www.samajalive.in
Tuesday, December 9, 2025
16.1 C
Bhubaneswar

ବିଏମ୍‌ସି ଓ ବିଡିଏରେ ଅଭିଯୋଗର ଶୁଣାଣି

ଭୁବନେଶ୍ଵର:  ବିଏମସି ଓ ବିଡିଏ ପକ୍ଷରୁ ଆଜିଠାରୁ ପୁଣି ଅଭିଯୋଗର ଶୁଣାଣି ଆରମ୍ଭ ହୋଇଛି। ପ୍ରତି ସୋମବାର ଦିନ ୧୧ଟାରୁ ୧ଟା ୩୦ ମଧ୍ୟରେ ଶୁଣାଣି ହେବାକୁ ନିଷ୍ପତ୍ତି ହୋଇଛି। ନିର୍ବାଚନ ଆଚରଣ ବିଧି ଲାଗୁ ହେବା ପରେ ଶୁଣାଣି ସ୍ଥଗିତ ରହିଥିଲା। ଆଜିଠାରୁ ପୁଣିଥରେ ଅଭିଯୋଗର ଶୁଣାଣି ଆରମ୍ଭ ହୋଇଛି। ଅଭିଯୋଗ ଦାଖଲ ପାଇଁ ପ୍ରବଳ ଲୋକଙ୍କ ଭିଡ ଦେଖିବାକୁ ମିଳିଛି। ବିଭିନ୍ନ ସମସ୍ୟାର ସମାଧାନ ଲାଗି ଉଦ୍ୟମ ଚାଲିଥିବା କହିଛନ୍ତି ବିଏମସି କମିଶନର। ସେପଟେ ଆଜିଠୁ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ମଧ୍ୟ ଖୋଲିଛି। ମୁଖ୍ୟମନ୍ତ୍ରୀଙ୍କୁ ଭେଟି ଗୁହାରି ଜଣାଇବାକୁ ରାଜ୍ୟର ବିଭିନ୍ନ ଜିଲ୍ଲାରୁ ସକାଳୁ ସକାଳୁ ଶହ ଶହ ଲୋକ ଆସି ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଭିଡ ଜମାଇଛନ୍ତି । କିଏ ପେନସନ୍ ସମସ୍ୟା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଗୁହାରି କରିବାକୁ ଆସିଛି ତ ପୁଣି କିଏ ବାସହରା ଦୁଃଖ ନେଇ ସହାୟତା ମାଗିବାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନିକଟକୁ ଆସିଛନ୍ତିି।  ଏପରିକି ଅନେକ ବୃଦ୍ଧ ବ୍ୟକ୍ତି ମଧ୍ୟ ନିଜ ସମସ୍ୟା ନେଇ ଗୁହାରି କରିବାକୁ ଆସିଛନ୍ତି। ଏଥିପାଇଁ ୟୁନିଟ୍-୫ ସ୍ଥିତ ମୁଖ୍ୟମନ୍ତ୍ରୀ ଅଭିଯୋଗ ପ୍ରକୋଷ୍ଠରେ ବ୍ୟାପକ ବ୍ୟବସ୍ଥା ମଧ୍ୟ କରାଯାଇଛି। ଆଜିଠାରୁ ପ୍ରତ୍ୟେକ ସୋମବାର ମୁଖ୍ୟମନ୍ତ୍ରୀ ଏଠାରେ ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗର ଶୁଣାଣି କରିବେ।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories