲେ ସମ୍ଭାବ୍ୟ ଘୂର୍ଣ୍ଣିବଳୟ ପ୍ରଭାବରେ ଜୁଲାଇ ୭ରୁ ଦୁଇଦିନ ଧରି ବିଭିନ୍ନ ଅଞ୍ଚଳରେ ଭଲ ବର୍ଷା ଲାଗି ରହିବ। ବିଶେଷ କରି ପଶ୍ଚିମ ଓ ଉତ୍ତର ଓଡ଼ିଶାର ଜିଲାଗୁଡ଼ିକରେ ବିକ୍ଷିପ୍ତ ବର୍ଷା ହେବା ସମ୍ଭାବନା ଥିବାବେଳେ ଉପକୂଳବର୍ତ୍ତୀ ଅଞ୍ଚଳରେ ବର୍ଷା ହୋଇପାରେ।

Hot this week

ଆତ୍ମସମର୍ପଣ କଲେ ୧୨ ମାଓବାଦୀ

ମାଲକାନଗିରି: ଆତ୍ମସମର୍ପଣ କଲେ ୧୨ ମାଓବାଦୀ। କୁଖ୍ୟାତ ନକ୍ସଲବାଦୀ କମାଣ୍ଡର ଓ...

ବିବାହ ଭାଙ୍ଗିବା ପରେ ପରସ୍ପରଙ୍କୁ ଅନଫଲୋ କଲେ ମନ୍ଧାନା-ପଲାସ

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଉପଅଧିନାୟିକା ସ୍ମୃତି ମନ୍ଧାନା...

ଭୟଙ୍କର ଅଗ୍ନିକାଣ୍ଡ: ଜଳିଗଲା ୫୦ରୁ ଅଧିକ ଫଳ ଦୋକାନ

ସମାଜଲାଇଭ ଡେସ୍କ: ବଲାଙ୍ଗିର ସହରରେ ଥିବା ଫଳ ବଜାରରେ ସୋମବାର ଭୟଙ୍କର...

ନିଆଁରେ ପୋଡି ହୋଇ ଛାତ୍ରୀ ମୃତ୍ୟୁ ଘଟଣା : ୪ ଲକ୍ଷ ଅନୁକମ୍ପା ରାଶି ଘୋଷଣା

ଭୁବନେଶ୍ଵର :ନିଆଁରେ ପୋଡି ହୋଇଥିବା ରାଜଗାଙ୍ଗପୁର ଲାଞ୍ଜିବେରାନାର ଗୁରୁତର ଛାତ୍ରୀଙ୍କ ମୃତ୍ୟୁ...

Related Articles

Popular Categories