www.samajalive.in
Sunday, December 7, 2025
15.1 C
Bhubaneswar

ମାଲକାନଗିରି ପ୍ରବନ୍ଧ ପ୍ରତିଯୋଗିତାରେ ପ୍ରଶାନ୍ତ ପ୍ରଥମ

ମାଲକାନଗିରି: ଶତାୟୁ ଖବରକାଗଜ ‘ସମାଜ’ର ପ୍ରତିଷ୍ଠାତା ପୁଣ୍ୟାତ୍ମା ଗୋପବନ୍ଧୁ ଦାସଙ୍କ ଶ୍ରାଦ୍ଧୋତ୍ସବ ପୂର୍ବରୁ ରବିବାର ସମଗ୍ର ଓଡ଼ିଶାରେ ଛାତ୍ରଛାତ୍ରୀଙ୍କୁ ନେଇ ପ୍ରବନ୍ଧ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି। ଏହି କ୍ରମରେ ମାଲକାନଗିରି ଜିଲ୍ଲାରେ ମଧ୍ୟ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲ।। ସ୍ଥାନୀୟ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ଆୟୋଜିତ ଏହି ପ୍ରତିଯୋଗିତାରେ ଜଗନ୍ନାଥପାଲ୍ଲୀ ଉଚ୍ଚ ବିଦ୍ୟାଳୟର ପ୍ରଶାନ୍ତ ମଣ୍ଡଳ ପ୍ରଥମ ସ୍ଥାନ ଅଧିକାର କରିଥିବାବେଳେ ଦ୍ୱିତୀୟ ସ୍ଥାନରେ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ, ବିବିଗୁଡାର ଛାତ୍ରୀ ସନ୍ତୋଷୀ ମାଡି ଓ ସରସ୍ୱତୀ ଶିଶୁ ମନ୍ଦିରର ଜାସ୍ମିନ କପେ ତୃତୀୟ ସ୍ଥାନ ଅଧିକାର କରିଛନ୍ତି। ମୁଖ୍ୟ ଅତିଥି ଭାବେ ବରିଷ୍ଠ ଶିକ୍ଷାବିତ୍‌‌ ପ୍ରକାଶ ଚନ୍ଦ୍ର ପଟ୍ଟନାୟକ ଯୋଗ ଦେଇଥିବାବେଳେ କୃତୀ ଛାତ୍ରଛାତ୍ରୀମାନଙ୍କୁ ପୁରସ୍କାର ବିତରଣ କରିଥିଲେ। ଶିଶୁ ମନ୍ଦିର ପରିଚାଳନା କମିଟି ସଭାପତି ରବୀନ୍ଦ୍ର କୁମାର ମହାରଣା ସଭାପତିତ୍ୱ କରିଥିଲେ।

ସମାଜ ଜିଲ୍ଲା ପ୍ରତିନିଧି ଗୋପୀକୃଷ୍ଣ ପଟ୍ଟନାୟକ କାର୍ଯ୍ୟକ୍ରମକୁ ପରିଚାଳନା କରିଥିବାବେଳେ ବ୍ଲକ ପ୍ରତିନିଧି ଅସୀମ ବିଶ୍ୱାସ ସହାୟତା ଯୋଗାଇଥିଲେ। ସେହିପରି ଶିଶୁ ମନ୍ଦିରର ପ୍ରଧାନ ଆଚାର୍ଯ୍ୟ ମନୋରଂଜନ ଦାସ, ଗୁରୁମା ସସ୍ମିତା ସାହୁ ଓ ଅମିତା ଦଳେଇ, ଗୁରୁଜୀ ଲକ୍ଷ୍ମୀଧର ମହାନ୍ତି ସହଯୋଗ କରିଥି​‌ଲେ। ଏହି ପ୍ରବନ୍ଧ ପ୍ରତିଯୋଗିତାରେ ବିଚାରକ ମଣ୍ଡଳୀ ଭାବେ ବରିଷ୍ଠ ଶିକ୍ଷକ ପ୍ରକାଶ ଚନ୍ଦ୍ର ନାୟକ, କଳ୍ପତରୁ ନାୟକ, ଅଲେଖ କୁମାର ପାତ୍ର, ବସନ୍ତ କୁମାର ରାଉତ ଦାୟିତ୍ୱ ତୁଲାଇଥିଲେ। ସରସ୍ୱତୀ ଶିଶୁ ମନ୍ଦିରର ଅନ୍ୟ ଜଣେ ବରିଷ୍ଠ ଆଚାର୍ଯ୍ୟ ପ୍ରଫୁଲ୍ଲ କୁମାର ପଣ୍ଡା ଗୋପବନ୍ଧୁଙ୍କ ଆଦର୍ଶ ଉପରେ ଛାତ୍ରଛାତ୍ରୀଙ୍କୁ ଦିଗ୍‌ଦର୍ଶନ ଦେଇଥିଲେ। ଏହି ପ୍ରତିଯୋଗିତାରେ ଜିଲ୍ଲାର ବିଭିନ୍ନ ବିଦ୍ୟାଳୟର ୬୦ ଜଣ ଛାତ୍ରଛାତ୍ରୀ ଯୋଗ ଦେଇଥିଲେ।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories